ଆଜି ଓଡ଼ିଶାରେ ପୁଣି ୪୨ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

The Sakala Picture
Published On

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୧୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ, କଳାହାଣ୍ଡି, ଝାରସୁଗୁଡାରୁ ୩ […]

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୧୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ, କଳାହାଣ୍ଡି, ଝାରସୁଗୁଡାରୁ ୩ ଲେଖାଏଁ ରହିଛନ୍ତି । ସେହିପରି ଗଜପତି, ଜଗତସିଂହପୁର, ମୟୁରଭଞ୍ଜ, ରାୟଗଡା, ସୁନ୍ଦରଗଡରୁ ୨ ଲେଖାଏଁ ରହିଥିବା ବେଳେ ପୁରୀ, ନୂଆପଡା, ମାଲକାନଗିରି, କନ୍ଧମାଳ, ଯାଜପୁର, ଗଞ୍ଜାମ, ବରଗଡରୁ ଜଣେ ଲେଖାଏଁ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଯୋଗୁଁ ୨୯୧୨ ଜଣଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର