ବାତ୍ୟା ଗୁଲାବ ପ୍ରଭାବରେ ୭ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । ଯାହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ଆଗାମୀ ୩ ଘଣ୍ଟା ମଧ୍ୟରେ ୭ଟି ଜିଲ୍ଲାରେ ବର୍ଷା ଓ ଘଡଘଡି ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ନୂଆପଡା, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲା ରହିଛି । ଏହିସବୁ ଜିଲ୍ଲାରେ […]

ଭୁବନେଶ୍ୱର: ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । ଯାହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ଆଗାମୀ ୩ ଘଣ୍ଟା ମଧ୍ୟରେ ୭ଟି ଜିଲ୍ଲାରେ ବର୍ଷା ଓ ଘଡଘଡି ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ନୂଆପଡା, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲା ରହିଛି । ଏହିସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ପାଣିପାଗକୁ ଦେଖି ସମସ୍ତେ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ସୂଚନାଯୋଗ୍ୟ, ଉତ୍ତର-ପୂର୍ବ ଏବଂ ପୂର୍ବ- କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ବର୍ତ୍ତମାନ ଏହା ପଶ୍ଚିମ- ଉତ୍ତର- ପଶ୍ଚିମ ଦିଗରେ ଗତି କରୁଛି । ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତିକରୁଛି ବାତ୍ୟା ଗୁଲାବ। ଗୋପାଳପୁର ଠାରୁ ୫୧୦ କିଲୋମିଟର ଦକ୍ଷିଣ- ପୂର୍ବରେ ରହିଛି । କଳିଙ୍ଗପାଟନମ୍ ଠାରୁ ୫୯୦ କିଲୋମିଟର ପୂର୍ବରେ ରହିଛି । ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

25 Sep 2021 By The Sakala

ବାତ୍ୟା ଗୁଲାବ ପ୍ରଭାବରେ ୭ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । ଯାହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ଆଗାମୀ ୩ ଘଣ୍ଟା ମଧ୍ୟରେ ୭ଟି ଜିଲ୍ଲାରେ ବର୍ଷା ଓ ଘଡଘଡି ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ନୂଆପଡା, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲା ରହିଛି । ଏହିସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ପାଣିପାଗକୁ ଦେଖି ସମସ୍ତେ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

ସୂଚନାଯୋଗ୍ୟ, ଉତ୍ତର-ପୂର୍ବ ଏବଂ ପୂର୍ବ- କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ବର୍ତ୍ତମାନ ଏହା ପଶ୍ଚିମ- ଉତ୍ତର- ପଶ୍ଚିମ ଦିଗରେ ଗତି କରୁଛି । ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତିକରୁଛି ବାତ୍ୟା ଗୁଲାବ। ଗୋପାଳପୁର ଠାରୁ ୫୧୦ କିଲୋମିଟର ଦକ୍ଷିଣ- ପୂର୍ବରେ ରହିଛି । କଳିଙ୍ଗପାଟନମ୍ ଠାରୁ ୫୯୦ କିଲୋମିଟର ପୂର୍ବରେ ରହିଛି । ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି ।

https://www.thesakala.in/latest-odisha-news/thunderstorms-are-expected-in-seven-districts-due-to-the-effects-of-the-storm/article-5628
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର