ଜୁଲାଇ ୪ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

Madhusudan Das Picture
Published On

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତା ଜୁଲାଇ ୪ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ କାଳରେ ସେ ରାଜ୍ୟରେ ଅନେକ ସରକାରୀ ଓ ସାଂଗଠନିକ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

ସୂଚନା ଅନୁଯାୟୀ, ସମବାୟ ବିଭାଗ ପକ୍ଷରୁ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ସମେତ ଅନ୍ୟ କେତେକ ସରକାରୀ ପ୍ରକଳ୍ପ ଓ ସଭାରେ ଅମିତ ଶାହ ଉପସ୍ଥିତ ରହିବେ। ଏହାବ୍ୟତୀତ ସେ ଭାରତୀୟ ଜନତା ପାର୍ଟି (ବିଜେପି) ର ବିଭିନ୍ନ ସାଂଗଠନିକ ବୈଠକ ଏବଂ ସାଧାରଣ ସଭାରେ ମଧ୍ୟ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ଗୃହମନ୍ତ୍ରୀ ନିଜ ଗସ୍ତ ସମୟରେ ରାଜ୍ୟର ପ୍ରମୁଖ ସାଂଗଠନିକ ପ୍ରସଙ୍ଗ ଉପରେ ଆଲୋଚନା କରିବା ସହ ରାଜ୍ୟ ବିଜେପି ନେତା ଓ କର୍ମୀ ମାନଙ୍କୁ ମାର୍ଗଦର୍ଶନ ପ୍ରଦାନ କରିବାର ସମ୍ଭାବନା ରହିଛି। ଏହି ହାଇ-ପ୍ରୋଫାଇଲ୍ ଗସ୍ତକୁ ଦୃଷ୍ଟିରେ ରଖି ଓଡ଼ିଶା ବିଜେପି ଶାଖା ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସେହିପରି ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର