SCB ଅଗ୍ନିକାଣ୍ଡକୁ ନେଇ ବିଧାନସଭାରେ ହଙ୍ଗାମା, ବିରୋଧୀଙ୍କ ପ୍ରତୀକାତ୍ମକ କୋକେଇ ଶୋଭାଯାତ୍ରା

Madhusudan Das Picture
Published On

ଭୁବନେଶ୍ୱର: SCB ଅଗ୍ନିକାଣ୍ଡକୁ ନେଇ ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି । ଏସସିବି ନିଆଁ ତାତିରେ ହୁଲୁସ୍ତୁଲୁ ଗୃହ । ପ୍ରତୀକାତ୍ମକ କୋକେଇ ଧରି ବୁଲିଲେ ବିରୋଧୀ। 'ରାମ ନାମ ସତ୍ୟ ହେ' ନାରାବାଜିରେ କମ୍ପିଲା ବିଧାନସଭା। ଆଜିର ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ର ମଧ୍ୟଭାଗକୁ ଆସି ହୋହାଲ୍ଲା ଏବଂ ନାରାବାଜି କରିଥିଲେ ବିରୋଧୀ କଂଗ୍ରେସ ଏବଂ ବିଜେଡି । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଡ଼ି ବସିଥିଲେ ବିରୋଧୀ । ଯେଉଁଥିପାଇଁ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢ଼ୀ । 

ଆହୁରି ପଢ଼ନ୍ତୁ: ଚାକିରୀ ଦେବାକୁ କହି ୨୫ ଲକ୍ଷ ଟଙ୍କା ଠକେଇ, 420 ମହିଳାଙ୍କୁ ଗିରଫ କଲା ପୋଲିସ

ବିଧାନସଭା ମୁଲତବୀ ପରେ ବି ଥମିନଥିଲା ବିରୋଧୀଙ୍କ ବିରୋଧ ପ୍ରଦର୍ଶନ । ଗୃହ ବାହାରେ ବିରୋଧୀ ସଦସ୍ୟମାନେ କୋକେଇ ଶୋଭାଯାତ୍ରା ଆରମ୍ଭ କରିଥିଲେ । ରାମ୍‌ ନାମ୍‌ ସତ୍ୟ ହେ ନାରାରେ କମ୍ପିଥିଲେ ବିଧାନସଭା ପରିସର  । ବିଜେଡି ସଦସ୍ୟମାନେ ପ୍ରତିକାତ୍ମକ କୋକେଇ କରି ବିରାଟ ଶୋଭାଯାତ୍ରା କରିଥିଲେ । 

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ; ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଗିରଫ

ରାଜ୍ୟରେ ସ୍ଵାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ଭୁଶୁଡ଼ି ଯାଇଥିବା ବିରୋଧୀ ଅଭିଯୋଗ କରିଛି। ଆୟୁଷ୍ମାନ ଯୋଜନା ନୁହେଁ ତ ଶ୍ମଶାନ ଯୋଜନା କହି ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ କଟାକ୍ଷ କରିଛନ୍ତି। ସ୍ଵାସ୍ଥ୍ୟ ବିଭାଗ ଏବେ ଲୋକଙ୍କ ପାଇଁ ମରିଯାଇଛି ବୋଲି ବିରୋଧୀ ଅଭିଯୋଗ ଆଣିଛନ୍ତି।  

ଆହୁରି ପଢ଼ନ୍ତୁ: ମହାପ୍ରଭୁ ଜଗନ୍ନାଥ ଓ ବିଜେଡି କର୍ମୀଙ୍କ ଆଶୀର୍ବାଦରେ କାମ କରିବି: ସୁଜାତା ରାଉତ କାର୍ତ୍ତିକେୟନ

18 Mar 2026 By Madhusudan Das

SCB ଅଗ୍ନିକାଣ୍ଡକୁ ନେଇ ବିଧାନସଭାରେ ହଙ୍ଗାମା, ବିରୋଧୀଙ୍କ ପ୍ରତୀକାତ୍ମକ କୋକେଇ ଶୋଭାଯାତ୍ରା

ଭୁବନେଶ୍ୱର: SCB ଅଗ୍ନିକାଣ୍ଡକୁ ନେଇ ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି । ଏସସିବି ନିଆଁ ତାତିରେ ହୁଲୁସ୍ତୁଲୁ ଗୃହ । ପ୍ରତୀକାତ୍ମକ କୋକେଇ ଧରି ବୁଲିଲେ ବିରୋଧୀ। 'ରାମ ନାମ ସତ୍ୟ ହେ' ନାରାବାଜିରେ କମ୍ପିଲା ବିଧାନସଭା। ଆଜିର ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ର ମଧ୍ୟଭାଗକୁ ଆସି ହୋହାଲ୍ଲା ଏବଂ ନାରାବାଜି କରିଥିଲେ ବିରୋଧୀ କଂଗ୍ରେସ ଏବଂ ବିଜେଡି । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଡ଼ି ବସିଥିଲେ ବିରୋଧୀ । ଯେଉଁଥିପାଇଁ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢ଼ୀ । 

ବିଧାନସଭା ମୁଲତବୀ ପରେ ବି ଥମିନଥିଲା ବିରୋଧୀଙ୍କ ବିରୋଧ ପ୍ରଦର୍ଶନ । ଗୃହ ବାହାରେ ବିରୋଧୀ ସଦସ୍ୟମାନେ କୋକେଇ ଶୋଭାଯାତ୍ରା ଆରମ୍ଭ କରିଥିଲେ । ରାମ୍‌ ନାମ୍‌ ସତ୍ୟ ହେ ନାରାରେ କମ୍ପିଥିଲେ ବିଧାନସଭା ପରିସର  । ବିଜେଡି ସଦସ୍ୟମାନେ ପ୍ରତିକାତ୍ମକ କୋକେଇ କରି ବିରାଟ ଶୋଭାଯାତ୍ରା କରିଥିଲେ । 

ରାଜ୍ୟରେ ସ୍ଵାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ଭୁଶୁଡ଼ି ଯାଇଥିବା ବିରୋଧୀ ଅଭିଯୋଗ କରିଛି। ଆୟୁଷ୍ମାନ ଯୋଜନା ନୁହେଁ ତ ଶ୍ମଶାନ ଯୋଜନା କହି ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ କଟାକ୍ଷ କରିଛନ୍ତି। ସ୍ଵାସ୍ଥ୍ୟ ବିଭାଗ ଏବେ ଲୋକଙ୍କ ପାଇଁ ମରିଯାଇଛି ବୋଲି ବିରୋଧୀ ଅଭିଯୋଗ ଆଣିଛନ୍ତି।  

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର