କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ପରଲୋକ

ସୁନ୍ଦରଗଡ଼: ପରଲୋକରେ ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମ। ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ଅବସ୍ଥାରେ ଚାଲିଗଲେ ଝିଙ୍ଗିଆ ଓରାମ। ୫୮ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଗତ କିଛି ଦିନ ହେବ ସେ ଏକ ଘରୋଇ ହସ୍ପିଟାଲରେ ଡେଙ୍ଗୁ ରୋଗରେ ଚିକିତ୍ସିତ ହେଉଥିଲେ। ଚିକିତ୍ସତ ଅବସ୍ଥାରେ ଶନିବାର ବିଳମ୍ବିତ ରାତିରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। […]

ସୁନ୍ଦରଗଡ଼: ପରଲୋକରେ ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମ। ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ଅବସ୍ଥାରେ ଚାଲିଗଲେ ଝିଙ୍ଗିଆ ଓରାମ। ୫୮ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଗତ କିଛି ଦିନ ହେବ ସେ ଏକ ଘରୋଇ ହସ୍ପିଟାଲରେ ଡେଙ୍ଗୁ ରୋଗରେ ଚିକିତ୍ସିତ ହେଉଥିଲେ। ଚିକିତ୍ସତ ଅବସ୍ଥାରେ ଶନିବାର ବିଳମ୍ବିତ ରାତିରେ ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ଭାଙ୍ଗି ପଡିଛନ୍ତି କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ।

ଜୁଏଲ ଓରାମଙ୍କ ରାଜନୀତିକ ଓ ବ୍ୟକ୍ତିଗତ କାର୍ଯ୍ୟରେ ପତ୍ନୀ ଝିଙ୍ଗିଆ ଓରାମଙ୍କର ଥିଲା ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା। ଝିଙ୍ଗିଆ ଓରାମଙ୍କ ମୃତଦେହକୁ ଗତକାଲି ରାତିରେ ଭୁବନେଶ୍ୱରର ଲୁମ୍ବିନୀବିହାର ସ୍ଥିତ ବାସଭବନକୁ ଅଣାଯାଇଥିଲା । ସେଠାରେ ତାଙ୍କୁ ଶେଷ ଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ତାଙ୍କ ମନ୍ତ୍ରିମଣ୍ଡଳରର ସଦସ୍ୟମାନେ। ଏଥିସହ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସହିତ ଆହୁରି ଅନେକ ବ୍ୟକ୍ତିବିଶେଷ ସେଠାରେ ପହଂଚି ଝିଙ୍ଗିଆ ଓରାମଙ୍କର ଶେଷ ଦର୍ଶନ କରିବା ସହିତ ଜୁଏଲ ଓରାମଙ୍କୁ ସାନ୍ତ୍ୱନା ଦେଇଥିଲେ। ତେବେ ଝିଙ୍ଗିଆ ଓରାମଙ୍କ ପାର୍ଥିବ ଶରୀରକୁ ଆଜି ସୁନ୍ଦରଗଡ ନିଆଯାଉଛି। ସେଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ।

About The Author: The Sakala