ରଜପର୍ବ ପାଇଁ ଉତ୍ସବମୁଖର ହୋଇପଡ଼ିଲାଣି ଗାଁଠୁ ସହର, ଦିନକ ପୂର୍ବରୁ ଆଜି ସମସ୍ତେ ସଜବାଜରେ ମସଗୁଲ

The Sakala Picture
Published On

ଭୁବନେଶ୍ୱର: ଆସନ୍ତାକାଲି ରଜ, ଆଜି ସଜବାଜ । ରଜର ମହକରେ ମହକି ଉଠୁଛି ପୁରପଲ୍ଲୀ । ରଜପର୍ବ ପାଇଁ ଉତ୍ସବମୁଖର ହୋଇପଡ଼ିଲାଣି ଗାଁଠୁ ସହର । ରଜର ଦିନକ ପୂର୍ବରୁ ଆଜି ସମସ୍ତେ ସଜବାଜରେ ମସଗୁଲ । ସଜେଇ ହେଉଛନ୍ତି କୁଆଁରୀମାନେ । ପରସ୍ପରକୁ ଅଳତା, କୁଂକୁମ, ମେହେନ୍ଦୀ ଲଗାଇ ଦେବା ସହ ଦୋଳି ଖେଳିବା ପାଇଁ ପ୍ରସ୍ତୁତ ହେଲେଣି । ରଜ ସଜବାଜରୁ ହିଁ ଗାଁରେ ତାସ୍, ଲୁଡୁ ଏବଂ ଚେସ୍ ଖେଳର ଆସର ଜମିଲାଣି […]

ଭୁବନେଶ୍ୱର: ଆସନ୍ତାକାଲି ରଜ, ଆଜି ସଜବାଜ । ରଜର ମହକରେ ମହକି ଉଠୁଛି ପୁରପଲ୍ଲୀ । ରଜପର୍ବ ପାଇଁ ଉତ୍ସବମୁଖର ହୋଇପଡ଼ିଲାଣି ଗାଁଠୁ ସହର । ରଜର ଦିନକ ପୂର୍ବରୁ ଆଜି ସମସ୍ତେ ସଜବାଜରେ ମସଗୁଲ । ସଜେଇ ହେଉଛନ୍ତି କୁଆଁରୀମାନେ । ପରସ୍ପରକୁ ଅଳତା, କୁଂକୁମ, ମେହେନ୍ଦୀ ଲଗାଇ ଦେବା ସହ ଦୋଳି ଖେଳିବା ପାଇଁ ପ୍ରସ୍ତୁତ ହେଲେଣି । ରଜ ସଜବାଜରୁ ହିଁ ଗାଁରେ ତାସ୍, ଲୁଡୁ ଏବଂ ଚେସ୍ ଖେଳର ଆସର ଜମିଲାଣି । ଗାଁ ଗାଁରେ ଜମିବ ପିଠାପଣା ସାଙ୍ଗକୁ ଦୋଳିଖେଳର ଆସର । ଗାଁ ଦାଣ୍ଡରେ ଦୋଳି ଲଗା ସରିଛି । ସମସ୍ତଙ୍କ ଘରେ କୁଣିଆ ଆସି ପହଁଚି ଗଲେଣି । ଗାଁ ଝିଅମାନେ ବିଭିନ୍ନ ପ୍ରକାରର ନାଚ ଗୀତର ଅଭ୍ୟାସ କରୁଛନ୍ତି । ଏହାସହ ତାସର ଆସର ଜମିଲାଣି । ଦୋଳିଖେଳ ସାଙ୍ଗକୁ ନାଚଗୀତର ଆସର ଦେଖିବାକୁ ମିଳିବ ।

ଆହୁରି ପଢ଼ନ୍ତୁ: ମନଗଢ଼ା ମନ୍ତବ୍ୟ ଦେଇ ଫସିଗଲେ ବିଜେପି ସାଂସଦ: ଭର୍ତ୍ତୃହରି ମହତାବଙ୍କୁ ବିଜେଡି ସାଂସଦଙ୍କ କଟୁ ଭର୍ତ୍ସନା

ଜ୍ୟେଷ୍ଠ ମାସ ଶେଷ ଓ ଆଷାଢ଼ର ପହିଲି ପୁଲକରେ ଆସେ ରଜ ପର୍ବ । ଆଜି ସଜବାଜ ହୋଇଥିବାବେଳେ କାଲି ପହିଲି ରଜ, ଦ୍ବିତୀୟ ଦିନ ରଜ ସଂକ୍ରାନ୍ତି, ତୃତୀୟ ଦିନ ଭୂମିଦାହ ବା ଭୂମି ଦହନ ଓ ଚତୁର୍ଥ ଦିନ ବସୁମତୀ ସ୍ନାନ ଭାବେ ପାଳନ କରାଯାଏ ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପ୍ରଶାସନର ବଡ଼ ପଦକ୍ଷେପ: 'ମହାପ୍ରସାଦ' ଓ 'ନୀଳଚକ୍ର' ସମେତ ୫ଟି ପବିତ୍ର ନାମକୁ ମିଳିଲା ଟ୍ରେଡମାର୍କ ଅନୁମୋଦନ

ଆଷାଢର ପ୍ରଥମ ଜଳରେ ମା’ ମାଟି ହୁଏ ରଜସ୍ବଳା । ଏଥିପାଇଁ ଏହିଦିନ କୃଷିକର୍ମ ନିଷେଧ କରାଯାଇଥାଏ । ରଜ ପର୍ବରେ କୁଆଁରୀ ଝିଅ ଓ ବୋହୂ ମାକୁ ସମ୍ମାନ ଦିଆଯାଇଥାଏ । ତେଣୁ ଏହି ୪ ଦିନ ସେମାନେ କୌଣସି କାମ କରିବାକୁ ବାରଣ କରାଯାଇଛି । ଏପରିକି ଫୁଙ୍ଗୁଳା ପାଦ ଧରିତ୍ରୀ ଉପରେ ରଖିବା ବି ମନା । ଏଥିପାଇଁ ଝିଅମାନେ ପାଦରେ ବାନ୍ଧିଥାନ୍ତି କଦଳି ପାଟୁକା । ରଜରେ ପାରମ୍ପରିକ ପିଠା ଖାଇ ଦୋଳିରେ ଝୁଲନ୍ତି କୁମାରୀ । ଗାଁ ଗାଁରେ ରଜଗୀତ ସାଙ୍ଗକୁ ରଜ ପାନରେ ମହକିବ ପରିବେଶ । ସଜେଇ ହୋଇ ଫୁଲ ଦୋଳିରେ ଝୁଲି ଝୁଲି ଭାଇର ମଙ୍ଗଳ ମନାସିବେ ଭଉଣୀ ।

ଆହୁରି ପଢ଼ନ୍ତୁ: ଶ୍ରୀଜୀଉଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଅଭିମୁଖେ ହଜାର ହଜାର ଭକ୍ତ: ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥରେ ପ୍ରବଳ ଟ୍ରାଫିକ୍ ଜାମ୍

13 Jun 2023 By The Sakala

ରଜପର୍ବ ପାଇଁ ଉତ୍ସବମୁଖର ହୋଇପଡ଼ିଲାଣି ଗାଁଠୁ ସହର, ଦିନକ ପୂର୍ବରୁ ଆଜି ସମସ୍ତେ ସଜବାଜରେ ମସଗୁଲ

ଭୁବନେଶ୍ୱର: ଆସନ୍ତାକାଲି ରଜ, ଆଜି ସଜବାଜ । ରଜର ମହକରେ ମହକି ଉଠୁଛି ପୁରପଲ୍ଲୀ । ରଜପର୍ବ ପାଇଁ ଉତ୍ସବମୁଖର ହୋଇପଡ଼ିଲାଣି ଗାଁଠୁ ସହର । ରଜର ଦିନକ ପୂର୍ବରୁ ଆଜି ସମସ୍ତେ ସଜବାଜରେ ମସଗୁଲ । ସଜେଇ ହେଉଛନ୍ତି କୁଆଁରୀମାନେ । ପରସ୍ପରକୁ ଅଳତା, କୁଂକୁମ, ମେହେନ୍ଦୀ ଲଗାଇ ଦେବା ସହ ଦୋଳି ଖେଳିବା ପାଇଁ ପ୍ରସ୍ତୁତ ହେଲେଣି । ରଜ ସଜବାଜରୁ ହିଁ ଗାଁରେ ତାସ୍, ଲୁଡୁ ଏବଂ ଚେସ୍ ଖେଳର ଆସର ଜମିଲାଣି । ଗାଁ ଗାଁରେ ଜମିବ ପିଠାପଣା ସାଙ୍ଗକୁ ଦୋଳିଖେଳର ଆସର । ଗାଁ ଦାଣ୍ଡରେ ଦୋଳି ଲଗା ସରିଛି । ସମସ୍ତଙ୍କ ଘରେ କୁଣିଆ ଆସି ପହଁଚି ଗଲେଣି । ଗାଁ ଝିଅମାନେ ବିଭିନ୍ନ ପ୍ରକାରର ନାଚ ଗୀତର ଅଭ୍ୟାସ କରୁଛନ୍ତି । ଏହାସହ ତାସର ଆସର ଜମିଲାଣି । ଦୋଳିଖେଳ ସାଙ୍ଗକୁ ନାଚଗୀତର ଆସର ଦେଖିବାକୁ ମିଳିବ ।

ଜ୍ୟେଷ୍ଠ ମାସ ଶେଷ ଓ ଆଷାଢ଼ର ପହିଲି ପୁଲକରେ ଆସେ ରଜ ପର୍ବ । ଆଜି ସଜବାଜ ହୋଇଥିବାବେଳେ କାଲି ପହିଲି ରଜ, ଦ୍ବିତୀୟ ଦିନ ରଜ ସଂକ୍ରାନ୍ତି, ତୃତୀୟ ଦିନ ଭୂମିଦାହ ବା ଭୂମି ଦହନ ଓ ଚତୁର୍ଥ ଦିନ ବସୁମତୀ ସ୍ନାନ ଭାବେ ପାଳନ କରାଯାଏ ।

ଆଷାଢର ପ୍ରଥମ ଜଳରେ ମା’ ମାଟି ହୁଏ ରଜସ୍ବଳା । ଏଥିପାଇଁ ଏହିଦିନ କୃଷିକର୍ମ ନିଷେଧ କରାଯାଇଥାଏ । ରଜ ପର୍ବରେ କୁଆଁରୀ ଝିଅ ଓ ବୋହୂ ମାକୁ ସମ୍ମାନ ଦିଆଯାଇଥାଏ । ତେଣୁ ଏହି ୪ ଦିନ ସେମାନେ କୌଣସି କାମ କରିବାକୁ ବାରଣ କରାଯାଇଛି । ଏପରିକି ଫୁଙ୍ଗୁଳା ପାଦ ଧରିତ୍ରୀ ଉପରେ ରଖିବା ବି ମନା । ଏଥିପାଇଁ ଝିଅମାନେ ପାଦରେ ବାନ୍ଧିଥାନ୍ତି କଦଳି ପାଟୁକା । ରଜରେ ପାରମ୍ପରିକ ପିଠା ଖାଇ ଦୋଳିରେ ଝୁଲନ୍ତି କୁମାରୀ । ଗାଁ ଗାଁରେ ରଜଗୀତ ସାଙ୍ଗକୁ ରଜ ପାନରେ ମହକିବ ପରିବେଶ । ସଜେଇ ହୋଇ ଫୁଲ ଦୋଳିରେ ଝୁଲି ଝୁଲି ଭାଇର ମଙ୍ଗଳ ମନାସିବେ ଭଉଣୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର