ଆଜି ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ପବିତ୍ର ଭଉଁରୀ ଯାତ୍ରା

The Sakala Picture
Published On

ପୁରୀ: ଚଳଚଞ୍ଚଳ ରଥଖଳା । ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଜୋରଦାର ଚାଲିଛି ପ୍ରସ୍ତୁତି । ଆଜି ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ପବିତ୍ର ଭଉଁରୀ ଯାତ୍ରା। ରଥ ନିର୍ମାଣ ପରମ୍ପରା ଅନୁସାରେ ରଥ ଖଳାରେ ତିନି ରଥର ଚକ ଓ ଅଖ ଡେରା ନୀତି ଅନୁଷ୍ଠିତ ହେବାକୁ ଯାଉଛି। ପରମ୍ପରା ଅନୁଯାୟୀ ତିନିଟି ରଥର ଦୁଇ ଦୁଇଟି ଚକରେ ଗୋଟିଏ ଲେଖା ଅଖ ସଂଯୋଗ ହୋଇ ଚକ ଅଖ ଡେରା ନୀତି ସମ୍ପାଦନ କରାଯିବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସକାଳ […]

ପୁରୀ: ଚଳଚଞ୍ଚଳ ରଥଖଳା । ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଜୋରଦାର ଚାଲିଛି ପ୍ରସ୍ତୁତି । ଆଜି ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ପବିତ୍ର ଭଉଁରୀ ଯାତ୍ରା। ରଥ ନିର୍ମାଣ ପରମ୍ପରା ଅନୁସାରେ ରଥ ଖଳାରେ ତିନି ରଥର ଚକ ଓ ଅଖ ଡେରା ନୀତି ଅନୁଷ୍ଠିତ ହେବାକୁ ଯାଉଛି। ପରମ୍ପରା ଅନୁଯାୟୀ ତିନିଟି ରଥର ଦୁଇ ଦୁଇଟି ଚକରେ ଗୋଟିଏ ଲେଖା ଅଖ ସଂଯୋଗ ହୋଇ ଚକ ଅଖ ଡେରା ନୀତି ସମ୍ପାଦନ କରାଯିବ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସକାଳ ଧୂପ ନୀତି ବଢିବା ପରେ ଆଜ୍ଞା ମାଳ ରଥ ଖଳାରେ ବିଜେ କରାଯିବ । ଆଜ୍ଞା ମାଳ ବିଜେ ପରେ ବିଜେ କାହାଳି ବାଜି ଚକ ଅଖ ଡେରା ନୀତି କରାଯିବ । ମହାରଣା ସେବକଙ୍କ ଉପସ୍ଥିତିରେ ଭୋଇ ସେବକ ମାନେ ଏହି ନୀତି ସମ୍ପାଦନ କରିବେ । ୯ଟା ମଧ୍ୟରେ ସକାଳ ଧୂପ ନୀତି ବଢ଼ି ସହ ୯ଟା ୩୦ ମଧ୍ୟରେ ରଥ ଖଳାକୁ ସ୍ୱତନ୍ତ୍ର ପଟୁଆରାରେ ଆଜ୍ଞା ମାଳ ବିଜେ କରାଯିବ। ତେବେ ଏଥିପାଇଁ ବଡଦାଣ୍ତ ଓ ନରେନ୍ଦ୍ର ପୁଷ୍କରିଣୀ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି । ଏହାବ୍ୟତୀତ ପ୍ରାୟ ୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ ବୋଲି ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

ବୁଧବାର ସୁଦ୍ଧା ତିନି ରଥର ମୋଟ ୧୭ଟି ଚକ ନିର୍ମାଣ ସରିଛି । ସେଥିରୁ ତାଳଧ୍ୱଜ ଓ ନନ୍ଦିଘୋଷ ରଥର ୬ଟି ଲେଖାଏଁ ଓ ଦେବଦଳନ ରଥର ୫ଟି ଚକ ସମ୍ପୂର୍ଣ୍ଣ ହୋଇଛି । ବାକି ୨୫ଟି ଚକର କାର୍ଯ୍ୟ ଜାରି ରହିଛି ।

ଆହୁରି ପଢ଼ନ୍ତୁ: ଦୁଗ୍ଧ ଚାଷୀଙ୍କୁ ଲିଟର ପିଛା ୨ ଟଙ୍କା ଅଧିକ ଦେବାକୁ ଓମ୍‌ଫେଡ୍ ପକ୍ଷରୁ ନିଷ୍ପତ୍ତି, ସେପ୍ଟେମ୍ବର ୧୧ରୁ ଲାଗୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର