ମନୋରଞ୍ଜନ
ଓଡ଼ିଶା
ଆଜିଠୁ ୧୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା!
ଭୁବନେଶ୍ୱର : ଆଜିଠୁ ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଠାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ଜାରି ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆଜି ଅର୍ଥାତ୍ ୧୧ ତାରିଖରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ବୌଦ୍ଧ, ସୋନପୁର, ବଲାଙ୍ଗୀର, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। […]
ଭୁବନେଶ୍ୱର : ଆଜିଠୁ ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଠାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ଜାରି ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆଜି ଅର୍ଥାତ୍ ୧୧ ତାରିଖରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ବୌଦ୍ଧ, ସୋନପୁର, ବଲାଙ୍ଗୀର, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ ବର୍ଷା ସହ ଉପରୋକ୍ତ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି, ବିଜୁଳି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିପାରେ।
ସେହିପରି ୧୨ ତାରିଖରେ ମଧ୍ୟ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କଟକ, ବୌଦ୍ଧ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ସମାନ ପାଗ ଜାରି ରହିବ। ତେବେ ୧୩ ତାରିଖରେ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲା ସହ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ସେହିପରି ୧୪ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଥିବା କଥା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।