ଆଜି ମହାଦେବଙ୍କ ମହାରାଧନାର ପର୍ବ ମହାଶିବରାତ୍ରୀ: ଜାଗର ପାଳନ ପାଇଁ ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବପୀଠ

Madhusudan Das Picture
Published On

ଭୁବନେଶ୍ୱର: ଆଜି ପବିତ୍ର ମହାଶିବରାତ୍ରୀ । ମହାଦେବଙ୍କ ମହାରାଧନାର ପର୍ବ । ଦେବାଦି ଦେବ ମହାଦେବଙ୍କ ଭକ୍ତଙ୍କ ପାଇଁ ଆଜି ବିଶେଷ ଦିନ। ମହାଶିବରାତ୍ରୀ ଅବସରରେ ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ସମସ୍ତ ଶୈବପୀଠ । ଜାଗର ଉପଲକ୍ଷେ ବିଭିନ୍ନ ଶୈବପୀଠରେ ସ୍ୱତନ୍ତ୍ର ନୀତିକାନ୍ତି ଓ ପୂଜାର୍ଚ୍ଚନା ଅନୁଷ୍ଠିତ ହେଉଛି । ମହାଶିବରାତ୍ରୀ ପାଇଁ ମାଟିରୁ ଆକାଶ ସବୁଠି ଶିବମୟ, ହର ହର ମହାଦେବ ନାରାରେ ପ୍ରକମ୍ପିତ ହେୁଛି ଲିଙ୍ଗରାଜରୁ ଲୋକନାଥ ଓ ଧବଳେଶ୍ବରରୁ କପିଳାସ ପୀଠ। ମହାଶିବରାତ୍ରୀ ପାଇଁ ସଜେଇ ହୋଇଛି ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର। ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଠାରୁ ଆରମ୍ଭ କରି ସଠିକ ସମୟରେ ସମସ୍ତ ନୀତି ସମ୍ପାଦନ ଓ ମହାଦୀପ ଉଠିବା ନେଇ ନୀତିନିର୍ଘଣ୍ଟ ଧାର୍ୟ୍ୟ ହୋଇଛି । ରାତି ୧୦ଟାରେ ମହାଦୀପ ଉଠିବା ପାଇଁ ସହମତି ହୋଇଛି । 

ଆହୁରି ପଢ଼ନ୍ତୁ: ସଂସଦ ଭବନ ସମେତ ଦିଲ୍ଲୀର ୯ଟି ପ୍ରମୁଖ ସ୍କୁଲକୁ ବୋମା ଧମକ, ଇମେଲରେ ଲେଖାଅଛି- ‘ଦିଲ୍ଲୀ ବନେଗା ଖାଲିସ୍ତାନ’

ଜାଗର ପାଇଁ ଶ୍ରୀ ଲିଙ୍ଗରାଜ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲିକ୍ଷିତ ହୋଇଛି । ମନ୍ଦିର ମୁଖ୍ୟ ଫାଟକ ଠାରୁ ଆରମ୍ଭ ହୋଇ ବହୁତ ଦୂର ପର୍ଯ୍ୟନ୍ତ ଲୋକଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଛି । ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି । ସୁରକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇଛି । ସେହିପରି ରାଜ୍ୟର ପ୍ରମୁଖ ଶୈବପୀଠ ଯେପରି ପୁରୀର ଶ୍ରୀଲୋକନାଥ ପୀଠ, ଆଠଗଡର ଧବଳେଶ୍ବର, ଢେଙ୍କାନାଳର କପିଳାସ, ଆରଡିର ଆଖଣ୍ଡଳମଣି, ବାଲେଶ୍ବରର ପଞ୍ଚଲିଙ୍ଗେଶ୍ବର, ଜଳେଶ୍ବରର ଚନ୍ଦନେଶ୍ବର, ଭୋଗରାଇର ଭୁଷଣ୍ଡେଶ୍ବର, କୋରାପୁଟର ଗୁପ୍ତେଶ୍ବର ଭଳି ଶୈବ ପୀଠରେ ମହାଶିବରାତ୍ରୀ ଆଡ଼ମ୍ବରର ସହ ପାଳନ କରାଯାଉଛି । ସମସ୍ତ ଶୈବପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳୁଛି । ଭକ୍ତମାନେ ଯେପରି ଶୃଙ୍ଖଳିତ ଦର୍ଶନ କରିପାରିବେ ସେଥିପାଇଁ ବ୍ୟାରିକେଡ୍, ସ୍ବତନ୍ତ୍ର ପୁଲିସ କଣ୍ଟ୍ରୋଲ ରୁମର ବ୍ୟବସ୍ଥା କରାଯାଇଛି ।

ଆହୁରି ପଢ଼ନ୍ତୁ: ରାଜଧାନୀ କାର୍ ଦୁର୍ଘଟଣା ପଛରେ ହତ୍ୟା ରହସ୍ୟ: ତଣ୍ଟି କାଟି ପ୍ରେମିକକୁ ମାରିଦେଲା ପ୍ରେମିକା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp