Cyclone Montha Update; ବାତ୍ୟା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ୨ ଦିନ ସ୍କୁଲ୍‌ ଛୁଟି

Deviprasad Mohanty Picture
Published On

ଭୁବନେଶ୍ବର: ଧୀରେ ଧିରେ ଉପକୂଳ ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା ମନ୍ଥା। ଆନ୍ଧ୍ରପ୍ରଦେଶର ମଛଲିପଟ୍ଟନମ୍ -କଳିଙ୍ଗପଟ୍ଟନମ୍ ମଧ୍ୟବର୍ତ୍ତୀ ଅଞ୍ଚଳ କାକିନାଡା ନିକଟରେ ଏହା ସ୍ଥଳଭାଗ ଛୁଇଁବ।  ଓଡିଶାରେ ପହଞ୍ଚିବାବେଳକୁ ଦୁର୍ବଳ ହୋଇଯାଇଥିବ। ତେବେ ବାତ୍ୟା ମୋନ୍ଥା ପାଇଁ  ଖୋର୍ଦ୍ଧା ଜିଲ୍ଲାରେ ୨ ଦିନ ସ୍କୁଲ୍‌ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ଯ ବନ୍ଦ ରହିବ। ୨୮ ଓ ୨୯ ତାରିଖ ଦୁଇ ଦିନ ଛୁଟି ରହିବ। ଦୁଇ ଦିନ ଛୁଟି ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

ଅନ୍ୟପକ୍ଷରେ, ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତାକାଲିଠୁ ୩୦ ଯାଏ ୮ ଜିଲାରେ ସ୍କୁଲ ବନ୍ଦ ରହିବ। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ସ୍କୁଲ ବନ୍ଦ ରହିବ। ଏହା ସହିତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର