ମନୋରଞ୍ଜନ
ଓଡ଼ିଶାର ଦୁଇ ଶିକ୍ଷକ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର-୨୦୨୩
ନୂଆଦିଲ୍ଲୀ: ଚଳିତ ବର୍ଷ ଓଡ଼ିଶାର ଦୁଇ ଜଣ ଶିକ୍ଷକ ଜାତୀୟ ଶିକ୍ଷକ ପୁରସ୍କାର-୨୦୨୩ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେମାନେ ହେଲେ ଶଶିଶେଖର କରଶର୍ମା ଓ ସୁବାସ ଚନ୍ଦ୍ର ରାଉତ। ଶଶିଶେଖର କରଶର୍ମା ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ କେନ୍ଦୁଆପଦା ନୋଡାଲ ହାଇସ୍କୁଲର ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟରତ । ସୁବାସ ଚନ୍ଦ୍ର ରାଉତ ଜଗତସିଂହପୁର ସ୍ଥିତ ବୃନ୍ଦାବନ ସରକାରୀ ହାଇସ୍କୁଲରେ ଶିକ୍ଷକତା କରୁଛନ୍ତି। ଅଭିନବ ଉପାୟରେ ଶିକ୍ଷାଦାନରେ ଉତ୍କର୍ଷତା ହାସଲ ସହ ଓ ସ୍କୁଲ୍ ଡ୍ରପ୍ ଆଉଟ […]
ନୂଆଦିଲ୍ଲୀ: ଚଳିତ ବର୍ଷ ଓଡ଼ିଶାର ଦୁଇ ଜଣ ଶିକ୍ଷକ ଜାତୀୟ ଶିକ୍ଷକ ପୁରସ୍କାର-୨୦୨୩ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେମାନେ ହେଲେ ଶଶିଶେଖର କରଶର୍ମା ଓ ସୁବାସ ଚନ୍ଦ୍ର ରାଉତ। ଶଶିଶେଖର କରଶର୍ମା ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ କେନ୍ଦୁଆପଦା ନୋଡାଲ ହାଇସ୍କୁଲର ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟରତ । ସୁବାସ ଚନ୍ଦ୍ର ରାଉତ ଜଗତସିଂହପୁର ସ୍ଥିତ ବୃନ୍ଦାବନ ସରକାରୀ ହାଇସ୍କୁଲରେ ଶିକ୍ଷକତା କରୁଛନ୍ତି। ଅଭିନବ ଉପାୟରେ ଶିକ୍ଷାଦାନରେ ଉତ୍କର୍ଷତା ହାସଲ ସହ ଓ ସ୍କୁଲ୍ ଡ୍ରପ୍ ଆଉଟ ହ୍ରାସ କରିବାରେ ସହାୟକ ହୋଇଥିବାରୁ ଦୁଇ ଶିକ୍ଷକ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର -୨୦୨୩ । ଆସନ୍ତାମାସ ୫ ତାରିଖରେ ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାର ଦୁଇ ଶିକ୍ଷକଙ୍କ ସମେତ ଦେଶର ୫୦ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରିବେ ।
Celebrating the educators who inspire minds and ignite a passion for learning! Heartiest congratulations to Sri Sashi Sekhar Kar Sharma and Sri Subash Chandra Rout for becoming the proud recipients of the National Teachers Award, 2023. pic.twitter.com/d8zEGkzto4
ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀ ପୋଲିସ ପକ୍ଷରୁ ଆଗୁଆ ପ୍ରସ୍ତୁତି, ସୁରକ୍ଷା ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ— EducationOdisha (@SMEOdisha) August 28, 2023
ଆହୁରି ପଢ଼ନ୍ତୁ: ଓଡ଼ିଶା ପାଇଁ ନୈରାଶ୍ୟଜନକ ବଜେଟ୍: ନବୀନ ପଟ୍ଟନାୟକ





