ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରାବଣ ଶୁକ୍ଳ ପ୍ରତିପଦ ତିଥିରେ ବୁଧବାର ଅର୍ଥାତ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। 

About The Author: Madhusudan Das