ମନୋରଞ୍ଜନ
ଓଡ଼ିଶା
ଆସନ୍ତାକାଲିଠୁ ଖୋଲିବ ୟୁନିଟ-୧ ହାଟ, ବ୍ୟବସାୟୀ ସଂଘ ତରଫରୁ ସୂଚନା
ଭୁବନେଶ୍ବର: ଆସନ୍ତାକାଲିଠୁ ଖୋଲିବ ୟୁନିଟ-୧ ହାଟ । ବିଏମସି ସହ ଆଲୋଚନା ପରେ ୧ ନମ୍ବର ହାଟ ବ୍ୟବସାୟୀ ସଂଘ ତରଫରୁ ଏହି ସୂଚନା ଦିଆଯାଇଛି। ପାର୍କିଂ, ଜବରଦଖଲ ସମସ୍ୟ ସହ ବିଭିନ୍ନ ଦାବିକୁ ନେଇ ଗତ ଗୁରୁବାରଠୁ ଆନ୍ଦୋଳନକୁ ଓହ୍ଲାଇଥିଲା ୟୁନିଟ ୧ ହାଟ ବ୍ୟବସାୟୀ ସଂଘ । ପ୍ରାୟ ୬ ଦିନ ଧରି ହାଟ ସମ୍ପୂର୍ଣ୍ଣ ଭାବରେ ବନ୍ଦ ରହିଥିଲା । ଫଳରେ ଏହା ଯୋଗୁଁ ଉଭୟ ଗ୍ରାହକ ଏକ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ […]
ଭୁବନେଶ୍ବର: ଆସନ୍ତାକାଲିଠୁ ଖୋଲିବ ୟୁନିଟ-୧ ହାଟ । ବିଏମସି ସହ ଆଲୋଚନା ପରେ ୧ ନମ୍ବର ହାଟ ବ୍ୟବସାୟୀ ସଂଘ ତରଫରୁ ଏହି ସୂଚନା ଦିଆଯାଇଛି। ପାର୍କିଂ, ଜବରଦଖଲ ସମସ୍ୟ ସହ ବିଭିନ୍ନ ଦାବିକୁ ନେଇ ଗତ ଗୁରୁବାରଠୁ ଆନ୍ଦୋଳନକୁ ଓହ୍ଲାଇଥିଲା ୟୁନିଟ ୧ ହାଟ ବ୍ୟବସାୟୀ ସଂଘ । ପ୍ରାୟ ୬ ଦିନ ଧରି ହାଟ ସମ୍ପୂର୍ଣ୍ଣ ଭାବରେ ବନ୍ଦ ରହିଥିଲା । ଫଳରେ ଏହା ଯୋଗୁଁ ଉଭୟ ଗ୍ରାହକ ଏକ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଥିଲା।
ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି
ତେବେ ମଙ୍ଗଳବାର ବିଏମସି ଟିମ୍ ହାଟ ପରିଦର୍ଶନ କରି ବ୍ୟବସାୟୀ ସଂଘ ସହ ଆଲୋଚନା କରିଥିଲ। ବିଏମସି ତରଫରୁ ଦାବି ପୂରଣ ନେଇ ପ୍ରତିଶ୍ରୁତି ମିଳିଥିବା ସୂଚନା ଦେଇଛନ୍ତି ସଂଘ ସଭାପତି । ସେହିପରି ମୁଖ୍ୟ ପାର୍କିଂ ସମସ୍ୟାକୁ ସମାଧାନ କରିବାକୁ ୨ରୁ ୪ ଦିନ ସମୟ ନେବା ସହ ସମାଧାନ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନରୁ ଓହରିଛି ସଂଘ।






