ବଙ୍ଗୋପସାଗରରେ ସୃଷ୍ଟି ହେଲା ୨ଟି ଲଘୁଚାପ କ୍ଷେତ୍ର, ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଏକାସଙ୍ଗେ ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଦକ୍ଷିଣ ଗୁଜରାଟ ଓ ତା’ର ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ଏବଂ ଦକ୍ଷିଣପଶ୍ଚିମ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି (ଜୁନ୍ ୧୭ ତାରିଖ) ସକାଳ ସାଢେ ୫ଟା ସମୟରେ ଦକ୍ଷିଣପଶ୍ଚିମ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ […]

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଏକାସଙ୍ଗେ ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଦକ୍ଷିଣ ଗୁଜରାଟ ଓ ତା’ର ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ଏବଂ ଦକ୍ଷିଣପଶ୍ଚିମ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି (ଜୁନ୍ ୧୭ ତାରିଖ) ସକାଳ ସାଢେ ୫ଟା ସମୟରେ ଦକ୍ଷିଣପଶ୍ଚିମ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ହେବ। ଏହାର ପ୍ରଭାବରେ ରାଜ୍ୟରେ ୨୦ ତାରିଖ ଯାଏ ବର୍ଷା ଲାଗି ରହିବ।

ସେପଟେ ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ ଜିଲ୍ଲାରେ ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ବିଜୁଳି ଘଡଘତି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଝାରସୁଗୁଡ଼ା, ଦେଓଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ସମ୍ୱଲପୁର, ଅନୁଗୁଳ, ବରଗଡ ଏବଂ ଢେଙ୍କାନାଳ ଜିଲ୍ଲାରେ ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ, ସମ୍ୱଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଳା, ବଲାଙ୍ଗିର, କନ୍ଧମାଳ, ନବରଂଗପୁର, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ଆଶଙ୍କା ରହିଛି। ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଯୋଗୁଁ ୧୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଓ ଏହାର ପାର୍ଶବର୍ତ୍ତି ସମୁଦ୍ର ମଧ୍ୟରେ ପବନର ବେଗ ୪୦-୫୦ ଓ ଝଟକା ପବନ ୬୦ କିମି ଛୁଇଁବାର ଆଶଙ୍କା ରହିଛି। ଏଥିପାଇଁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ଓଡ଼ିଶା ଉପକୂଳ ଏବଂ ପାଶ୍ୱର୍ବର୍ତ୍ତି ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।

About The Author: The Sakala