ଆସନ୍ତା ସପ୍ତାହେ ଯାଏଁ ରାଜ୍ୟରେ ଜାରି ରହିବ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ

Madhusudan Das Picture
Published On

ଭୁବନେଶ୍ୱର: ଆସନ୍ତା ସପ୍ତାହେ ଯାଏଁ ରାଜ୍ୟରେ ଜାରି ରହିବ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ । ଆନ୍ଧ୍ର ଉପକୂଳ ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଜ୍ରପାତ ସହ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ବିଭିନ୍ନ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ରହିଛି। ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା। ସେସବୁ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ସହ ଘଣ୍ଟାପ୍ରତି ୩୦-୪୦ ଓ ଆଉ କିଛି ସ୍ଥାନରେ ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ। ଆଜି ପାଇଁ ମୟୁରଭଞ୍ଜ, ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ଏବଂ କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଏମିତି ପାଗ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । 

ଆହୁରି ପଢ଼ନ୍ତୁ: ଗୋଠ ଛଡା ହାତୀର ଉପଦ୍ରବ; ଘରର କାନ୍ଥ ପଡି ଦୁଇ ବର୍ଷ ଶିଶୁପୁତ୍ର ମୃତ

21 Mar 2026 By Madhusudan Das

ଆସନ୍ତା ସପ୍ତାହେ ଯାଏଁ ରାଜ୍ୟରେ ଜାରି ରହିବ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ

ଭୁବନେଶ୍ୱର: ଆସନ୍ତା ସପ୍ତାହେ ଯାଏଁ ରାଜ୍ୟରେ ଜାରି ରହିବ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ । ଆନ୍ଧ୍ର ଉପକୂଳ ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଜ୍ରପାତ ସହ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ବିଭିନ୍ନ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା ରହିଛି। ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ସତର୍କତା। ସେସବୁ ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ସହ ଘଣ୍ଟାପ୍ରତି ୩୦-୪୦ ଓ ଆଉ କିଛି ସ୍ଥାନରେ ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ। ଆଜି ପାଇଁ ମୟୁରଭଞ୍ଜ, ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ଏବଂ କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଏମିତି ପାଗ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର