ଶାଗ ସଂଗ୍ରହ କରିବାକୁ ଯାଇ ହାତୀ ଆକ୍ରମଣରେ ୨ ମୃତ, ଜଣେ ଆହତ

The Sakala Picture
Published On

ବାରିପଦା: ଜଙ୍ଗଲକୁ ଶାଗ ସଂଗ୍ରହ କରିବାକୁ ଯାଇ ହାତୀ ଆକ୍ରମଣରେ ଗଲା ଜୀବନ। ଏପରି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବନଖଣ୍ଡର ବିଶୋଇ ରେଞ୍ଜର ଟୁଙ୍ଗୁରୁ ଜଙ୍ଗଲରେ। ସୂଚନା ଅନୁଯାୟୀ, ବିଶୋଇ ଥାନା ଦୁଧକୁଣ୍ଡି ଗ୍ରାମର ଦୁଇଜଣ ମହିଳା ଓ ଜଣେ ନାବାଳିକା ଗାଁ ପାଖ ଜଙ୍ଗଲକୁ ଶାଗ ସଂଗ୍ରହ କରିବାକୁ ଯାଇଥିଲେ । ଏହି ସମୟରେ ସେମାନେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଥିଲା । ମୃତକ […]

ବାରିପଦା: ଜଙ୍ଗଲକୁ ଶାଗ ସଂଗ୍ରହ କରିବାକୁ ଯାଇ ହାତୀ ଆକ୍ରମଣରେ ଗଲା ଜୀବନ। ଏପରି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବନଖଣ୍ଡର ବିଶୋଇ ରେଞ୍ଜର ଟୁଙ୍ଗୁରୁ ଜଙ୍ଗଲରେ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ସୂଚନା ଅନୁଯାୟୀ, ବିଶୋଇ ଥାନା ଦୁଧକୁଣ୍ଡି ଗ୍ରାମର ଦୁଇଜଣ ମହିଳା ଓ ଜଣେ ନାବାଳିକା ଗାଁ ପାଖ ଜଙ୍ଗଲକୁ ଶାଗ ସଂଗ୍ରହ କରିବାକୁ ଯାଇଥିଲେ । ଏହି ସମୟରେ ସେମାନେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଥିଲା । ମୃତକ ଦ୍ୱୟ ହେଲେ ମେଘନା ବିନ୍ଧାଣି (୮ବର୍ଷ ) ଓ କାନ୍ଦିରି ମୁର୍ମୁ (୪୫ବର୍ଷ )।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

ତେବେ ଧାନୀ ବିନ୍ଧାଣି (୩୦ ବର୍ଷ ) ନାମକ ମହିଳାଙ୍କ ଅବସ୍ଥା ଗୁରୁତର ଥିବା ଜଣା ପଡ଼ିଛି। ତାଙ୍କୁ ବାରିପଦା ପିଆରଏମ ମେଡିକାଲ କଲେଜ ଓ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର ପାଇ ଜଙ୍ଗଲ ବିଭାଗ କର୍ମଚାରୀ ପହଂଚି ଉଦ୍ଧାର କାର୍ଯ୍ୟ ଚଳାଇଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର