ଆଜି ପବିତ୍ର ବିଜୟ ଦଶମୀ: ପାରମ୍ପରିକ ରୀତିନୀତିରେ ଚାଲିଛି ମା’ଙ୍କ ପୂଜା
ଭୁବନେଶ୍ୱର: ଆଜି ମା’ଙ୍କ ବିଜୟାଦଶମୀ, ପବିତ୍ର ଦଶହରାର ଶେଷ ଦିନରେ ମଣ୍ଡପରେ ମନ୍ତ୍ର ଉଚ୍ଚାରଣ ସହ ଚାଲିଛି ମା’ଙ୍କ ଆରାଧନା। ମା’ଙ୍କୁ ଦର୍ଶନ କରିବା ପାଇଁ ମଣ୍ଡପରେ ସକାଳୁ ସକାଳୁ ଶ୍ରଦ୍ଧାଳୁ ମାନେ ଭିଡ ଜମାଇଲେଣି। ଭୁବନେଶ୍ୱର ମଣ୍ଡପ ଗୁଡିକରେ ତୋରଣ ଓ ସୁନ୍ଦର ଆଲୋକମାଳ, ସାଜସଜ୍ଜା ବେଶ ଆକର୍ଷଣୀୟ ହୋଇଛି। କୁହାଯାଏ ଆଜିର ଦିନରେ ମା’ଙ୍କ ପୂଜା କଲେ ଦଶ ଜନ୍ମର ପାପରୁ ଉଦ୍ଧାର ମିଳିଥାଏ। ସମସ୍ତ ପୂଜା ମଣ୍ଡପ ଗୁଡିକରେ ଜଗତଜନନୀ ଦେବୀ ଦୁର୍ଗାଙ୍କର […]
ଭୁବନେଶ୍ୱର: ଆଜି ମା’ଙ୍କ ବିଜୟାଦଶମୀ, ପବିତ୍ର ଦଶହରାର ଶେଷ ଦିନରେ ମଣ୍ଡପରେ ମନ୍ତ୍ର ଉଚ୍ଚାରଣ ସହ ଚାଲିଛି ମା’ଙ୍କ ଆରାଧନା। ମା’ଙ୍କୁ ଦର୍ଶନ କରିବା ପାଇଁ ମଣ୍ଡପରେ ସକାଳୁ ସକାଳୁ ଶ୍ରଦ୍ଧାଳୁ ମାନେ ଭିଡ ଜମାଇଲେଣି। ଭୁବନେଶ୍ୱର ମଣ୍ଡପ ଗୁଡିକରେ ତୋରଣ ଓ ସୁନ୍ଦର ଆଲୋକମାଳ, ସାଜସଜ୍ଜା ବେଶ ଆକର୍ଷଣୀୟ ହୋଇଛି।
କୁହାଯାଏ ଆଜିର ଦିନରେ ମା’ଙ୍କ ପୂଜା କଲେ ଦଶ ଜନ୍ମର ପାପରୁ ଉଦ୍ଧାର ମିଳିଥାଏ। ସମସ୍ତ ପୂଜା ମଣ୍ଡପ ଗୁଡିକରେ ଜଗତଜନନୀ ଦେବୀ ଦୁର୍ଗାଙ୍କର ବିଜୟାଦଶମୀ ପୂଜାର୍ଚ୍ଚନା ଜାରି ରହିଛି। ଏହା ପରେ ଅପରାଜିତା ପୂଜା, ଅନ୍ନପୂର୍ଣ୍ଣା ଭିକ୍ଷା ଓ ଶେଷରେ ମଣ୍ଡପରେ ଘଟ ବିସର୍ଜନ ବିଧି ପାଳିତ ହେବ। କିମ୍ବଦନ୍ତୀ ଅନୁଯାୟୀ ମହିଷାସୁରର ଅତ୍ୟାଚାର ଅସହ୍ୟ ହେବାରୁ ଦେବତାମାନେ ଦୁର୍ଗାଙ୍କୁ ଆବାହନ କରିଥିଲେ। ଦେବୀ ଦୁର୍ଗା ସିଂହବାହିନୀ ସାଜି ମହିଷାସୁରକୁ ବଦ୍ଧ କରିଥିଲେ। ଆଶ୍ୱୀନ ଶୁକ୍ଳପକ୍ଷ ଅଷ୍ଟମୀ ଓ ନବମୀ ସନ୍ଧିକ୍ଷଣରେ ଦେବୀ ଦୁର୍ଗା ମହିଷାସୁରକୁ ନିପାତ କରିଥିବାରୁ ଏହି ସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ। ତେବେ ଦଶହରା ଦିନ ପ୍ରଭୁ ଶ୍ରୀରାମଚନ୍ଦ୍ର ମଧ୍ୟ ମାତୃଶକ୍ତି ବନଦୁର୍ଗାଙ୍କୁ ପୂଜା କରି ପ୍ରବଳ ପ୍ରତାପୀ ରାବଣକୁ ବଦ୍ଧ କରିଥିଲେ। ତେଣୁ ଦଶହରାକୁ ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ ଭାବେ ମଧ୍ୟ ପାଳନ କରାଯାଏ। ଏଥିପାଇଁ ବିଜୟା ଦଶମୀର ମୁଖ୍ୟ ଆକର୍ଷଣ ରାବଣ ପୋଡି। ଅସତ୍ୟ ଉପରେ ସତ୍ୟର ବିଜୟକୁ ପ୍ରତୀକ ଭାବେ ବିଭିନ୍ନ ସ୍ଥାନରେ ଆଜି ରାବଣ ପୋଡି ଅନୁଷ୍ଠିତ ହେବ।