ପୌର ନିର୍ବାଚନ ପାଇଁ ଆଜି ସରିବ ନାମାଙ୍କନ ଦାଖଲ

The Sakala Picture
Published On

ଭୁବନେଶ୍ୱର: ପୌର ଏବଂ ମହାନଗର ନିଗମ ନିର୍ବାଚନ ଲାଗି ଆଜି ନାମାଙ୍କନ ଦାଖଲର ଶେଷ ଦିନ । ଅନେକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରି ନଥିବାରୁ ଆଜି ଭିଡ଼ ଜମିପାରେ । ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ମେୟର ପାଇଁ ବିଜେଡି ଓ ବିଜେପି ପ୍ରାର୍ଥୀ ଘୋଷଣା କରିସାରିଛି । ହେଲେ କଂଗ୍ରେସ ଏ ପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହିଁ । ଆଜି ନାମାଙ୍କନ ପତ୍ର ଦାଖଲର ଅନ୍ତିମ ଦିନ ହୋଇଥିବାରୁ କଂଗ୍ରେସ ପ୍ରାର୍ଥୀ ଘୋଷଣା […]

ଭୁବନେଶ୍ୱର: ପୌର ଏବଂ ମହାନଗର ନିଗମ ନିର୍ବାଚନ ଲାଗି ଆଜି ନାମାଙ୍କନ ଦାଖଲର ଶେଷ ଦିନ । ଅନେକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରି ନଥିବାରୁ ଆଜି ଭିଡ଼ ଜମିପାରେ । ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ମେୟର ପାଇଁ ବିଜେଡି ଓ ବିଜେପି ପ୍ରାର୍ଥୀ ଘୋଷଣା କରିସାରିଛି । ହେଲେ କଂଗ୍ରେସ ଏ ପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହିଁ । ଆଜି ନାମାଙ୍କନ ପତ୍ର ଦାଖଲର ଅନ୍ତିମ ଦିନ ହୋଇଥିବାରୁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିବ ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

ମାର୍ଚ୍ଚ ୨ ତାରିଖରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଆସନ୍ତା ୯ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ଆସନ୍ତା ୧୪ ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିହେବ । ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ରାଜ୍ୟର ୧୦୬ଟି ମ୍ୟୁନିସିପାଲିଟି ଓ ଏନ୍ଏସି ଏବଂ ୩ଟି ମହାନଗର ନିଗମ ନିର୍ବାଚନ ପାଇଁ ହେବ ଭୋଟ୍ ନିଆଯିବ । ୨୬ ତାରିଖରେ ଭୋଟ ଗଣତି ହେବ ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ୭ ହୋଇଥିଲେ ବି ପ୍ରାର୍ଥୀମାନେ ୯ ତାରିଖ ସୁଦ୍ଧା ଦଳୀୟ ଟିକେଟ୍ ଦାଖଲ କରିପାରିବେ । ଟିକେଟ୍ ଦାଖଲ ନ କଲେ ସେମାନଙ୍କୁ ସ୍ବାଧୀନ ପ୍ରାର୍ଥୀ ଭାବେ ବିବେଚନା କରାଯିବ । ତେବେ ପ୍ରାର୍ଥିପତ୍ର ଦାଖଲ କରୁଥିବା ପ୍ରାର୍ଥୀମାନେ ନିଜ ନିଜ ବିଧାୟକଙ୍କ ଠାରୁ ଟିକେଟ୍ ପାଇବା ନେଇ ନିର୍ଭର ପ୍ରତିଶ୍ରୁତି ପାଇଥିବା କହିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର