ଓଡ଼ିଶା ହାଇକୋର୍ଟରେ ଶପଥ ନେଲେ ଦୁଇ ନୂଆ ବିଚାରପତି, ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର କରାଇଲେ ଶପଥ ପାଠ

The Sakala Picture
Published On

କଟକ : ଓଡ଼ିଶା ହାଇକୋର୍ଟରେ ଶପଥ ଗ୍ରହଣ କଲେ ଆଉ ଦୁଇ ବିଚାରପତି। ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶ ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ଦୁଇ ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ। ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତିଙ୍କ ସହିତ ଅନ୍ୟମାନେ ଉପସ୍ଥିତ ଥିଲେ। ଦୁଇ […]

କଟକ : ଓଡ଼ିଶା ହାଇକୋର୍ଟରେ ଶପଥ ଗ୍ରହଣ କଲେ ଆଉ ଦୁଇ ବିଚାରପତି। ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶ ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ଦୁଇ ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ। ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତିଙ୍କ ସହିତ ଅନ୍ୟମାନେ ଉପସ୍ଥିତ ଥିଲେ। ଦୁଇ ନୂଆ ବିଚାରପତିଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା  ୨୪ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ଚାକିରୀ ଦେବାକୁ କହି ୨୫ ଲକ୍ଷ ଟଙ୍କା ଠକେଇ, 420 ମହିଳାଙ୍କୁ ଗିରଫ କଲା ପୋଲିସ

କୋଭିଡ୍‌ କଟକଣା ମଧ୍ୟରେ ସୀମିତ ଅତିଥିଙ୍କୁ ନେଇ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ଉଚ୍ଚ ନ୍ୟାୟାଳୟର ବିଚାରପତିବୃନ୍ଦ, ବରିଷ୍ଠ ଆଇନଜୀବୀ ଓ ଆଇନଜୀବୀଙ୍କ ସମେତ କେତେଜଣ ବରିଷ୍ଠ ପୁଲିସ ଓ ପ୍ରଶାସନିକ ଅଧିକାରୀ ଯୋଗଦେଇଥିଲେ।

ଆହୁରି ପଢ଼ନ୍ତୁ: ଚାକିରି ଅପେକ୍ଷାରେ ମେଧାବୀ, ଅବସରପ୍ରାପ୍ତଙ୍କୁ ପୁନଃ ନିଯୁକ୍ତି; ସରକାରଙ୍କୁ ଘେରିଲା ଛାତ୍ର ବିଜେଡି

ସୂଚନାଯୋଗ୍ୟ ୨୦୨୨, ଜୁଲାଇ ୨୫ରେ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶଙ୍କ ନାଁ ସୁପାରିସ କରିଥିଲା। ଗତକାଲି ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶଙ୍କୁ ନିଯୁକ୍ତି ନେଇ ବିଜ୍ଞପ୍ତି କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଥିଲା। ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଏବେ ଓଡ଼ିଶା ଜୁଡିସିଆଲ ଏକାଡେମିର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ସେ ୧୯୭୨, ଏପ୍ରିଲ ୨୫ରେ ଜନ୍ମ ଗ୍ରହଣ କରିଥିଲେ। ସେହିଭଳି ଭାବେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଚିତ୍ତରଂଜନ ଦାଶ ୧୯୬୪, ନଭେମ୍ବର ୧୨ରେ ଜନ୍ମ ଗ୍ରହଣ କରିଥିଲେ। ସେ ଏବେ ହାଇକୋର୍ଟର ରେଜିଷ୍ଟ୍ରାର ଜେନେରାଲ ଭାବେ କାର୍ଯ୍ୟରତ ଅଛନ୍ତି।

ଆହୁରି ପଢ଼ନ୍ତୁ: ଚନ୍ଦ୍ରିକା ମୃତ୍ୟୁ ମାମଲା: OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

13 Aug 2022 By The Sakala

ଓଡ଼ିଶା ହାଇକୋର୍ଟରେ ଶପଥ ନେଲେ ଦୁଇ ନୂଆ ବିଚାରପତି, ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର କରାଇଲେ ଶପଥ ପାଠ

କଟକ : ଓଡ଼ିଶା ହାଇକୋର୍ଟରେ ଶପଥ ଗ୍ରହଣ କଲେ ଆଉ ଦୁଇ ବିଚାରପତି। ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶ ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ଦୁଇ ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଥିଲେ। ଏହି ଅବସରରେ ହାଇକୋର୍ଟର ସମସ୍ତ ବିଚାରପତିଙ୍କ ସହିତ ଅନ୍ୟମାନେ ଉପସ୍ଥିତ ଥିଲେ। ଦୁଇ ନୂଆ ବିଚାରପତିଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା  ୨୪ରେ ପହଞ୍ଚିଛି।

କୋଭିଡ୍‌ କଟକଣା ମଧ୍ୟରେ ସୀମିତ ଅତିଥିଙ୍କୁ ନେଇ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ଉଚ୍ଚ ନ୍ୟାୟାଳୟର ବିଚାରପତିବୃନ୍ଦ, ବରିଷ୍ଠ ଆଇନଜୀବୀ ଓ ଆଇନଜୀବୀଙ୍କ ସମେତ କେତେଜଣ ବରିଷ୍ଠ ପୁଲିସ ଓ ପ୍ରଶାସନିକ ଅଧିକାରୀ ଯୋଗଦେଇଥିଲେ।

ସୂଚନାଯୋଗ୍ୟ ୨୦୨୨, ଜୁଲାଇ ୨୫ରେ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶଙ୍କ ନାଁ ସୁପାରିସ କରିଥିଲା। ଗତକାଲି ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଂଜନ ଦାଶଙ୍କୁ ନିଯୁକ୍ତି ନେଇ ବିଜ୍ଞପ୍ତି କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଥିଲା। ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଏବେ ଓଡ଼ିଶା ଜୁଡିସିଆଲ ଏକାଡେମିର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ସେ ୧୯୭୨, ଏପ୍ରିଲ ୨୫ରେ ଜନ୍ମ ଗ୍ରହଣ କରିଥିଲେ। ସେହିଭଳି ଭାବେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଚିତ୍ତରଂଜନ ଦାଶ ୧୯୬୪, ନଭେମ୍ବର ୧୨ରେ ଜନ୍ମ ଗ୍ରହଣ କରିଥିଲେ। ସେ ଏବେ ହାଇକୋର୍ଟର ରେଜିଷ୍ଟ୍ରାର ଜେନେରାଲ ଭାବେ କାର୍ଯ୍ୟରତ ଅଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର