ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା; ରତ୍ନ ସିଂହାସନ ଛାଡି ବଡ଼ଦାଣ୍ଡକୁ ଓଲ୍ହାଇ ଆସିବେ ବ୍ରହ୍ମାଣ୍ଡ ଠାକୁର

The Sakala Picture
Published On

ପୁରୀ: ଆଜି ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରତ୍ନବେଦୀ ଛାଡି ରଥାରୁଢ଼ ହୋଇ ଜନ୍ମବେଦୀକୁ ଯିବେ ମହାପ୍ରଭୁ । ମହାପ୍ରଭୁଙ୍କ ୯ ଦିନିଆ ରଥଯାତ୍ରା ପାଇଁ ରଥ-ପଥ ଓ ଭକ୍ତ ପ୍ରସ୍ତୁତ ଅଛନ୍ତି । ରଥଯାତ୍ରା ପାଇଁ ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ସକାଳ ସାଢ଼େ ୯ଟାରେ ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହେବ […]

ପୁରୀ: ଆଜି ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରତ୍ନବେଦୀ ଛାଡି ରଥାରୁଢ଼ ହୋଇ ଜନ୍ମବେଦୀକୁ ଯିବେ ମହାପ୍ରଭୁ । ମହାପ୍ରଭୁଙ୍କ ୯ ଦିନିଆ ରଥଯାତ୍ରା ପାଇଁ ରଥ-ପଥ ଓ ଭକ୍ତ ପ୍ରସ୍ତୁତ ଅଛନ୍ତି । ରଥଯାତ୍ରା ପାଇଁ ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ସକାଳ ସାଢ଼େ ୯ଟାରେ ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ଣ ୪ଟାରେ ଗଡ଼ିବା ଆରମ୍ଭ କରିବ ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ଆଜି ସକାଳ ୬ଟାରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ହୋଇଛି । ୬ଟା ୧୦ରେ ମଇଲମ, ୬ଟା ୩୦ରେ ତଡ଼ପ ଲାଗି, ରୋଷହୋମ ଓ ୭ଟାରେ ଅବକାଶ ପରେ ୭ଟା ୧୦ରେ ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ବାରପାଳ ପୂଜା ଏବଂ ବେଶ ଶେଷ କରାଯାଇଛି । ସେହିପରି ସକାଳ ୮ଟାରୁ ୯ଟା ଯାଏଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ ନୀତି ପରେ ୯ଟା ୧୫ରେ ମଙ୍ଗଳାର୍ପଣ କରାଯିବ। ଦିନ ୧୨ଟା ୩୦ରୁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ଶ୍ରୀଶ୍ରୀ ମଦନମୋହନ, ଶ୍ରୀଶ୍ରୀ ରାମ ଓ ଶ୍ରୀଶ୍ରୀ କୃଷ୍ଣ ବିଜେ, ୧ଟା ୩୦ରୁ ୨ଟା ୩୦ ପର୍ଯ୍ୟନ୍ତ ଚିତାଲାଗି, ବେଶ ଶେଷ ହେବ । ୨ଟା ୩୦ରୁ ୩ଟା ୩୦ ଯାଏଁ ଛେରାପହଁରା, ୩ଟାରୁ ୪ଟା ପର୍ଯ୍ୟନ୍ତ ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲଗାଯିବ ଆଉ ଏହାପରେ ରଥଟଣା ଆରମ୍ଭ ହେବ ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ଆଜି ଆଷାଢ଼ ଶୁକ୍ଲ ପକ୍ଷ ଦ୍ବିତୀୟା ତିଥିରେ ବଡ଼ଦାଣ୍ଡରେ ଭଗବାନ-ଭକ୍ତ-ରଥ-ପଥର ମହାମିଳନ ପର୍ବ ଅନୁଷ୍ଠିତ ହେବ। ଆରମ୍ଭ ହେବ, ମହାପ୍ରଭୁଙ୍କ ନବ ଦିନାତ୍ମକ ଯାତ୍ରା। ଭାଇଭଉଣୀଙ୍କ ସହିତ ଭଗବାନ ଶ୍ରୀଜଗନ୍ନାଥ ଘୋଷଯାତ୍ରାରେ ବାହାରିବେ। ଏଥର ମଧ୍ୟ ଆଖି ଝଲସା ଫୁଲରେ ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର ଓ ଶ୍ରୀଗୁଣ୍ଡିଚା ମନ୍ଦିର। ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ଚଳଚଞ୍ଚଳ ହୋଇଉଠିଛି ପୁଣ୍ୟଭୂମି ଶ୍ରୀକ୍ଷେତ୍ର।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

20 Jun 2023 By The Sakala

ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା; ରତ୍ନ ସିଂହାସନ ଛାଡି ବଡ଼ଦାଣ୍ଡକୁ ଓଲ୍ହାଇ ଆସିବେ ବ୍ରହ୍ମାଣ୍ଡ ଠାକୁର

ପୁରୀ: ଆଜି ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରତ୍ନବେଦୀ ଛାଡି ରଥାରୁଢ଼ ହୋଇ ଜନ୍ମବେଦୀକୁ ଯିବେ ମହାପ୍ରଭୁ । ମହାପ୍ରଭୁଙ୍କ ୯ ଦିନିଆ ରଥଯାତ୍ରା ପାଇଁ ରଥ-ପଥ ଓ ଭକ୍ତ ପ୍ରସ୍ତୁତ ଅଛନ୍ତି । ରଥଯାତ୍ରା ପାଇଁ ଲୋକାରଣ୍ୟ ହେବାରେ ଲାଗିଛି ବଡ଼ଦାଣ୍ଡ । ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ସକାଳ ସାଢ଼େ ୯ଟାରେ ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ଣ ୪ଟାରେ ଗଡ଼ିବା ଆରମ୍ଭ କରିବ ।

ଆଜି ସକାଳ ୬ଟାରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ହୋଇଛି । ୬ଟା ୧୦ରେ ମଇଲମ, ୬ଟା ୩୦ରେ ତଡ଼ପ ଲାଗି, ରୋଷହୋମ ଓ ୭ଟାରେ ଅବକାଶ ପରେ ୭ଟା ୧୦ରେ ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ବାରପାଳ ପୂଜା ଏବଂ ବେଶ ଶେଷ କରାଯାଇଛି । ସେହିପରି ସକାଳ ୮ଟାରୁ ୯ଟା ଯାଏଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ ନୀତି ପରେ ୯ଟା ୧୫ରେ ମଙ୍ଗଳାର୍ପଣ କରାଯିବ। ଦିନ ୧୨ଟା ୩୦ରୁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ଶ୍ରୀଶ୍ରୀ ମଦନମୋହନ, ଶ୍ରୀଶ୍ରୀ ରାମ ଓ ଶ୍ରୀଶ୍ରୀ କୃଷ୍ଣ ବିଜେ, ୧ଟା ୩୦ରୁ ୨ଟା ୩୦ ପର୍ଯ୍ୟନ୍ତ ଚିତାଲାଗି, ବେଶ ଶେଷ ହେବ । ୨ଟା ୩୦ରୁ ୩ଟା ୩୦ ଯାଏଁ ଛେରାପହଁରା, ୩ଟାରୁ ୪ଟା ପର୍ଯ୍ୟନ୍ତ ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲଗାଯିବ ଆଉ ଏହାପରେ ରଥଟଣା ଆରମ୍ଭ ହେବ ।

ଆଜି ଆଷାଢ଼ ଶୁକ୍ଲ ପକ୍ଷ ଦ୍ବିତୀୟା ତିଥିରେ ବଡ଼ଦାଣ୍ଡରେ ଭଗବାନ-ଭକ୍ତ-ରଥ-ପଥର ମହାମିଳନ ପର୍ବ ଅନୁଷ୍ଠିତ ହେବ। ଆରମ୍ଭ ହେବ, ମହାପ୍ରଭୁଙ୍କ ନବ ଦିନାତ୍ମକ ଯାତ୍ରା। ଭାଇଭଉଣୀଙ୍କ ସହିତ ଭଗବାନ ଶ୍ରୀଜଗନ୍ନାଥ ଘୋଷଯାତ୍ରାରେ ବାହାରିବେ। ଏଥର ମଧ୍ୟ ଆଖି ଝଲସା ଫୁଲରେ ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର ଓ ଶ୍ରୀଗୁଣ୍ଡିଚା ମନ୍ଦିର। ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ଚଳଚଞ୍ଚଳ ହୋଇଉଠିଛି ପୁଣ୍ୟଭୂମି ଶ୍ରୀକ୍ଷେତ୍ର।

https://www.thesakala.in/latest-odisha-news/today-world-famous-rath-yatra-2023-celebrate-in-puri/article-22764
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର