ଆଜି ପବିତ୍ର ଉତ୍କଳ ଦିବସ

The Sakala Picture
Published On

ଆଜି ପବିତ୍ର ଉତ୍କଳ ଦିବସ।  ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗର୍ବ ଓ ଗୌରବର ଦିନ। । ୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖ । ଓଡ଼ିଆ ଜାତିର ତେଜୋଦୀପ୍ତ ଅସ୍ମିତାର ସୁରକ୍ଷା ନେଇ ଏକ ସୁଦୀର୍ଘ ସଂଗ୍ରାମର କାହାଣୀ କୁହେ ଏହି ତାରିଖ । ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖଟିକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସାରା […]

ଆଜି ପବିତ୍ର ଉତ୍କଳ ଦିବସ।  ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗର୍ବ ଓ ଗୌରବର ଦିନ। । ୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖ । ଓଡ଼ିଆ ଜାତିର ତେଜୋଦୀପ୍ତ ଅସ୍ମିତାର ସୁରକ୍ଷା ନେଇ ଏକ ସୁଦୀର୍ଘ ସଂଗ୍ରାମର କାହାଣୀ କୁହେ ଏହି ତାରିଖ । ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖଟିକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସାରା ରାଜ୍ୟ । ଏହି ଦିନ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ଜନ୍ମ ନେଇଥିଲା। ପୂର୍ବରୁ ଉତ୍କଳ ଖଣ୍ଡ ବିଖଣ୍ଡିତ ହୋଇ ପଡ଼ି ରହିଥିଲା। ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ବରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ, ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା।

ଆହୁରି ପଢ଼ନ୍ତୁ: ନିଟ୍‌‌ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ଭୁବନେଶ୍ୱରରେ ପହଞ୍ଚି ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦୋହରାଇଲେ ନବୀନ

ଉତ୍କଳ ଗୌରବ ମଧୁସୂଦନ ଦାସ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ରାଧାନାଥ ରାୟ, ସ୍ବଭାବକବି ଗଙ୍ଗାଧର ମେହେରଙ୍କ ପରି ଓଡ଼ିଶାର ବୀରପୁତ୍ରମାନେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ସଂଘର୍ଷ କରିଥିଲେ। ଏହି ବୀରପୁତ୍ରଙ୍କ ଉଦ୍ୟମରେ ୧୯୦୩ରେ ପ୍ରଥମେ ଗଠନ ହେଲା ‘ଉତ୍କଳ ସମ୍ମିଳନୀ’। ଅବିଶ୍ରାନ୍ତ ସଂଗ୍ରାମ ପରେ ୧୯୩୬ ମସିହା ଏପ୍ରିଲ୍ ୧ରେ ଗଠନ ହେଲା ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ। ପ୍ରଥମେ ଓଡ଼ିଶା ରାଜ୍ୟ ୬ଟି ଜିଲ୍ଲା କଟକ, ପୁରୀ, ବାଲେଶ୍ବର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଗଠନ କରାଯାଇଥିଲା। ୧୯୫୦ ମସିହା ଜାନୁଅାରୀ ୨୬ ତାରିଖରେ ଓଡ଼ିଶାରେ ଆଉ ୭ଟି ଜିଲ୍ଲା ଯୋଗ ହୋଇ ମୋଟ ୧୩ଟି ଜିଲ୍ଲା ହେଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନଃବିଭାଜନ କରି ୩୦ଟି ଜିଲ୍ଲାରେ ବିଭକ୍ତ କରାଗଲା। ପ୍ରତିବର୍ଷ ଏପ୍ରିଲ୍ ପହିଲା ଦିନଟିକୁ ‘ଉତ୍କଳ ଦିବସ’ ଭାବେ ପାଳନ କରାଯାଇ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରାଯାଏ।

ଆହୁରି ପଢ଼ନ୍ତୁ: ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ: ବିଜେଡି

01 Apr 2024 By The Sakala

ଆଜି ପବିତ୍ର ଉତ୍କଳ ଦିବସ

ଆଜି ପବିତ୍ର ଉତ୍କଳ ଦିବସ।  ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗର୍ବ ଓ ଗୌରବର ଦିନ। । ୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖ । ଓଡ଼ିଆ ଜାତିର ତେଜୋଦୀପ୍ତ ଅସ୍ମିତାର ସୁରକ୍ଷା ନେଇ ଏକ ସୁଦୀର୍ଘ ସଂଗ୍ରାମର କାହାଣୀ କୁହେ ଏହି ତାରିଖ । ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖଟିକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସାରା ରାଜ୍ୟ । ଏହି ଦିନ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ଜନ୍ମ ନେଇଥିଲା। ପୂର୍ବରୁ ଉତ୍କଳ ଖଣ୍ଡ ବିଖଣ୍ଡିତ ହୋଇ ପଡ଼ି ରହିଥିଲା। ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ବରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ, ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା।

ଉତ୍କଳ ଗୌରବ ମଧୁସୂଦନ ଦାସ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ରାଧାନାଥ ରାୟ, ସ୍ବଭାବକବି ଗଙ୍ଗାଧର ମେହେରଙ୍କ ପରି ଓଡ଼ିଶାର ବୀରପୁତ୍ରମାନେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ସଂଘର୍ଷ କରିଥିଲେ। ଏହି ବୀରପୁତ୍ରଙ୍କ ଉଦ୍ୟମରେ ୧୯୦୩ରେ ପ୍ରଥମେ ଗଠନ ହେଲା ‘ଉତ୍କଳ ସମ୍ମିଳନୀ’। ଅବିଶ୍ରାନ୍ତ ସଂଗ୍ରାମ ପରେ ୧୯୩୬ ମସିହା ଏପ୍ରିଲ୍ ୧ରେ ଗଠନ ହେଲା ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ। ପ୍ରଥମେ ଓଡ଼ିଶା ରାଜ୍ୟ ୬ଟି ଜିଲ୍ଲା କଟକ, ପୁରୀ, ବାଲେଶ୍ବର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଗଠନ କରାଯାଇଥିଲା। ୧୯୫୦ ମସିହା ଜାନୁଅାରୀ ୨୬ ତାରିଖରେ ଓଡ଼ିଶାରେ ଆଉ ୭ଟି ଜିଲ୍ଲା ଯୋଗ ହୋଇ ମୋଟ ୧୩ଟି ଜିଲ୍ଲା ହେଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନଃବିଭାଜନ କରି ୩୦ଟି ଜିଲ୍ଲାରେ ବିଭକ୍ତ କରାଗଲା। ପ୍ରତିବର୍ଷ ଏପ୍ରିଲ୍ ପହିଲା ଦିନଟିକୁ ‘ଉତ୍କଳ ଦିବସ’ ଭାବେ ପାଳନ କରାଯାଇ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରାଯାଏ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର