ଆଜି ଶ୍ରୀଜିଉଙ୍କ ସୁନାବେଶ: ମହଣମହଣ ସୁନା‌ରେ ଝଲସିବେ ମହାବାହୁ

The Sakala Picture
Published On

ପୁରୀ: ବୁଧବାର ଆଷାଢ଼ ଶୁକ୍ଳ ଏକାଦଶୀ। ଏହି ପବିତ୍ର ତିଥିରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ସୁନାବେଶ। ମହଣ ମହଣ ସୁନା ଅଳଙ୍କାରରେ ସଜେଇ ହେବେ ରଥାରୂଢ଼ ଦାରୁବିଗ୍ରହ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଏହି ଅପୂର୍ବ ବେଶ ଲାଗି ଏଥର ଶ୍ରୀମନ୍ଦିର ପରିସର ଅସ୍ଥାୟୀ ବାହାର ଭଣ୍ଡାର (ଚାଙ୍ଗଡ଼ା ଘର)ରୁ ବାହାରିବ ମହଣମହଣ ସୁନା ଓ ରୁପା ଅଳଙ୍କାର। ବହୁବିଧ ରତ୍ନଅଳଙ୍କାର ଲାଗି ହୋଇ ରଥ ଉପରେ ଭକ୍ତଙ୍କୁ ଦର୍ଶନ […]

ପୁରୀ: ବୁଧବାର ଆଷାଢ଼ ଶୁକ୍ଳ ଏକାଦଶୀ। ଏହି ପବିତ୍ର ତିଥିରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ସୁନାବେଶ। ମହଣ ମହଣ ସୁନା ଅଳଙ୍କାରରେ ସଜେଇ ହେବେ ରଥାରୂଢ଼ ଦାରୁବିଗ୍ରହ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଏହି ଅପୂର୍ବ ବେଶ ଲାଗି ଏଥର ଶ୍ରୀମନ୍ଦିର ପରିସର ଅସ୍ଥାୟୀ ବାହାର ଭଣ୍ଡାର (ଚାଙ୍ଗଡ଼ା ଘର)ରୁ ବାହାରିବ ମହଣମହଣ ସୁନା ଓ ରୁପା ଅଳଙ୍କାର। ବହୁବିଧ ରତ୍ନଅଳଙ୍କାର ଲାଗି ହୋଇ ରଥ ଉପରେ ଭକ୍ତଙ୍କୁ ଦର୍ଶନ ଦେବେ ଦାରୁବ୍ରହ୍ମ। ବୁଧବାର ପୂର୍ବାହ୍ନରେ ଅସ୍ଥାୟୀ ବାହାର ରତ୍ନଭଣ୍ଡାର (ଚାଙ୍ଗଡା ଘର) ଖୋଲାଯିବ।

ଆହୁରି ପଢ଼ନ୍ତୁ: ମନ୍ଦ ଉଦ୍ଦେଶ୍ୟରେ ଆସିଥିବା ଡିଲିମିଟେସନ ବିଲ୍‌ କାଟ୍‌ ଖାଇଲା: ବିଜେଡି

ସେଥିରୁ ସୁନାବେଶ ଲାଗି ଆବଶ୍ୟକ ଅଳଙ୍କାର ବାହାର କରାଯିବ। ଭଣ୍ଡାରମେକାପ ଓ ବଣିଆଙ୍କ ଉପସ୍ଥିତିରେ ଅଳଙ୍କାରଗୁଡ଼ିକ ସଫା ହେବ। ରଥ ଉପରେ ମହାପ୍ରଭୁଙ୍କ ମଇଲମ ଓ ଏକାଦଶୀ ସର୍ବାଙ୍ଗ ନୀତି ବଢ଼଼ିବା ପରେ ଅପରାହ୍ଣ ୫ଟାରୁ ସୁନାବେଶ ଆରମ୍ଭ ହେବ। ନିର୍ଘଣ୍ଟ ସମୟ ପୂର୍ବରୁ ଅର୍ଥାତ୍‌‌ ସଅଳ ନୀତିକାନ୍ତି କରାଯିବା ଲାଗି ପୂର୍ବରୁ ଦଇତାପତିଙ୍କ ସହ ପ୍ରଶାସନର ଆଲୋଚନା ବେଳେ ନିଷ୍ପତ୍ତି ନିଆଯାଇଛି। ସେହିପରି ସୁନାବେଶ ସମୟରେ ରଥାରୂଢ଼ ଠାକୁରଙ୍କ ସମ୍ମୁଖରେ କୌଣସି ସେବାୟତ ରହିବେ ନାହିଁ। ଫଳରେ ଶ୍ରଦ୍ଧାଳୁମାନେ ଭଲ ଭାବେ ଦର୍ଶନ କରିପାରିବେ। ସେହିପରି ରଥ ଉପରକୁ ଅଣସେବାୟତ ଚଢ଼ିବେ ନାହିଁ। ସେହିପରି କୌଣସି ସେବାୟତ ମୋବାଇଲ ଫୋନ ନେଇପାରିବେ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସ୍ପଷ୍ଟ କରିଛନ୍ତି। ଯଦି କେହି ଏହାକୁ ନ ମାନନ୍ତି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି।

ଆହୁରି ପଢ଼ନ୍ତୁ:  INS ଚିଲିକାରେ ଆଉ ଜଣେ ଅଗ୍ନିବୀରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

17 Jul 2024 By The Sakala

ଆଜି ଶ୍ରୀଜିଉଙ୍କ ସୁନାବେଶ: ମହଣମହଣ ସୁନା‌ରେ ଝଲସିବେ ମହାବାହୁ

ପୁରୀ: ବୁଧବାର ଆଷାଢ଼ ଶୁକ୍ଳ ଏକାଦଶୀ। ଏହି ପବିତ୍ର ତିଥିରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ସୁନାବେଶ। ମହଣ ମହଣ ସୁନା ଅଳଙ୍କାରରେ ସଜେଇ ହେବେ ରଥାରୂଢ଼ ଦାରୁବିଗ୍ରହ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଏହି ଅପୂର୍ବ ବେଶ ଲାଗି ଏଥର ଶ୍ରୀମନ୍ଦିର ପରିସର ଅସ୍ଥାୟୀ ବାହାର ଭଣ୍ଡାର (ଚାଙ୍ଗଡ଼ା ଘର)ରୁ ବାହାରିବ ମହଣମହଣ ସୁନା ଓ ରୁପା ଅଳଙ୍କାର। ବହୁବିଧ ରତ୍ନଅଳଙ୍କାର ଲାଗି ହୋଇ ରଥ ଉପରେ ଭକ୍ତଙ୍କୁ ଦର୍ଶନ ଦେବେ ଦାରୁବ୍ରହ୍ମ। ବୁଧବାର ପୂର୍ବାହ୍ନରେ ଅସ୍ଥାୟୀ ବାହାର ରତ୍ନଭଣ୍ଡାର (ଚାଙ୍ଗଡା ଘର) ଖୋଲାଯିବ।

ସେଥିରୁ ସୁନାବେଶ ଲାଗି ଆବଶ୍ୟକ ଅଳଙ୍କାର ବାହାର କରାଯିବ। ଭଣ୍ଡାରମେକାପ ଓ ବଣିଆଙ୍କ ଉପସ୍ଥିତିରେ ଅଳଙ୍କାରଗୁଡ଼ିକ ସଫା ହେବ। ରଥ ଉପରେ ମହାପ୍ରଭୁଙ୍କ ମଇଲମ ଓ ଏକାଦଶୀ ସର୍ବାଙ୍ଗ ନୀତି ବଢ଼଼ିବା ପରେ ଅପରାହ୍ଣ ୫ଟାରୁ ସୁନାବେଶ ଆରମ୍ଭ ହେବ। ନିର୍ଘଣ୍ଟ ସମୟ ପୂର୍ବରୁ ଅର୍ଥାତ୍‌‌ ସଅଳ ନୀତିକାନ୍ତି କରାଯିବା ଲାଗି ପୂର୍ବରୁ ଦଇତାପତିଙ୍କ ସହ ପ୍ରଶାସନର ଆଲୋଚନା ବେଳେ ନିଷ୍ପତ୍ତି ନିଆଯାଇଛି। ସେହିପରି ସୁନାବେଶ ସମୟରେ ରଥାରୂଢ଼ ଠାକୁରଙ୍କ ସମ୍ମୁଖରେ କୌଣସି ସେବାୟତ ରହିବେ ନାହିଁ। ଫଳରେ ଶ୍ରଦ୍ଧାଳୁମାନେ ଭଲ ଭାବେ ଦର୍ଶନ କରିପାରିବେ। ସେହିପରି ରଥ ଉପରକୁ ଅଣସେବାୟତ ଚଢ଼ିବେ ନାହିଁ। ସେହିପରି କୌଣସି ସେବାୟତ ମୋବାଇଲ ଫୋନ ନେଇପାରିବେ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସ୍ପଷ୍ଟ କରିଛନ୍ତି। ଯଦି କେହି ଏହାକୁ ନ ମାନନ୍ତି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର