ଏହି ସବୁ ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ହେବ କାଳବୈଶାଖୀ, ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

The Sakala Picture
Published On

ଭୁବନେଶ୍ବର : ଅସହ୍ୟ ଗୁଳୁଗୁଳିରୁ ସାମାନ୍ୟ ଆଶ୍ବସ୍ଥି ମିଳିଛି। ଆଜି ରାଜ୍ୟର ବହୁତ ଅଞ୍ଚଳରେ ଆକାଶ ମେଘୁଆ ରହିଛି। ଏହାରି ମଧ୍ୟରେ ରାଜ୍ୟରେ ୧୨ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୧ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୨ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ବେଳେ ପଶ୍ଚିମ […]

ଭୁବନେଶ୍ବର : ଅସହ୍ୟ ଗୁଳୁଗୁଳିରୁ ସାମାନ୍ୟ ଆଶ୍ବସ୍ଥି ମିଳିଛି। ଆଜି ରାଜ୍ୟର ବହୁତ ଅଞ୍ଚଳରେ ଆକାଶ ମେଘୁଆ ରହିଛି। ଏହାରି ମଧ୍ୟରେ ରାଜ୍ୟରେ ୧୨ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୧ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୨ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ବେଳେ ପଶ୍ଚିମ ଓଡ଼ିଶାର ୨ ଜିଲ୍ଲାରେ ପ୍ରବଳ ଗୀଷ୍ମ ପ୍ରବାହ ଜାରି ରହିବ ବୋଲି ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ଦାରିଦ୍ର୍ୟର ତାଡ଼ନା ସହିପାରିଲେନି ବାପା-ମା’; ୪ ବର୍ଷର ଝିଅକୁ ୧୫ ହଜାରରେ ବିକିଦେଲେ

ଆଜି ରାଜ୍ୟର ଏକାଧିକ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

ଅନ୍ୟପଟେ ଏହି ସମୟ ବରଗଡ଼ ଓ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ଗ୍ରୀଷ୍ମ ଲହରି ପ୍ରବାହିତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କ ପ୍ରତି ବିଶେଷ ଦୃଷ୍ଟି ରଖିବା ସହ ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପଦାକୁ ଖରାରେ ନବାହାରିବାକୁ ପରାମର୍ଶ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କାଳବୈଶାଖୀ ପାଇଁ ୧୨ ଜିଲ୍ଲା ଏବଂ ଗ୍ରୀଷ୍ମ ପ୍ରଭାବ ପାଇଁ ଦୁଇ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

10 Jun 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର