କଟକ: ଶପଥ ନେଲେ ଦୁଇ ନୂଆ ବିଚାରପତି । ହାଇକୋର୍ଟର ଦୁଇ ନୂଆ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍ ଶିବ ଶଙ୍କର ମିଶ୍ର ଓ ଜଷ୍ଟିସ୍ ଆନନ୍ଦ୍ର ଚନ୍ଦ୍ର ବେହେରା । ଶପଥ ପାଠ କରାଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି । ଏଥିସହ ହାଇକୋର୍ଟରେ ମୋଟ ବିଚାରପତି ସଂଖ୍ୟା ୨୨ରେ ପହଞ୍ଚିଛି ।
ଖବର ଅନୁଯାୟୀ, ଆଇନଜୀବୀ ଶିବ ଶଙ୍କର ମିଶ୍ର ୧୯୯୧ ମସିହାରେ ଓକିଲାତି ପେସାକୁ ଆପଣେଇ ଥିଲେ । ଆଇନଜୀବୀ ଭାବେ ତାଙ୍କର ୩୦ ବର୍ଷର ଅନୁଭୂତି ରହିଛି । ଦେୱାନୀ, ଫୌଜଦାରୀ ଓ ଚାକିରି ସଂପର୍କିତ ଆଇନରେ ତାଙ୍କ ସ୍ବତନ୍ତ୍ର ଦକ୍ଷତା ରହିଛି । ସୁପ୍ରିମକୋର୍ଟରେ ସେ ଓଡ଼ିଶା ହାଇକୋର୍ଟ ଓ କେନ୍ଦ୍ର ସରକାରଙ୍କ ପାଇଁ ଆଇନଜୀବୀ ଭାବେ ମାମଲା ପରିଚାଳନା କରୁଛନ୍ତି । ତାଙ୍କର ଅତି ଉତ୍ତମ ବ୍ୟକ୍ତିଗତ ଓ ପେସାଗତ ଭାବମୂର୍ତ୍ତି ରହିଛି । ଶିବ ଶଙ୍କର ମିଶ୍ର ଜୟପୁର ଠାରେ ୧୯୬୮, ମେ’ ୩ରେ ଜନ୍ମଗ୍ରହଣ କରିଥିଲେ । କୋରାପୁଟର ଜୟପୁର ଲ’ କଲେଜରୁ ସେ ଏଲଏଲବି ଡିଗ୍ରି ହାସଲ କରିଥିଲେ । ୧୯୯୧ରୁ ସେ ସୁପ୍ରିମକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରୁଛନ୍ତି । ଆନନ୍ଦ ଚନ୍ଦ୍ର ବେହେରା ୧୯୬୪, ମେ’ ୨୩ରେ ବାଲେଶ୍ଵରରେ ଜନ୍ମ ଗ୍ରହଣ କରିଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରେ ସେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି ।
ସେହିଭଳି ଆନନ୍ଦ ଚନ୍ଦ୍ର ବେହେରା ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ୟ୍ୟ କରିଛନ୍ତି । ତାଙ୍କର ଉତ୍ତମ ବ୍ୟକ୍ତିଗତ ଓ ପେସାଗତ ଭାବମୂର୍ତ୍ତି ରହିଛି । ଆନନ୍ଦ ଚନ୍ଦ୍ର ବେହେରା ୧୯୬୪, ମେ’ ୨୩ରେ ବାଲେଶ୍ଵରରେ ଜନ୍ମ ଗ୍ରହଣ କରିଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରେ ସେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି । ୨୦୦୪ରେ ସେ ଫାଷ୍ଟଟ୍ରାକ୍ ବିଚାରପତି ଭାବେ ଯୋଗ ଦେଇଥିଲେ । ୨୦୧୩ରେ ଜିଲ୍ଲା ଜଜ୍ ରେଗୁଲାର କ୍ୟାଡ଼ରରେ ଯୋଗ ଦେଇଥିଲେ । କଟକ, ଭୁବନେଶ୍ୱର, ସୁନ୍ଦରଗଡ଼, ରାଉରକେଲା, ଧର୍ମଗଡ଼ରେ ଅତିରିକ୍ତ ଜିଲ୍ଲା ଜଜ୍ ଭାବେ କାର୍ଯ୍ୟ କରିଛନ୍ତି । ସେ ଜଗତସିଂହପୁର ଓ ବ୍ରହ୍ମପୁରରେ ଜିଲ୍ଲା ଜଜ୍ ଭାବେ ଦାୟିତ୍ବ ନିର୍ବାହ କରିଛନ୍ତି । ରାଜ୍ୟରେ ଜଣେ ଲୋକପ୍ରିୟ ବିଚାର ବିଭାଗୀୟ ଅଧିକାରୀ ଭାବେ ତାଙ୍କର ସୁନାମ ରହିଛି ।