ଆଜି ‘ମୋ କଲେଜ’ ପୋର୍ଟାଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଜି ସନ୍ଧ୍ଯା ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ କଲେଜ’ ପୋର୍ଟାଲର ଲୋକାର୍ପଣ କରିବେ। ଲୋକସେବା ଭବନ ପ୍ରେକ୍ଷାଳୟ ପରିସରରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଥିବାବେଳେ କାର୍ଯ୍ୟକ୍ରମରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେବେ। ତେବେ ମୋ କଲେଜ ପୋର୍ଟାଲର ଶୁଭାରମ୍ଭ କାର୍ଯ୍ୟକ୍ରମର ସିଧାପ୍ରସାରଣ (ଲାଇଭ୍‍ ଷ୍ଟ୍ରିମିଂ) ବିଭିନ୍ନ ସୋସିଆଲ […]

ଭୁବନେଶ୍ୱର: ଆଜି ସନ୍ଧ୍ଯା ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ କଲେଜ’ ପୋର୍ଟାଲର ଲୋକାର୍ପଣ କରିବେ। ଲୋକସେବା ଭବନ ପ୍ରେକ୍ଷାଳୟ ପରିସରରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଥିବାବେଳେ କାର୍ଯ୍ୟକ୍ରମରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେବେ। ତେବେ ମୋ କଲେଜ ପୋର୍ଟାଲର ଶୁଭାରମ୍ଭ କାର୍ଯ୍ୟକ୍ରମର ସିଧାପ୍ରସାରଣ (ଲାଇଭ୍‍ ଷ୍ଟ୍ରିମିଂ) ବିଭିନ୍ନ ସୋସିଆଲ ମିଡିଆରେ ରବିବାର ଅପରାହ୍ନ ୪ଟା ୧୫ ମିନିଟ୍‍ରୁ ଆରମ୍ଭ ହେବ। ରାଜ୍ୟର ବିଭିନ୍ନ କଲେଜଗୁଡ଼ିକରେ ମଧ୍ୟ ଏଥି ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ରାଜ୍ୟର ୭୫୫ରୁ ଅଧିକ କଲେଜ ଓ ବିଶ୍ୱବିଦ୍ୟାଳୟରେ ମଧ୍ୟ ଏହାର ସିଧା ପ୍ରସାରଣ କରାଯିବ। ଏଥିରେ କଲେଜର ଅଧ୍ୟକ୍ଷ, ଅଧ୍ୟାପକ, ପୁରାତନ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗ ଦେବେ। ଏ ସମ୍ପର୍କରେ ମଧ୍ୟ ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଓ ଡିଗ୍ରି କଲେଜର ଅଧ୍ୟକ୍ଷଙ୍କୁ ଅବଗତ କରାଯାଇଛି।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

21 Mar 2021 By The Sakala

ଆଜି ‘ମୋ କଲେଜ’ ପୋର୍ଟାଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସନ୍ଧ୍ଯା ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ କଲେଜ’ ପୋର୍ଟାଲର ଲୋକାର୍ପଣ କରିବେ। ଲୋକସେବା ଭବନ ପ୍ରେକ୍ଷାଳୟ ପରିସରରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଥିବାବେଳେ କାର୍ଯ୍ୟକ୍ରମରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେବେ। ତେବେ ମୋ କଲେଜ ପୋର୍ଟାଲର ଶୁଭାରମ୍ଭ କାର୍ଯ୍ୟକ୍ରମର ସିଧାପ୍ରସାରଣ (ଲାଇଭ୍‍ ଷ୍ଟ୍ରିମିଂ) ବିଭିନ୍ନ ସୋସିଆଲ ମିଡିଆରେ ରବିବାର ଅପରାହ୍ନ ୪ଟା ୧୫ ମିନିଟ୍‍ରୁ ଆରମ୍ଭ ହେବ। ରାଜ୍ୟର ବିଭିନ୍ନ କଲେଜଗୁଡ଼ିକରେ ମଧ୍ୟ ଏଥି ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ରାଜ୍ୟର ୭୫୫ରୁ ଅଧିକ କଲେଜ ଓ ବିଶ୍ୱବିଦ୍ୟାଳୟରେ ମଧ୍ୟ ଏହାର ସିଧା ପ୍ରସାରଣ କରାଯିବ। ଏଥିରେ କଲେଜର ଅଧ୍ୟକ୍ଷ, ଅଧ୍ୟାପକ, ପୁରାତନ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗ ଦେବେ। ଏ ସମ୍ପର୍କରେ ମଧ୍ୟ ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଓ ଡିଗ୍ରି କଲେଜର ଅଧ୍ୟକ୍ଷଙ୍କୁ ଅବଗତ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର