ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ : ଆରବ ସାଗର ଓ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା…

The Sakala Picture
Published On

ଭୁବନେଶ୍ୱର : ଆସନ୍ତା ସପ୍ତାହ ଦୁଇଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିମଧ୍ୟରୁ ଗୋଟିଏ ଆରବସାଗର ଓ ଅନ୍ୟଟି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ। ତେବେ ଉଭୟ ଲଘୁଚାପ ସୃଷ୍ଟି ହେବା ପରେ ଅଧିକ ଘନୀଭୂତ ହେବାର ସମ୍ଭାବନାକୁ ଏଡ଼ାଇ ଦିଆଯାଇନପାରେ। ପାଣିପାଗ ବିଶେଷଜ୍ଞ ପ୍ରଫେସର୍‌ ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ଯେ ମଡେଲ୍‌ରୁ ଜଣାପଡ଼ୁଛି ଯେ ୨୩ ତାରିଖ କେନ୍ଦ୍ରୀୟ-ପୂର୍ବ ଆରବ ସାଗରରେ ମହାରାଷ୍ଟ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୪ରେ ଏହା ପ୍ରଭାବରେ […]

ଭୁବନେଶ୍ୱର : ଆସନ୍ତା ସପ୍ତାହ ଦୁଇଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିମଧ୍ୟରୁ ଗୋଟିଏ ଆରବସାଗର ଓ ଅନ୍ୟଟି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ। ତେବେ ଉଭୟ ଲଘୁଚାପ ସୃଷ୍ଟି ହେବା ପରେ ଅଧିକ ଘନୀଭୂତ ହେବାର ସମ୍ଭାବନାକୁ ଏଡ଼ାଇ ଦିଆଯାଇନପାରେ। ପାଣିପାଗ ବିଶେଷଜ୍ଞ ପ୍ରଫେସର୍‌ ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ଯେ ମଡେଲ୍‌ରୁ ଜଣାପଡ଼ୁଛି ଯେ ୨୩ ତାରିଖ କେନ୍ଦ୍ରୀୟ-ପୂର୍ବ ଆରବ ସାଗରରେ ମହାରାଷ୍ଟ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୪ରେ ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇ ଅଧିକ ଘନୀଭୂତ ହେବ। ଏହା ଉତ୍ତର ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୫ରେ ବାତ୍ୟା ଓ ୨୭ରେ ଭୀଷଣ ବାତ୍ୟାରେ ପରିଣତ ହୋଇ ୨୯ରେ ଗୁଜୁରାଟ ଉପକୂଳ ଛୁଇଁବ।

ଆହୁରି ପଢ଼ନ୍ତୁ: ପ୍ରବଳ ବର୍ଷାରେ ସ୍ଥିତି ବେହାଲ: ରାଜ୍ୟର ୫ଟି ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା

ଅନ୍ୟପଟେ କେନ୍ଦ୍ରୀୟ ପୂର୍ବ-ବଙ୍ଗୋପସାଗରରେ ଥାଇଲାଣ୍ଡ ଉପକୂଳ ନିକଟରେ ୨୭ତାରିଖରେ ଏକ ଘୂର୍ଣ୍ଣିବଳୟ ଓ ୨୮ରେ ଏହା ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବ। ୨୯ରେ ଏହା ଅବପାତରେ ପରିଣତ ହେବ। ପ୍ରାଥମିକ ଆକଳନରୁ ଜଣାପଡ଼ୁଛି ଯେ ଏହା ୨୯ କିମ୍ବା ୩୦ ବେଳକୁ ବାଂଲାଦେଶ/ପଶ୍ଚିମବଙ୍ଗ ଉପକୂଳ ଛୁଇଁପାରେ। ତେବେ ଆଗକୁ ଏହା ଉପରେ ତୀକ୍ଷ୍ଣ ନଜର ରହିବ ବୋଲି ପ୍ରଫେସର୍‌ ପଶୁପାଳକ କହିଛନ୍ତି।

ଆହୁରି ପଢ଼ନ୍ତୁ: ଆକାଶମାର୍ଗରୁ ବନ୍ୟାଞ୍ଚଳର ଅନୁଧ୍ୟାନ କଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

ଅନ୍ୟପଟେ ରାଜ୍ୟରେ ବର୍ତ୍ତମାନ ଅସହ୍ୟ ଗୁଳୁଗୁଳି ଓ ଗରମ ସହ କାଳବୈଶାଖୀ ବର୍ଷା ଜାରି ରହିଛି। ଏଭଳି ସ୍ଥିତି ଆହୁରି ୫ଦିନ ଯାଏ ଜାରି ରହିବା ସହ ସୋମବାର ଯାଏଁ ଉଷ୍ମ ଓ ଆର୍ଦ୍ର ସ୍ଥିତି ସୃଷ୍ଟି ହେବ। ବର୍ତ୍ତମାନ କେନ୍ଦ୍ରୀୟ ହରିୟାଣା, ଉତ୍ତର ପ୍ରଦେଶ, ବିହାର ଓ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ଏକ ଟ୍ରଫ୍‌-ଲାଇନ୍‌ କେନ୍ଦ୍ରୀୟ ପଞ୍ଜାବ ଦେଇ ଉତ୍ତର ବଂଲାଦେଶ ଯାଇ ଲମ୍ୱିଛି। ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ନେଇ ସ୍ଥିତି ସୁହାଉଛି। ଏହି ଦୁଇ ନିୟାମକ କାଳବୈଶାଖୀ ବର୍ଷାକୁ ଆହୁରି ସକ୍ରିୟ କରୁଥିବାରୁ ୨୨ ଯାଏ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ବନ୍ୟା ପାଣିରେ ବୁଡ଼ିଲା ବିଏସଏଫ୍ କ୍ୟାମ୍ପ: ରାତିସାରା ଗଛ ଓ ଛାତ ଉପରେ ଫସି ରହିଲେ ଯବାନ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ବଲାଙ୍ଗୀର ଓ ନୂଆପଡା ଆଦି ୧୫ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକରେ ୩୦ରୁ ୫୦ କିମି ବେଗରେ ପବନ ବହିବା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି ହୋଇଛି। ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଏହି ୫ଜିଲ୍ଲାକୁ ଉଷ୍ମ ଓ ଆର୍ଦ୍ର ସ୍ଥିତି ପାଇଁ ୟେଲୋୱାର୍ଣ୍ଣିଂ ଜାରି ହୋଇଛି। ଗତ ୨୪ଘଣ୍ଟାରେ ରାଜ୍ୟର ୩ଟି ଜିଲ୍ଲାରେ ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ତାପମାତ୍ରା ରହିଥିବା ବେଳେ ୪୦.୬ ଡିଗ୍ରୀ ସହ ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି।

19 May 2025 By The Sakala

ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ : ଆରବ ସାଗର ଓ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା…

ଭୁବନେଶ୍ୱର : ଆସନ୍ତା ସପ୍ତାହ ଦୁଇଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିମଧ୍ୟରୁ ଗୋଟିଏ ଆରବସାଗର ଓ ଅନ୍ୟଟି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ। ତେବେ ଉଭୟ ଲଘୁଚାପ ସୃଷ୍ଟି ହେବା ପରେ ଅଧିକ ଘନୀଭୂତ ହେବାର ସମ୍ଭାବନାକୁ ଏଡ଼ାଇ ଦିଆଯାଇନପାରେ। ପାଣିପାଗ ବିଶେଷଜ୍ଞ ପ୍ରଫେସର୍‌ ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ଯେ ମଡେଲ୍‌ରୁ ଜଣାପଡ଼ୁଛି ଯେ ୨୩ ତାରିଖ କେନ୍ଦ୍ରୀୟ-ପୂର୍ବ ଆରବ ସାଗରରେ ମହାରାଷ୍ଟ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୪ରେ ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇ ଅଧିକ ଘନୀଭୂତ ହେବ। ଏହା ଉତ୍ତର ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୫ରେ ବାତ୍ୟା ଓ ୨୭ରେ ଭୀଷଣ ବାତ୍ୟାରେ ପରିଣତ ହୋଇ ୨୯ରେ ଗୁଜୁରାଟ ଉପକୂଳ ଛୁଇଁବ।

ଅନ୍ୟପଟେ କେନ୍ଦ୍ରୀୟ ପୂର୍ବ-ବଙ୍ଗୋପସାଗରରେ ଥାଇଲାଣ୍ଡ ଉପକୂଳ ନିକଟରେ ୨୭ତାରିଖରେ ଏକ ଘୂର୍ଣ୍ଣିବଳୟ ଓ ୨୮ରେ ଏହା ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବ। ୨୯ରେ ଏହା ଅବପାତରେ ପରିଣତ ହେବ। ପ୍ରାଥମିକ ଆକଳନରୁ ଜଣାପଡ଼ୁଛି ଯେ ଏହା ୨୯ କିମ୍ବା ୩୦ ବେଳକୁ ବାଂଲାଦେଶ/ପଶ୍ଚିମବଙ୍ଗ ଉପକୂଳ ଛୁଇଁପାରେ। ତେବେ ଆଗକୁ ଏହା ଉପରେ ତୀକ୍ଷ୍ଣ ନଜର ରହିବ ବୋଲି ପ୍ରଫେସର୍‌ ପଶୁପାଳକ କହିଛନ୍ତି।

ଅନ୍ୟପଟେ ରାଜ୍ୟରେ ବର୍ତ୍ତମାନ ଅସହ୍ୟ ଗୁଳୁଗୁଳି ଓ ଗରମ ସହ କାଳବୈଶାଖୀ ବର୍ଷା ଜାରି ରହିଛି। ଏଭଳି ସ୍ଥିତି ଆହୁରି ୫ଦିନ ଯାଏ ଜାରି ରହିବା ସହ ସୋମବାର ଯାଏଁ ଉଷ୍ମ ଓ ଆର୍ଦ୍ର ସ୍ଥିତି ସୃଷ୍ଟି ହେବ। ବର୍ତ୍ତମାନ କେନ୍ଦ୍ରୀୟ ହରିୟାଣା, ଉତ୍ତର ପ୍ରଦେଶ, ବିହାର ଓ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ଏକ ଟ୍ରଫ୍‌-ଲାଇନ୍‌ କେନ୍ଦ୍ରୀୟ ପଞ୍ଜାବ ଦେଇ ଉତ୍ତର ବଂଲାଦେଶ ଯାଇ ଲମ୍ୱିଛି। ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ନେଇ ସ୍ଥିତି ସୁହାଉଛି। ଏହି ଦୁଇ ନିୟାମକ କାଳବୈଶାଖୀ ବର୍ଷାକୁ ଆହୁରି ସକ୍ରିୟ କରୁଥିବାରୁ ୨୨ ଯାଏ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ବଲାଙ୍ଗୀର ଓ ନୂଆପଡା ଆଦି ୧୫ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକରେ ୩୦ରୁ ୫୦ କିମି ବେଗରେ ପବନ ବହିବା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି ହୋଇଛି। ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଏହି ୫ଜିଲ୍ଲାକୁ ଉଷ୍ମ ଓ ଆର୍ଦ୍ର ସ୍ଥିତି ପାଇଁ ୟେଲୋୱାର୍ଣ୍ଣିଂ ଜାରି ହୋଇଛି। ଗତ ୨୪ଘଣ୍ଟାରେ ରାଜ୍ୟର ୩ଟି ଜିଲ୍ଲାରେ ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ତାପମାତ୍ରା ରହିଥିବା ବେଳେ ୪୦.୬ ଡିଗ୍ରୀ ସହ ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର