ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ପ୍ରସ୍ତାବିତ ଓଡ଼ିଶା ଗସ୍ତ ବାତିଲ ହୋଇଛି। ଆସନ୍ତା ୪ ତାରିଖରେ ବରଗଡ଼ ଆସିବାର କାର୍ଯ୍ୟକ୍ରମ ରହିଥିଲା। ଗସ୍ତ ବାତିଲ ହୋଇଥିବା ନେଇ ବିଜେପି ରାଜ୍ୟ ସଭାପତିଙ୍କ ସୂଚନା । ତେବେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତ ବାତିଲ କ'ଣ ପାଇଁ ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । କେବଳ ଗସ୍ତ ବାତିଲ ନେଇ ସୂଚନା ଦିଆଯାଇଛି । ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସମ୍ବଲପୁର, ବରଗଡ଼ ଏବଂ ଝାରସୁଗୁଡ଼ା ଜିଲ୍ଲାରେ ହେବାକୁ ଥିବା ତାଙ୍କର ସମସ୍ତ କାର୍ଯ୍ୟକ୍ରମକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି।
ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଶ୍ରୀ ଶାହ ଜୁଲାଇ ୪ ଏବଂ ୫ ତାରିଖରେ ବରଗଡ଼ ଓ ସମ୍ବଲପୁରଠାରେ ଦୁଇଟି ବିଶାଳ ସାଧାରଣ ସଭାକୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ଥିଲା। ଏହା ବ୍ୟତୀତ ପଶ୍ଚିମ ଓଡ଼ିଶାର ଏହି ପ୍ରମୁଖ ଜିଲ୍ଲାଗୁଡ଼ିକରେ ଦଳର ସାଙ୍ଗଠନିକ ସ୍ଥିତିକୁ ମଜବୁତ କରିବା ସହ ଜନସମ୍ପର୍କ ଅଭିଯାନରେ ସାମିଲ ହେବାର ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଥିଲା।