ନଦୀରେ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ପାଣିରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ

Madhusudan Das Picture
Published On

ଆସିକା: ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ । ପାଣିରେ ବୁଡ଼ି ୨ ଛାତ୍ର ମୃତ । ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁର ଘୋଡ଼ାହାଡ଼ ନଦୀରେ ଘଟିଛି ଏପରି ଅଭାବନୀୟ ଘଟଣା। ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ନଦୀରେ ବୁଡ଼ି ଚାଲିଗଲା ଦୁଇ ଛାତ୍ରଙ୍କ ଜୀବନ । ମୃତକ ଦ୍ୱୟ ହେଉଛନ୍ତି ହିଞ୍ଜିଳିକାଟୁ ପୌରାଞ୍ଚଳ ଗଜପତି ମାର୍ଗ ଅଞ୍ଚଳର ଆଦର୍ଶ ସାହୁ ଓ ଗାୟତ୍ରୀ ନଗରର ପ୍ରୀତମ ସାମେଲି । ବିସର୍ଜନ ସମୟରେ ଅସାବଧାନତାବଶତଃ ଉଭୟ ଗଭୀର ପାଣିକୁ ଚାଲିଯାଇ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଉଭୟଙ୍କୁ ନଦୀରୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାକୁ ନେଇଥିଲେ ହେଁ, ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର