ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ଜିଏସଟି ଅଧିକାରୀ: ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ ଟିମ୍

Madhusudan Das Picture
Published On

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ୧୨ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ଜିଏସଟି ଅଧିକାରୀ I ସହକାରୀ ସିଟି ଓ ଜିଏସଟି ଅଧିକାରୀ ଉମାକାନ୍ତ ମହାକୁରଙ୍କୁ ଧରିଲା ଭିଜିଲାନ୍ସ I ଜିଏସଟି ଫାଇନକୁ ରଫାଦଫା କରିବା ପାଇଁ ବ୍ୟବସାୟୀଙ୍କ ଠାରୁ ୧୨ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ବିଭାଗ I

ସୂଚନା ଅନୁସାରେ, ଜଣେ ବ୍ୟବସାୟୀ ରମେଶ ବସ୍ତିଆଙ୍କ ମିଥ୍ୟା ଜୋରିମାନା ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଅଧିକାରୀ ଶ୍ରୀ ମହାକୁର । ରମେଶଙ୍କୁ ୨୩ ହଜାର ୬ ଶହ ଟଙ୍କା ଜୋରିମାନା କରାଯାଇଥିଲା । ଜୋରିମାନାକୁ ୭୫୦୦ ଟଙ୍କା କରିଦେବା ପାଇଁ ୧୨ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ରମେଶ ବଲାଙ୍ଗୀର ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ । ଆଜି ରମେଶଙ୍କ ଠାରୁ ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଅଧିକାରୀ ତାଙ୍କୁ କାବୁ କରିଛନ୍ତି । ଏନେଇ ସଂପୃକ୍ତ ଅଧିକାରୀଙ୍କ ଟିଟିଲାଗଡ଼ ଓ ବଲାଙ୍ଗୀର ସ୍ଥିତ ଘରେ ମଧ୍ୟ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି ।

Join Us @ WhatsApp

About The Author

Google News
Join Us @ WhatsApp

ରାଶିଫଳ