ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଚାଲିଗଲା ଦୁଇ ଜଣକ ଜୀବନ

The Sakala Picture
Published On

ନବରଙ୍ଗପୁର: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ । ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଚାଳକଙ୍କ ମୃତ୍ୟୁ ଘଟିଛି । ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ନିକଟରେ ଘଟିଛି ଏହି ଦୁର୍ଘଟଣା । ମୃତକ ଦୁଇଜଣ ହେଲେ ଅମିତ ବାଘ ଏବଂ ତ୍ରିଲୋଚନ ଯାନୀ । ଅମିତଙ୍କ ଘର ବଡ଼ ଡାଇଭଟ୍ଟା ହୋଇଥିବା ବେଳେ ତ୍ରିଲୋଚନଙ୍କ ଘର ନବରଙ୍ଗପୁର ସହରରେ । ତ୍ରିଲୋଚନ ସହର ଉପକଣ୍ଠ କୋରାପୁଟ ଜିଲ୍ଲାର ଆଉଁଳି ସ୍ଥିତ […]

ନବରଙ୍ଗପୁର: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ । ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଚାଳକଙ୍କ ମୃତ୍ୟୁ ଘଟିଛି । ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ନିକଟରେ ଘଟିଛି ଏହି ଦୁର୍ଘଟଣା । ମୃତକ ଦୁଇଜଣ ହେଲେ ଅମିତ ବାଘ ଏବଂ ତ୍ରିଲୋଚନ ଯାନୀ । ଅମିତଙ୍କ ଘର ବଡ଼ ଡାଇଭଟ୍ଟା ହୋଇଥିବା ବେଳେ ତ୍ରିଲୋଚନଙ୍କ ଘର ନବରଙ୍ଗପୁର ସହରରେ ।

ଆହୁରି ପଢ଼ନ୍ତୁ: ଚନ୍ଦନ ଯାତ୍ରାବେଳେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ, ସିସିଟିଭି ସହ ରହିବ କଡ଼ା ସୁରକ୍ଷା ବ୍ୟବସ୍ଥା

ତ୍ରିଲୋଚନ ସହର ଉପକଣ୍ଠ କୋରାପୁଟ ଜିଲ୍ଲାର ଆଉଁଳି ସ୍ଥିତ ଏକ ଢ଼ାବାରେ କାମ କରନ୍ତି । କାମ ସରିବା ପରେ ସେ ବାଇକରେ ନିଜ ଘରକୁ ଫେରୁଥିବା ବେଳେ ବିପରୀତ ଦିଗରୁ ବାଇକରେ ଆସୁଥିବା ଅମିତଙ୍କ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣା ସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ଘଟିଥିଲା । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହାସହ ଦୁଇ ବାଇକକୁ ଜବତ କରି ଘଟଣାର ତଦନ୍ତ କରୁଛି ।

ଆହୁରି ପଢ଼ନ୍ତୁ: ‘ଇଣ୍ଡିଆ’ ମେଣ୍ଟ ବୈଠକରେ ବିଜେଡି ସଂସଦୀୟ ଦଳ ନେତା; ଜାତୀୟ ରାଜନୀତିରେ ବିଜେଡି ଚର୍ଚ୍ଚା

22 Dec 2024 By The Sakala

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଚାଲିଗଲା ଦୁଇ ଜଣକ ଜୀବନ

ନବରଙ୍ଗପୁର: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ । ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଚାଳକଙ୍କ ମୃତ୍ୟୁ ଘଟିଛି । ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ନିକଟରେ ଘଟିଛି ଏହି ଦୁର୍ଘଟଣା । ମୃତକ ଦୁଇଜଣ ହେଲେ ଅମିତ ବାଘ ଏବଂ ତ୍ରିଲୋଚନ ଯାନୀ । ଅମିତଙ୍କ ଘର ବଡ଼ ଡାଇଭଟ୍ଟା ହୋଇଥିବା ବେଳେ ତ୍ରିଲୋଚନଙ୍କ ଘର ନବରଙ୍ଗପୁର ସହରରେ ।

ତ୍ରିଲୋଚନ ସହର ଉପକଣ୍ଠ କୋରାପୁଟ ଜିଲ୍ଲାର ଆଉଁଳି ସ୍ଥିତ ଏକ ଢ଼ାବାରେ କାମ କରନ୍ତି । କାମ ସରିବା ପରେ ସେ ବାଇକରେ ନିଜ ଘରକୁ ଫେରୁଥିବା ବେଳେ ବିପରୀତ ଦିଗରୁ ବାଇକରେ ଆସୁଥିବା ଅମିତଙ୍କ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣା ସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ଘଟିଥିଲା । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହାସହ ଦୁଇ ବାଇକକୁ ଜବତ କରି ଘଟଣାର ତଦନ୍ତ କରୁଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର