ମର୍ମନ୍ତୁଦ ସଡକ ଦୁର୍ଘଟଣା : ଅଟୋକୁ ପିଟିଲା କାର୍,୩ ଜଣଙ୍କ ମୃତ୍ୟୁ, ୬ ଗୁରୁତର

The Sakala Picture
Published On

ସୋନପୁର: ୫୭ ନମ୍ବର ଜାତୀୟ ରାଜପଥ ସୋନପୁର ଜିଲ୍ଲାର ଖାରି ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଆଜି ସକାଳେ ଏହି ଅଭାବନୀୟ ଘଟଣା ଘଟିଛି। ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତ କରାଯାଇଛି । ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ ବଲାଙ୍ଗିର […]

ସୋନପୁର: ୫୭ ନମ୍ବର ଜାତୀୟ ରାଜପଥ ସୋନପୁର ଜିଲ୍ଲାର ଖାରି ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଆଜି ସକାଳେ ଏହି ଅଭାବନୀୟ ଘଟଣା ଘଟିଛି। ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତ କରାଯାଇଛି । ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ପ୍ରେମିକା ଘରକୁ ଯାଇଥିବା ଯୁବକଙ୍କୁ ପିଟିପିଟି ଜିଅନ୍ତା ଜାଳିଦେଲେ ପରିବାର ଲୋକେ !

ସୂଚନା ଅନୁଯାୟୀ ବଲାଙ୍ଗିର ରାଘବପାଲିରୁ ଚାରା ବ୍ୟବସାୟମାନେ ପ୍ରତିଦିନ ସୋନପୁରକୁ ଚାରା ବିକ୍ରି କରିବା ପାଇଁ ଆସିଥାନ୍ତି। ଆଜି ସକାଳେ ମଧ୍ୟ ୮ଜଣ ଚାରା ବ୍ୟବସାୟୀ ଏକ ଅଟୋରେ ଚାରା ବିକ୍ରି କରିବା ପାଇଁ ଆସିଥିଲେ। ବଡ଼ବାହାଲି ଛକରେ ଅଟୋ ରଖି ଏକ ବାଇକ୍ ଆରୋହୀଙ୍କ ସହ କଥା ହେଉଥିଲେ। ଏହି ସମୟରେ ସୋନପୁରରୁ ବଲାଙ୍ଗିର ଅଭିମୁଖେ ଯାଉଥିବା ଏକ କାର୍ ଦ୍ରୁତଗତିରେ ଆସି ପ୍ରଥମେ ଅଟୋକୁ ଧକ୍କା ଦେଇଥିଲା। ପରେ ଅଟୋପାଖରେ ଠିଆ ହୋଇଥିବା ବାଇକ୍‌କୁ ଧକ୍କା ଦେଇଥିଲା।

ଆହୁରି ପଢ଼ନ୍ତୁ: ପୌର ନିର୍ବାଚନ ପ୍ରସ୍ତୁତି ଜୋରଦାର: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି

ଅଟୋରେ ଥିବା ୮ଜଣ ଚାରା ବ୍ୟବସାୟୀଙ୍କ ମଧ୍ୟରୁ ୩ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା ବେଳେ ୫ ଜଣ ଗୁରୁତର ହୋଇଥିଲେ। ସେହିପରି ଜଣେ ବାଇକ୍‌ ଆରୋହୀ ମଧ୍ୟ ଆହତ ହୋଇଥିଲେ। ସ୍ଥାନୀୟ ଲୋକ ସମସ୍ତଙ୍କୁ ଉଦ୍ଧାର କରି ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ଦୁର୍ଘଟଣା ଘଟାଇଥିବା କାର୍‌ରେ କେତେ ଜଣ ଥିଲେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। କାର୍‌ ଭିତରେ ଜଣେ ପୁଲିସ ଇନ୍ସପେକ୍ଟରଙ୍କ ଥ୍ରୀଷ୍ଟାର ଡ୍ରେସରେ ଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସ୍ ଚିନ୍ତା: ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ପାର୍, ସ୍ଥିତି ଉପରେ ସ୍ୱାସ୍ଥ୍ୟ ବିଭାଗର ନଜର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର