ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

Madhusudan Das Picture
Published On

ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆଜି ସଂଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଞ୍ଚିବେ । କଟକ ଓ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । କାଲି କଟକ ମୁଣ୍ଡଳୀ ଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗଦେବେ ଅମିତ ଶାହ। ମୁଣ୍ଡଳୀ ଠାରେ କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀର ଖାରବେଳ ରିଜିଓନାଲ ଟ୍ରେନିଂ ସେଣ୍ଟର ଜାତୀୟ ସୁରକ୍ଷାରେ ଗୁରୁତ୍ବପୂର୍ଣ୍ଣ ସ୍ଥାନ ଗ୍ରହଣ କରିଛି । କଟକରୁ ଫେରି ଭୁବନେଶ୍ବର ଇନଫୋଭାଲିରେ ଏନଏଫଏସୟୁ ଓ ସିଏଫଏସଏଲର ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗ ଦେବେ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ବିଷାକ୍ତ ଆମୋନିଆ ଗ୍ୟାସ ଲିକ୍, ପ୍ରବଳ ଦୁର୍ଗନ୍ଧ ହେବା ସହ ଲୋକେ ଅଣନିଶ୍ବାସୀ

ନ୍ୟାସନାଲ ଫରେନସିକ ସାଇନସେସ ୟୁନିଭର୍ସିଟି ଓ ସେଣ୍ଟ୍ରାଲ ଫରେନସିକ ସାଇନସ ଲାବୋଟୋରୀର ସ୍ଥାୟୀ କ୍ୟାମ୍ପସ ପାଇଁ ହେବ ଶିଳାନ୍ୟାସ ।  ଏହା ସହ ଫରେନସିକ ଶିକ୍ଷା ଓ ଯାଞ୍ଚ ପ୍ରକ୍ରିୟାକୁ ମଜଭୁତ କରିବାକୁ ଇ-ଟ୍ରାଞ୍ଜିଟ କ୍ୟାମ୍ପସର ଉଦଘାଟନ କରିବେ । ଏହା ସହ ଇଫକୋ- ପାରାଦୀପ ୟୁନିଟର ସଲଫ୍ୟୁରିକ ଏସିଡ ପ୍ଲାଣ୍ଟ ମଧ୍ୟ ଉଦଘାଟନ କରିବେ କେନ୍ଦ୍ର ଗୃହମନ୍ତ୍ରୀ ।  ପରେ ଇଡକୋ ଗ୍ରାଉଣ୍ଡରେ ନୂଆ ନ୍ୟାୟ ସଂହିତା ନେଇ ଜନସଚେତନତା ସଂପର୍କରେ ପ୍ରଦର୍ଶନୀର ଉଦଘାଟନ କରିବେ । 

ଆହୁରି ପଢ଼ନ୍ତୁ: ପିସିଆର କର୍ମଚାରୀଙ୍କ ପାଇଁ ନିୟମ କଡ଼ାକଡ଼ି: ଖିଲାପ କଲେ ସସପେଣ୍ଡ ଓ ଡିସଚାର୍ଜ ସହ ଜେଲ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp