ଆଜିଠୁ ‘ଫିଫା’ ୧୭ ବର୍ଷରୁ କମ୍‍ ମହିଳା ବିଶ୍ୱକପ୍‍, କମ୍ପିବ କଳିଙ୍ଗ ଷ୍ଟାଡିୟମ

The Sakala Picture
Published On

ଭୁବନେଶ୍ୱର: ଆଜିଠୁ କମ୍ପିବ କଳିଙ୍ଗ ଷ୍ଟାଡିୟମ । ହକି ପରେ ଏବେ ଫୁଟବଲ୍‍ ଫିଭର। ଆରମ୍ଭ ହେବ ମହିଳା ବିଶ୍ୱକପ ଫୁଟବଲ୍ ମହାକୁମ୍ଭ । ଆଜିଠାରୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଫିଫା ୧୭ ବର୍ଷରୁ କମ୍‍ ମହିଳା ବିଶ୍ୱକପ୍‍। ସଂଧ୍ୟା ୮ଟାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାକୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ମ୍ୟାଚ୍ ଅପରାହ୍ନ ୪.୩୦ରେ ମରୋକ୍କୋ-ବ୍ରାଜିଲ୍ ମୁକାବିଲା ହେବ । ଏହା ପରେ ରାତି […]

ଭୁବନେଶ୍ୱର: ଆଜିଠୁ କମ୍ପିବ କଳିଙ୍ଗ ଷ୍ଟାଡିୟମ । ହକି ପରେ ଏବେ ଫୁଟବଲ୍‍ ଫିଭର। ଆରମ୍ଭ ହେବ ମହିଳା ବିଶ୍ୱକପ ଫୁଟବଲ୍ ମହାକୁମ୍ଭ । ଆଜିଠାରୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଫିଫା ୧୭ ବର୍ଷରୁ କମ୍‍ ମହିଳା ବିଶ୍ୱକପ୍‍। ସଂଧ୍ୟା ୮ଟାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାକୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ମ୍ୟାଚ୍ ଅପରାହ୍ନ ୪.୩୦ରେ ମରୋକ୍କୋ-ବ୍ରାଜିଲ୍ ମୁକାବିଲା ହେବ । ଏହା ପରେ ରାତି ୮ରେ ଶକ୍ତିଶାଳୀ ଆମେରିକାକୁ ଭେଟିବ ଭାରତ । ଆମେରିକାର ମହିଳା ଫୁଟବଲ ଟିମ୍ ରାକିଙ୍ଗରେ ୧ ନମ୍ବର ସ୍ଥାନରେ ଥିବାବେଳେ ଭାରତୀୟ ମହିଳା ଦଳ ବିଶ୍ବ ରାଙ୍କିଙ୍ଗରେ ୫୮ସ୍ଥାନରେ ରହିଛି । ଭାରତର ମହିଳା ଟିମ୍ ପ୍ରଥମ ଥର ପାଇଁ ଏହି ବଡ ଚାମ୍ପିୟାନସିପ୍ ରେ ଭାଗ ନେଉଛି ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ରାଜଧାନୀ ଭୁବନେଶ୍ୱରର ଚାରିଆଡ଼େ ଦେଖିବାକୁ ମିଳୁଛି ଫୁଟବଲ ଫିଭର । ଷ୍ଟାଡିୟମରୁ ଆରମ୍ଭ କରି ରାସ୍ତାଘାଟ ସବୁଠି ଛାଇଗଲାଣି ପୋଷ୍ଟର ବ୍ୟାନର । ୧୨ ହଜାର କ୍ଷମତା ସମ୍ପନ୍ନ କଳିଙ୍ଗ ଷ୍ଟାଡିୟମକୁ ଅତି ସୁନ୍ଦର ଭାବେ ସମ୍ବଲପୁରୀ ପଶାପଲୀ ଡିଜାଇନ୍‌ରେ ସଜା ଯାଇଛି । ଲାଲ, ସବୁଜ, ଧଳା ପ୍ରିଣ୍ଟରେ ସିଟ୍‌ଗୁଡ଼ିକୁ ନୂଆ ରୂପ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

ଭାରତ ପ୍ରଥମ ଥର ପାଇଁ ଏହି ବିଶ୍ୱକପରେ ଖେଳୁଛି । ଆୟୋଜକ ଦେଶ ହୋଇଥିବାରୁ ଭାରତକୁ କୈ।ଣସି ଯୋଗ୍ୟତା ପର୍ଯ୍ୟାୟ ପ୍ରତିଯୋଗିତା ଖେଳିବାକୁ ପଡ଼ିନାହିଁ। ଫିଫାର ଯେକୌଣସି ବିଶ୍ୱକପରେ ଭାରତ ପ୍ରଥମ ପଦାର୍ପଣ କରୁଛି । ଭାରତ ୧୭ ବର୍ଷରୁ କମ୍ ବିଶ୍ୱକପର ଅଷ୍ଟମ ସଂସ୍କରଣ ଆୟୋଜନ କରୁଛି । ମୋଟ ୧୬ଟି ଦେଶର ଟିମ୍ ଏଥିରେ ଭାଗ ନେଉଛନ୍ତି। ୪ଟି ଗ୍ରୁପରେ ୪ଟି ଲେଖାଏଁ ଦଳ ରହିଛନ୍ତି। ଏହିମାସ ୨୯ ତାରିଖରେ ନବୀ ମୁମ୍ବାଇରେ ଖେଳାଯିବ ଫାଇନାଲ ମ୍ୟାଚ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

ଫିଫା ବିଶ୍ବକପ୍ ପାଇଁ ଗତକାଲି କଳିଙ୍ଗ ଷ୍ଟାଡିୟମକୁ ଯାଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ। ଫୁଟବଲ୍‍ ବିଶ୍ୱକପ ପାଇଁ ଚାରିସ୍ତରୀୟ ସୁରକ୍ଷା ବଳୟରେ ରହିବ କଳିଙ୍ଗ ଷ୍ଟାଡିୟମ। ଏଥିସହ ସୁରକ୍ଷା ଓ ଟ୍ରାଫିକ ଲାଗି ୧୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ ବୋଲି ସିପି ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି। ସେହିପରି ଶାନ୍ତି ଶୃଙ୍ଖଳାର ମ୍ୟାଚ ଶେଷ କରିବା ଦିଗରେ ଗୁରୁତ୍ୱ ଦେଉଛି କମିସନରେଟ୍‍ ପୁଲିସ। ଷ୍ଟାଡ଼ିୟମ ଭିତରେ ସାଧା ପୋଷାକରେ ପୁଲିସ ମୁତୟନ ରହିବେ। ସେମାନେ ଭିଡ଼ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦେବେ। ଏଥିସହ ପାର୍କିଂ ଆଉ ଟ୍ରାଫିକକୁ ଅଧିକ ପ୍ରାଧାନ୍ୟ ଦିଆଯାଇଛି। ଷ୍ଟାଡିୟମ ବାହାରେ, ଷ୍ଟାଡିୟମ ବାଉଣ୍ଡରୀ ୱାଲ ଭିତରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ହୋଇଛି। ଏହାସହ ଖେଳାଳି, ଅମ୍ପେୟାର ଓ ଅନ୍ୟ ଅଫିସିଆଲମାନେ ରହୁଥିବା ହୋଟେଲ ଏବଂ ଅଭ୍ୟାସ କରୁଥିବା ସ୍ଥାନରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର