ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ

ଭୁବନେଶ୍ବର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସକାଳେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ସୀତାରମଣ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ କରାଯାଇଥିଲା । ଏହାପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ତାଙ୍କୁ ଶ୍ରୀମନ୍ଦିରକୁ ନି‌ଆଯାଇଥିଲା । ସୀତାରମଣ ଭିତରକାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କରି ବେହରଣ ଦ୍ୱାର ଦେଇ ଫେରି ଥିଲେ । ପରେ ମୁକ୍ତିମଣ୍ଡପରେ ପ୍ରଣାମ କରି ମା’ ବିମଳା […]

ଭୁବନେଶ୍ବର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସକାଳେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ସୀତାରମଣ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ କରାଯାଇଥିଲା । ଏହାପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ତାଙ୍କୁ ଶ୍ରୀମନ୍ଦିରକୁ ନି‌ଆଯାଇଥିଲା । ସୀତାରମଣ ଭିତରକାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କରି ବେହରଣ ଦ୍ୱାର ଦେଇ ଫେରି ଥିଲେ । ପରେ ମୁକ୍ତିମଣ୍ଡପରେ ପ୍ରଣାମ କରି ମା’ ବିମଳା ଓ ମହାଲକ୍ଷ୍ମୀଙ୍କୁ ଦର୍ଶନ କରିଥିଲେ । ପରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ପାଟଅଗଣା ଦେଇ ବାହାରକୁ ଆସିଥିଲେ । ଶ୍ରୀଜିଉଙ୍କୁ ଦର୍ଶନ କରି ବିମୋହିତ ହୋଇଯାଇଛନ୍ତି ବୋଲି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ।

ଏହା ପରେ ସେ ପେଣ୍ଠକଟା ନିକଟସ୍ଥ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ଶ୍ରୀ ସଦାଶିବ କ୍ୟାମ୍ପସ ପରିସରରେ ‘ମେରୀ ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ବୃକ୍ଷରୋପଣ କରିବେ। ପୂର୍ବାହ୍ନ ପ୍ରାୟ ସାଢ଼େ ଦଶଟାରେ ପୁରୀ ଜିଲ୍ଲା ବୀରହରେକୃଷ୍ଣପୁରସ୍ଥିତ ସ୍ୱାଧୀନତା ସଂଗ୍ରାମୀ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ। ପରେ ସେ ଭୁବନେଶ୍ୱର ଫେରିଆସିବେ।

ଅପରାହ୍ନରେ ହୋଟେଲ ମେ’ ଫେୟାରରେ ଆୟୋଜିତ କାର୍ଯ୍ୟକ୍ରମରେ କୁଇ ଓ ଦେଶୀୟ ଭାଷା ଉପରେ ଏକ ପୁସ୍ତକ ଉନ୍ମୋଚନ କରିବେ। ଅପରାହ୍ନ ୫ଟାରେ ସୋଆ ବିଶ୍ୱବିଦ୍ୟାଳୟ ସଭାଗୃହରେ ଆୟୋଜିତ ବିଂଶତମ ଜାତୀୟ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀକୁ ଉଦ୍‌ଘାଟନ କରିବାର କାର୍ୟ୍ୟକ୍ରମ ରହିଛି। ଗୁରୁବାର ରାତିରେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ ଫେରିଯିବେ।

About The Author: The Sakala