ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା, ସିଂହଦ୍ୱାରରେ ଶ୍ରୀଜୀଉଙ୍କ ଅପେକ୍ଷାରେ ତିନିରଥ

The Sakala Picture
Published On

ପୁରୀ: ଅଣସର ପରେ ନବଦିନାତ୍ମକ ଯାତ୍ରାରେ ଜନ୍ମବେଦୀକୁ ଯିବା ପାଇଁ ପ୍ରସ୍ତୁତ ହେଉଛନ୍ତି ମହାବାହୁ। ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟାରେ ରଥାରୂଢ଼ ହୋଇ ଚତୁର୍ଦ୍ଧାବିଗ୍ରହ ଯିବେ ଗୁଣ୍ଡିଚା ମନ୍ଦିର। ନୀଳକନ୍ଦରରୁ ବଡ଼ାଦାଣ୍ଡକୁ ଓହ୍ଲାଇ ଆସିବେ ନୀଳାଦ୍ରିନାଥ। ଦାରୁଦିଅଁଙ୍କ ଆଗମନକୁ ସିଂହଦ୍ୱାରରେ ଅପେକ୍ଷା କରି ରହିଛନ୍ତି ତିନିରଥ। ରଥ ଉପରେ ଶ୍ରୀଜୀଉଙ୍କୁ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲାଗିଛି ଗହଳଚହଳ। ୫୩ ବର୍ଷ ପରେ ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ଯୋଗ ପଡ଼ିଛି । ଗୋଟିଏ ଦିନରେ ନେତ୍ର ଉତ୍ସବ, ନବଯୌବନ […]

ପୁରୀ: ଅଣସର ପରେ ନବଦିନାତ୍ମକ ଯାତ୍ରାରେ ଜନ୍ମବେଦୀକୁ ଯିବା ପାଇଁ ପ୍ରସ୍ତୁତ ହେଉଛନ୍ତି ମହାବାହୁ। ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟାରେ ରଥାରୂଢ଼ ହୋଇ ଚତୁର୍ଦ୍ଧାବିଗ୍ରହ ଯିବେ ଗୁଣ୍ଡିଚା ମନ୍ଦିର। ନୀଳକନ୍ଦରରୁ ବଡ଼ାଦାଣ୍ଡକୁ ଓହ୍ଲାଇ ଆସିବେ ନୀଳାଦ୍ରିନାଥ। ଦାରୁଦିଅଁଙ୍କ ଆଗମନକୁ ସିଂହଦ୍ୱାରରେ ଅପେକ୍ଷା କରି ରହିଛନ୍ତି ତିନିରଥ। ରଥ ଉପରେ ଶ୍ରୀଜୀଉଙ୍କୁ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲାଗିଛି ଗହଳଚହଳ।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

୫୩ ବର୍ଷ ପରେ ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ଯୋଗ ପଡ଼ିଛି । ଗୋଟିଏ ଦିନରେ ନେତ୍ର ଉତ୍ସବ, ନବଯୌବନ ଓ ଶ୍ରୀଗୁଣ୍ଡିଚା  । ଏଥିପାଇଁ ସ୍ବତନ୍ତ୍ର ନୀତିକାନ୍ତି କରାଯାଇଛି । ରାତ୍ର ୨ ଟାରୁ ଦ୍ୱାର ଫିଟାଯାଇ  ୨ ଟା ୪୦ ରେ ଦଶବତାର ଠାକୁର ବାହୁଡା଼ ବିଜେ, ୩ ଟାରେ ତାଟି ପିଠାଯାଇଥିଲା, ପ୍ରତ୍ୟୁଷ ୪ଟା ରେ ନେତ୍ରଉତ୍ସବ ବନ୍ଦାପନା, ୪ଟା ୪୫ରେ ଯାତ୍ରାଙ୍ଗୀ ମହାସ୍ନାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ବିଜେପିର ଜନବିରୋଧୀ ନୀତି ପାଇଁ ଓଡ଼ିଶା ଉପେକ୍ଷିତ: ବିଜେଡି

ସକାଳ ୬ ରୁ ୭ ଟା ଗୋପାଳ ବଲ୍ଳଭ ଓ ସକାଳ ଧୂପ, ୭. ୩୦ରୁ ୧୨ ଟା ସେନାପଟା ଲାଗି, ଦିନ ୧୧ ଟାରେ ରଥ ପ୍ରତିଷ୍ଠା, ଦିନ ୧ ଟାରେ ମଙ୍ଗଳା ଅର୍ପଣ, ଗୋଟାଏ ୧୦ରେ ରେ ପହଣ୍ଡି ଆରମ୍ଭ ହୋଇ ୨ ଟା ୩୦ରେ ଶେଷ ହେବ । ୩ଟାରେ ଶ୍ରୀମଦନ ମୋହନ, ରାମକୃଷ୍ଣ ବିଜେ, ୪ ଟାରେ ଗଜପତି ମହାରାଜାଙ୍କ ଦ୍ୱାରା ଛେରାପହଁରା ପରେ ଚାରମାଳ ପିଟାହେବା ସହ ସାରଥୀ, ଘୋଡା ଲଗାଯିବ । ସନ୍ଧ୍ୟା ୫ ଟାରେ ରଥ ଟଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ  । ଚଳିତ ବର୍ଷ ଦୁଇଦିନ ହେବ ରଥଟଣା ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଲଜ୍ଜା: ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ଅନ୍ୟପକ୍ଷରେ ମହାପ୍ରଭୁଙ୍କ ଘୋଷଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହିତ ସମ୍ପନ୍ନ କରିବା ଲାଗି ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। କଡ଼ା ସୁରକ୍ଷା ବଳୟରେ ରହିଛି ପୁରୀ। ଅତ୍ୟାଧୁନିକ ସିସିଟିଭି କ୍ୟାମେରା ଲାଗିଥିବାବେଳେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ)ର ସହାୟତା ନିଆଯାଇଛି। ଓଡ଼ିଶା ପୁଲିସ ଚଳିତବର୍ଷ ପ୍ରଥମଥର ଟ୍ରାଫିକ ସୁପରିଚାଳନା ନିମନ୍ତେ ପବ୍ଲିକ ଆନାଉନ୍ସମେଣ୍ଟ ଡ୍ରୋନ(ପିଏଡି)ର ସହାୟତା ନେଇଛି। ଏଥିସହ ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର