ଆଜି ପ୍ରବାଦ ପୁରୁଷ ବିଜୁବାବୁଙ୍କ ୧୦୮ତମ ଜନ୍ମ ଜୟନ୍ତୀ, ଟଲମ୍ୟାନଙ୍କ ସ୍ମୃତିକୁ ମନେ ପକାଉଛି ସାରା ଓଡ଼ିଶା

ବିଜୟାନନ୍ଦ ପଟ୍ଟନାୟକ ଓରଫ ବିଜୁ ପଟ୍ଟନାୟକ ଗୋଟିଏ ଜାତି ଓ ଗୋଟିଏ ରାଜ୍ୟର ପରିଚୟ। ଆଜି ହେଉଛି ସେହି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମ ଜୟନ୍ତୀ । ଓଡ଼ିଶାର ଗର୍ବ, ଗରିମା ଓ ସ୍ବାଭିମାନର ସ୍ବାକ୍ଷର ଆଙ୍କିଥିଲେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ। ୧୯୧୬ମାର୍ଚ୍ଚ ୫ରୁ ୧୯୯୭ ଏପ୍ରିଲ୍ ୧୭ ତାରିଖ-୮୧ ବର୍ଷର ଜୀବନ। ତାଙ୍କର ପ୍ରତିଟି ମୁହୂର୍ତ୍ତ ଥିଲା କର୍ମମୟ। ଦୁର୍ଦ୍ଧର୍ଷ ପାଇଲଟ୍‌, ସଫଳ ଶିଳ୍ପପତି, ବିଚକ୍ଷଣ ରାଜନୀତିଜ୍ଞ, ଦୂରଦ୍ରଷ୍ଟା,ସ୍ବାଭିମାନୀ, ସ୍ପଷ୍ଟବାଦୀ, ନିର୍ଭୀକ […]

ବିଜୟାନନ୍ଦ ପଟ୍ଟନାୟକ ଓରଫ ବିଜୁ ପଟ୍ଟନାୟକ ଗୋଟିଏ ଜାତି ଓ ଗୋଟିଏ ରାଜ୍ୟର ପରିଚୟ। ଆଜି ହେଉଛି ସେହି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମ ଜୟନ୍ତୀ । ଓଡ଼ିଶାର ଗର୍ବ, ଗରିମା ଓ ସ୍ବାଭିମାନର ସ୍ବାକ୍ଷର ଆଙ୍କିଥିଲେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ। ୧୯୧୬ମାର୍ଚ୍ଚ ୫ରୁ ୧୯୯୭ ଏପ୍ରିଲ୍ ୧୭ ତାରିଖ-୮୧ ବର୍ଷର ଜୀବନ। ତାଙ୍କର ପ୍ରତିଟି ମୁହୂର୍ତ୍ତ ଥିଲା କର୍ମମୟ। ଦୁର୍ଦ୍ଧର୍ଷ ପାଇଲଟ୍‌, ସଫଳ ଶିଳ୍ପପତି, ବିଚକ୍ଷଣ ରାଜନୀତିଜ୍ଞ, ଦୂରଦ୍ରଷ୍ଟା,ସ୍ବାଭିମାନୀ, ସ୍ପଷ୍ଟବାଦୀ, ନିର୍ଭୀକ ବ୍ୟକ୍ତିତ୍ବର ଅଧିକାରୀ ଥିଲେ ଏହି ସର୍ବମାନ୍ୟ ନେତା।

ପ୍ରବାଦପୁରୁଷ, ଭୂମିପୁତ୍ର, କଳିଙ୍ଗବୀର, ଦ୍ବିତୀୟ ଖାରବେଳ ଆଦି ଅନେକ ବିଶେଷଣରେ ଭୂଷିତ ବିଜୁବାବୁ ୧୯୧୬ ମସିହା ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପୈତୃକ ଗ୍ରାମ ଥିଲା ଗଞ୍ଜାମ ଜିଲ୍ଲାର ଜି-ନୂଆ ଗାଁ। ସ୍କୁଲ ଶିକ୍ଷା ସାରି ସେ ରେଭେନ୍ସା କଲେଜରେ ନାମ ଲେଖାଇଥିଲେ। ପାଇଲଟ୍‌ ହେବାର ଇଚ୍ଛା ଥିବାରୁ ସେ ବିମାନ ଚାଳନାରେ ତାଲିମ୍‌ ନେଲେ। ପ୍ରତ୍ୟେକ ଆହ୍ବାନକୁ ସାମ୍ନା କରିବାର ଅଦମ୍ୟ ସାହସ ତାଙ୍କଠାରେ ଥିଲା। ୧୯୪୬ରେ ଜବାହରଲାଲ୍ ନେହେରୁଙ୍କ ପରାମର୍ଶକ୍ରମେ ଇଣ୍ଡୋନେସିଆ ସ୍ବତନ୍ତ୍ରତା ସଂଗ୍ରାମର ଦୁଇ ତୁଙ୍ଗ ନେତାଙ୍କୁ ବିଜୁ ପଟ୍ଟନାୟକ ତାଙ୍କ ଡାକୋଟା ବିମାନରେ ଡଚ୍‌ମାନଙ୍କ କବଳରୁ ଉଦ୍ଧାର କରି ଦିଲ୍ଲୀ ନେଇ ଆସିଥିଲେ।

ସେଥିପାଇଁ ବିଜୁବାବୁଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଭୂମିପୁତ୍ର’ ପ୍ରଦାନ କରାଯାଇଥିଲା। ସ୍ବାଧୀନତା ପରେ କାଶ୍ମୀର ଉପରେ ପାକ୍ ଆକ୍ରମଣ କାଳରେ ଦୁର୍ଗମ ଅଞ୍ଚଳରେ ଶ୍ରୀନଗରରେ ଭାରତୀୟ ସୈନ୍ୟମାନଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ସେ ଦେଶବାସୀଙ୍କ ପ୍ରିୟଭାଜନ ହୋଇପାରିଥିଲେ। ୧୯୬୧ରେ ଓଡ଼ିଶାର ମଧ୍ୟବର୍ତ୍ତୀକାଳୀନ ବିଧାନସଭା ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସର ନେତୃତ୍ବ ନେଇ ୧୪୦ ଆସନରୁ ୮୨ଟିରେ ବିଜୟ ହାସଲ କରିଥିଲେ। ଏହି ସମୟରେ ବିଜୁବାକୁ ମାତ୍ର ୨ବର୍ଷ ୩ ମାସ ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହି ସ୍ବଳ୍ପ ସମୟରେ ବି ସେ ରାଜ୍ୟ ବିକାଶର ଦୃଢ ଭିତ୍ତିଭୂମି ପ୍ରତିଷ୍ଠା କରିଥିଲେ। ପାରାଦୀପ ବନ୍ଦର, ଏକ୍ସପ୍ରେସ୍‌ ହାଇୱେ , ମିଗ୍‌ ବିମାନ କାରଖାନା, ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ, ସୈନିକ ସ୍କୁଲ, ଆଦି ଅନେକ କୀର୍ତ୍ତି ତାଙ୍କ ମୁଖ୍ୟମନ୍ତ୍ରୀତ୍ବ ଅମଳରେ ଆରମ୍ଭ ହୋଇଥିଲା।

ସତୁରୀ ଦଶକରେ ସେ ମୋରାରଜୀ ଦେଶାଇଙ୍କ ପ୍ରଧାନମନ୍ତ୍ରୀତ୍ବ କାଳରେ ଇସ୍ପାତ, ଖଣି ଓ କୋଇଲା ବିଭାଗର ମନ୍ତ୍ରୀ ହୋଇଥିଲେ। ୧୯୯୦ରେ ତାଙ୍କ ନେତୃତ୍ବରେ ଗଠିତ ଜନତାଦଳ ଓଡ଼ିଶା ବିଧାନସଭାରେ ରେକର୍ଡ ସଂଖ୍ୟକ ୧୨୩ଟି ଆସନ ଦଖଲ କରିଥିଲା ଓ ସେ ଦ୍ବିତୀୟ ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ। ୧୭ ଏପ୍ରିଲ୍ ୧୯୯୭ରେ ଏହି ମହାନ ଜନନେତାଙ୍କର ମହାପ୍ରୟାଣ ଘଟିଥିଲା।

About The Author: The Sakala