ଚଳନ୍ତା ବାଇକ୍ ଉପରେ ପଡ଼ିଲା ଗଛ ଡାଳ, ଯୁବକଙ୍କ ପେଟରେ ପଶିଲା ଶୁଖିଲା କାଠ

Madhusudan Das Picture
Published On

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ଏକ ହୃଦୟ ବିଦାରକ ଏବଂ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଯାଉଥିବା ବେଳେ ଜଣେ ବାଇକ୍ ଆରୋହୀଙ୍କ ଉପରେ ଏକ ଶୁଖିଲା ଗଛଡ଼ାଳ ଖସି ପଡ଼ିବାରୁ ତାହା ତାଙ୍କ ପେଟରେ ପଶିଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ଡିଜିଟାଲ ପୋଲିସିଂରେ ଓଡ଼ିଶା ପୋଲିସର ନୂଆ ପଦକ୍ଷେପ, ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

ଆହତ ଯୁବକ ଜଣକ ହେଲେ କଂସାର ଗାଁର ଅଜୟ ପ୍ରଧାନଙ୍କ ପୁଅ ପବିତ୍ର ପ୍ରଧାନ (୨୨)। ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସକାଳେ ପବିତ୍ର ନିଜ ବାଇକ୍‌ ଯୋଗେ କେନ୍ଦ୍ରାପଡ଼ା ସହରକୁ ଯାଉଥିଲେ। ସେ କେନ୍ଦ୍ରାପଡ଼ା ସଦର ଥାନା ଅଧୀନସ୍ଥ ଗଣ୍ଡାକିଆ ରାସ୍ତା ଦେଇ ଯାଉଥିବା ସମୟରେ ରାସ୍ତା କଡ଼ରେ ଥିବା ଏକ ଶୁଖିଲା ଗଛର ଡ଼ାଳ ହଠାତ୍ ତାଙ୍କ ଉପରକୁ ଖସି ପଡ଼ିଥିଲା। ଫଳରେ ଗଛର ଏକ ଭଙ୍ଗା ଅଂଶ ତାଙ୍କ ପେଟରେ ଗଭୀର ଭାବେ ପଶିଯାଇଥିଲା। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।

ଆହୁରି ପଢ଼ନ୍ତୁ: ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶାରେ ଚାଲିଛି ଜୋରଦାର ପ୍ରସ୍ତୁତି, ମା’ଙ୍କ ପାଖରେ ଲାଗିହେବ ନବାନ୍ନ

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ। ପ୍ରଥମେ ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ଉନ୍ନତ ଚିକିତ୍ସା ନିମନ୍ତେ କଟକର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ଯୁବକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଅଗ୍ନି ନିରାପତ୍ତା ନଥିଲେ ସାବଧାନ: ଆଜିଠୁ ସାରା ରାଜ୍ୟରେ ଅଗ୍ନିଶମ ବିଭାଗର ସରପ୍ରାଇଜ୍ ଯାଞ୍ଚ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର