ଆସନ୍ତାକାଲିଠୁ ଖୋଲିବ ୟୁନିଟ-୧ ହାଟ, ବ୍ୟବସାୟୀ ସଂଘ ତରଫରୁ ସୂଚନା

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲିଠୁ ଖୋଲିବ ୟୁନିଟ-୧ ହାଟ । ବିଏମସି ସହ ଆଲୋଚନା ପରେ ୧ ନମ୍ବର ହାଟ ବ୍ୟବସାୟୀ ସଂଘ ତରଫରୁ ଏହି ସୂଚନା ଦିଆଯାଇଛି। ପାର୍କିଂ, ଜବରଦଖଲ ସମସ୍ୟ ସହ ବିଭିନ୍ନ ଦାବିକୁ ନେଇ ଗତ ଗୁରୁବାରଠୁ ଆନ୍ଦୋଳନକୁ ଓହ୍ଲାଇଥିଲା ୟୁନିଟ ୧ ହାଟ ବ୍ୟବସାୟୀ ସଂଘ । ପ୍ରାୟ ୬ ଦିନ ଧରି ହାଟ ସମ୍ପୂର୍ଣ୍ଣ ଭାବରେ ବନ୍ଦ ରହିଥିଲା । ଫଳରେ ଏହା ଯୋଗୁଁ ଉଭୟ ଗ୍ରାହକ ଏକ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ […]

ଭୁବନେଶ୍ବର: ଆସନ୍ତାକାଲିଠୁ ଖୋଲିବ ୟୁନିଟ-୧ ହାଟ । ବିଏମସି ସହ ଆଲୋଚନା ପରେ ୧ ନମ୍ବର ହାଟ ବ୍ୟବସାୟୀ ସଂଘ ତରଫରୁ ଏହି ସୂଚନା ଦିଆଯାଇଛି। ପାର୍କିଂ, ଜବରଦଖଲ ସମସ୍ୟ ସହ ବିଭିନ୍ନ ଦାବିକୁ ନେଇ ଗତ ଗୁରୁବାରଠୁ ଆନ୍ଦୋଳନକୁ ଓହ୍ଲାଇଥିଲା ୟୁନିଟ ୧ ହାଟ ବ୍ୟବସାୟୀ ସଂଘ । ପ୍ରାୟ ୬ ଦିନ ଧରି ହାଟ ସମ୍ପୂର୍ଣ୍ଣ ଭାବରେ ବନ୍ଦ ରହିଥିଲା । ଫଳରେ ଏହା ଯୋଗୁଁ ଉଭୟ ଗ୍ରାହକ ଏକ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଥିଲା।

ଆହୁରି ପଢ଼ନ୍ତୁ: ଯାଜପୁରରେ ଅଘଟଣ: ନଦୀ ପାର ସମୟରେ ବୁଡିଗଲା ଡଙ୍ଗା; ଦୁଇ ନିଖୋଜ, ଦୁଇ ଉଦ୍ଧାର

ତେବେ ମଙ୍ଗଳବାର ବିଏମସି ଟିମ୍‌ ହାଟ ପରିଦର୍ଶନ କରି ବ୍ୟବସାୟୀ ସଂଘ ସହ ଆଲୋଚନା କରିଥିଲ। ବିଏମସି ତରଫରୁ ଦାବି ପୂରଣ ନେଇ ପ୍ରତିଶ୍ରୁତି ମିଳିଥିବା ସୂଚନା ଦେଇଛନ୍ତି ସଂଘ ସଭାପତି । ସେହିପରି ମୁଖ୍ୟ ପାର୍କିଂ ସମସ୍ୟାକୁ ସମାଧାନ କରିବାକୁ ୨ରୁ ୪ ଦିନ ସମୟ ନେବା ସହ ସମାଧାନ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନରୁ ଓହରିଛି ସଂଘ।

ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଅସୁରକ୍ଷିତ, ମହିଳା ଓ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର