କଳାହାଣ୍ଡିରେ ସରପଞ୍ଚଙ୍କ ସ୍ୱାମୀଙ୍କୁ ହତ୍ୟା: ୨ ସନ୍ଦିଗ୍ଧ ଅଟକ, ଅନ୍ୟ ଦୁଇ ଫେରାର

Madhusudan Das Picture
Published On

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ଜଣେ ସରପଞ୍ଚଙ୍କ ସ୍ୱାମୀ ତଥା ବିଜେପି ନେତା ଫକୀର ରଣାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଏହି ହତ୍ୟାକାଣ୍ଡ ମାମଲାରେ ପୋଲିସ ଦୁଇ ଜଣ ସନ୍ଦିଗ୍ଧଙ୍କୁ ଅଟକ ରଖି ପଚରାଉଚରା କରୁଥିବା ବେଳେ ଅନ୍ୟ ଦୁଇ ଜଣ ଫେରାର ଅଭିଯୁକ୍ତଙ୍କୁ ଧରିବା ପାଇଁ ତଲାସି ଅଭିଯାନ ଜାରି ରଖିଛି।

ଆହୁରି ପଢ଼ନ୍ତୁ: ଭଦ୍ରକରେ ବନ୍ୟା ବିପତ୍ତି: ୨୪ ଘଣ୍ଟା ଧରି ତାଳଗଛ ଉପରେ ଫସି ରହିବା ପରେ ଚାଷୀଙ୍କୁ ଉଦ୍ଧାର କଲା ଓଡ୍ରାଫ୍ ଟିମ୍

ସୂଚନା ଅନୁଯାୟୀ, ଗତ ବୁଧବାର ସନ୍ଧ୍ୟା ପ୍ରାୟ ୮ଟା ସମୟରେ ଏହି ହତ୍ୟାକାଣ୍ଡ ଘଟିଛି। ଫକୀର ରଣା, ଯିଏକି ଡମକର୍ଲାଖୁଣ୍ଟା ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ଥିଲେ, ମଦନପୁର ରାମପୁର ଥାନା ଅଧୀନ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ସମୟରେ କିଛି ଦୁର୍ବୃତ୍ତ ତାଙ୍କୁ ଛୁରି ଭୁସି ଆକ୍ରମଣ କରିଥିଲେ। ଆକ୍ରମଣ ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ, କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ପାତ୍ରପଡାରେ ଥିବା ସୂତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଏହି ଘଟଣା ପରେ ସରପଞ୍ଚ ସ୍ନିଗ୍ଧା ରଣା ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଦର୍ଶାଇ କର୍ଲାଖୁଣ୍ଟା ଗାଁର ୪ ଜଣ ବ୍ୟକ୍ତିଙ୍କ ନାମରେ ସିଧାସଳଖ ଅଭିଯୋଗ ଆଣିଛନ୍ତି ଏବଂ ପୋଲିସରେ ଏତଲା ଦେଇଛନ୍ତି। ଖବର ପାଇ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ସରପଞ୍ଚଙ୍କ ଦ୍ୱାରା ନାମିତ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ଫେରାର ଥିବା ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିଛି।

ଆହୁରି ପଢ଼ନ୍ତୁ: ବର୍ଷାରେ ଭିଜିବ ଓଡ଼ିଶା, ଅଗଷ୍ଟ ୧୦ ଯାଏଁ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ

06 Aug 2026 By Madhusudan Das

କଳାହାଣ୍ଡିରେ ସରପଞ୍ଚଙ୍କ ସ୍ୱାମୀଙ୍କୁ ହତ୍ୟା: ୨ ସନ୍ଦିଗ୍ଧ ଅଟକ, ଅନ୍ୟ ଦୁଇ ଫେରାର

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ଜଣେ ସରପଞ୍ଚଙ୍କ ସ୍ୱାମୀ ତଥା ବିଜେପି ନେତା ଫକୀର ରଣାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଏହି ହତ୍ୟାକାଣ୍ଡ ମାମଲାରେ ପୋଲିସ ଦୁଇ ଜଣ ସନ୍ଦିଗ୍ଧଙ୍କୁ ଅଟକ ରଖି ପଚରାଉଚରା କରୁଥିବା ବେଳେ ଅନ୍ୟ ଦୁଇ ଜଣ ଫେରାର ଅଭିଯୁକ୍ତଙ୍କୁ ଧରିବା ପାଇଁ ତଲାସି ଅଭିଯାନ ଜାରି ରଖିଛି।

ସୂଚନା ଅନୁଯାୟୀ, ଗତ ବୁଧବାର ସନ୍ଧ୍ୟା ପ୍ରାୟ ୮ଟା ସମୟରେ ଏହି ହତ୍ୟାକାଣ୍ଡ ଘଟିଛି। ଫକୀର ରଣା, ଯିଏକି ଡମକର୍ଲାଖୁଣ୍ଟା ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ଥିଲେ, ମଦନପୁର ରାମପୁର ଥାନା ଅଧୀନ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ସମୟରେ କିଛି ଦୁର୍ବୃତ୍ତ ତାଙ୍କୁ ଛୁରି ଭୁସି ଆକ୍ରମଣ କରିଥିଲେ। ଆକ୍ରମଣ ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ, କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଏହି ଘଟଣା ପରେ ସରପଞ୍ଚ ସ୍ନିଗ୍ଧା ରଣା ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଦର୍ଶାଇ କର୍ଲାଖୁଣ୍ଟା ଗାଁର ୪ ଜଣ ବ୍ୟକ୍ତିଙ୍କ ନାମରେ ସିଧାସଳଖ ଅଭିଯୋଗ ଆଣିଛନ୍ତି ଏବଂ ପୋଲିସରେ ଏତଲା ଦେଇଛନ୍ତି। ଖବର ପାଇ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ସରପଞ୍ଚଙ୍କ ଦ୍ୱାରା ନାମିତ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ଫେରାର ଥିବା ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର