ମିଶନ ଶକ୍ତିକୁ ମିଳିବ ଅବ୍ୟବହୃତ ସରକାରୀ ସମ୍ପତ୍ତି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତ ମାନଙ୍କରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲା, ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦିଆଯିବ । ଦୁଇ ମାସ ମଧ୍ୟରେ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପଞ୍ଚାୟତ ଠାରୁ ଆରମ୍ଭ କରି ବ୍ଲକ ଓ ଜିଲ୍ଲା ସ୍ତରରରେ ଅନେକ ଅବ୍ୟବହୃତ ସରକାରୀ ସମ୍ପତ୍ତି ଯଥା- ସରକାରୀ କୋଠା, […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତ ମାନଙ୍କରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲା, ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦିଆଯିବ । ଦୁଇ ମାସ ମଧ୍ୟରେ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ପଞ୍ଚାୟତ ଠାରୁ ଆରମ୍ଭ କରି ବ୍ଲକ ଓ ଜିଲ୍ଲା ସ୍ତରରରେ ଅନେକ ଅବ୍ୟବହୃତ ସରକାରୀ ସମ୍ପତ୍ତି ଯଥା- ସରକାରୀ କୋଠା, ଦୋକାନ ଘର, ଗଡ଼ିଆ ଓ ପୋଖରୀ ଇତ୍ୟାଦି ରହିଛି । ଏଗୁଡ଼ିକୁ ସମ୍ପୃକ୍ତ ଜିଲ୍ଲା ବ୍ଳକ ଓ ପଞ୍ଚାୟତରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦିଆଗଲେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାନେ ଏହାକୁ ସେ ଅଞ୍ଚଳର ସାମାଜିକ ଓ ଆର୍ଥିକ ବିକାଶରେ ଲଗାଇ ପାରିବେ । ସାଧାରଣ ଲୋକ ଉପକାର ପାଇବେ । ମିଶନ ଶକ୍ତିର ମାଆମାନେ ତାକୁ ଆଥିର୍କ କାର୍ଯ୍ଯରେ ଲଗାଇ ପାରିବେ ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହିଳା ମାନଙ୍କ ସଶକ୍ତିକରଣ ସବୁବେଳେ ତାଙ୍କ ସରକାରର ପ୍ରାଥମିକତା ରହିଆସିଛି । ମିଶନ ଶକ୍ତି ଆଜି ପରିବର୍ତ୍ତନର କର୍ଣ୍ଣଧାର ହୋଇଛି । ମାଆ ମାନଙ୍କର ଏହି ନୀରବ ଆନ୍ଦୋଳନକୁ ଆହୁରି ମଜଭୁତ୍ କରିବାରେ ଏହି ପଦକ୍ଷେପ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗର ମାନ୍ୟତା ଦେଇଛନ୍ତି । ଆମର ସତୁରୀ ଲକ୍ଷ ମାଆ ମାନଙ୍କୁ ସଶକ୍ତ କରିବାରେ ଏହି ଆହୁରି ଦକ୍ଷତାର ସହ ସେବା ଯୋଗାଇବ ବୋଲି ଆଶା ରଖିଛନ୍ତି ସରକାର ।

08 Apr 2021 By The Sakala

ମିଶନ ଶକ୍ତିକୁ ମିଳିବ ଅବ୍ୟବହୃତ ସରକାରୀ ସମ୍ପତ୍ତି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲା, ବ୍ଲକ ଏବଂ ପଞ୍ଚାୟତ ମାନଙ୍କରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲା, ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦିଆଯିବ । ଦୁଇ ମାସ ମଧ୍ୟରେ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ପଞ୍ଚାୟତ ଠାରୁ ଆରମ୍ଭ କରି ବ୍ଲକ ଓ ଜିଲ୍ଲା ସ୍ତରରରେ ଅନେକ ଅବ୍ୟବହୃତ ସରକାରୀ ସମ୍ପତ୍ତି ଯଥା- ସରକାରୀ କୋଠା, ଦୋକାନ ଘର, ଗଡ଼ିଆ ଓ ପୋଖରୀ ଇତ୍ୟାଦି ରହିଛି । ଏଗୁଡ଼ିକୁ ସମ୍ପୃକ୍ତ ଜିଲ୍ଲା ବ୍ଳକ ଓ ପଞ୍ଚାୟତରେ ଥିବା ମିଶନ ଶକ୍ତି ମହାସଂଘ ମାନଙ୍କୁ ଦିଆଗଲେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାନେ ଏହାକୁ ସେ ଅଞ୍ଚଳର ସାମାଜିକ ଓ ଆର୍ଥିକ ବିକାଶରେ ଲଗାଇ ପାରିବେ । ସାଧାରଣ ଲୋକ ଉପକାର ପାଇବେ । ମିଶନ ଶକ୍ତିର ମାଆମାନେ ତାକୁ ଆଥିର୍କ କାର୍ଯ୍ଯରେ ଲଗାଇ ପାରିବେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହିଳା ମାନଙ୍କ ସଶକ୍ତିକରଣ ସବୁବେଳେ ତାଙ୍କ ସରକାରର ପ୍ରାଥମିକତା ରହିଆସିଛି । ମିଶନ ଶକ୍ତି ଆଜି ପରିବର୍ତ୍ତନର କର୍ଣ୍ଣଧାର ହୋଇଛି । ମାଆ ମାନଙ୍କର ଏହି ନୀରବ ଆନ୍ଦୋଳନକୁ ଆହୁରି ମଜଭୁତ୍ କରିବାରେ ଏହି ପଦକ୍ଷେପ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗର ମାନ୍ୟତା ଦେଇଛନ୍ତି । ଆମର ସତୁରୀ ଲକ୍ଷ ମାଆ ମାନଙ୍କୁ ସଶକ୍ତ କରିବାରେ ଏହି ଆହୁରି ଦକ୍ଷତାର ସହ ସେବା ଯୋଗାଇବ ବୋଲି ଆଶା ରଖିଛନ୍ତି ସରକାର ।

https://www.thesakala.in/latest-odisha-news/transfer-unused-govt-property-to-shgs/article-1350
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର