ଆଜି ଓଡ଼ିଶା ମାଟି ମା’ର ଜନ୍ମ ଦିବସ

The Sakala Picture
Published On

ଏପ୍ରିଲ ୧କୁ ‘ଉତ୍କଳ ଦିବସ’ ରୂପେ ପାଳନ କରିବା ହେଉଛି ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ୧୯୩୬ ମସିହା ଏପ୍ରିଲ୍ ୧ ତାରିଖରେ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ଜନ୍ମ ନେଇଥିଲା। ପୂର୍ବରୁ ଉତ୍କଳ ଖଣ୍ଡ ବିଖଣ୍ଡିତ ହୋଇ ପଡି ରହିଥିଲା। ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ବରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ, ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା। ଉତ୍କଳ ଗୌରବ […]

ଏପ୍ରିଲ ୧କୁ ‘ଉତ୍କଳ ଦିବସ’ ରୂପେ ପାଳନ କରିବା ହେଉଛି ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ୧୯୩୬ ମସିହା ଏପ୍ରିଲ୍ ୧ ତାରିଖରେ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ଜନ୍ମ ନେଇଥିଲା। ପୂର୍ବରୁ ଉତ୍କଳ ଖଣ୍ଡ ବିଖଣ୍ଡିତ ହୋଇ ପଡି ରହିଥିଲା। ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ବରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ, ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ବ୍ୟାସକବି ଫକୀରମୋହନ ସେନାପତି, ରାଧାନାଥ ରାୟ, ସ୍ବଭାବକବି ଗଙ୍ଗାଧର ମେହେରଙ୍କ ପରି ଓଡ଼ିଶାର ବୀରପୁତ୍ରମାନେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ସଂଘର୍ଷ କରିଥିଲେ। ଏହି ବୀରପୁତ୍ରମାନଙ୍କ ଉଦ୍ୟମରେ ୧୯୦୩ରେ ପ୍ରଥମେ ଗଠନ ହେଲା ‘ଉତ୍କଳ ସମ୍ମିଳନୀ’। ଅବିଶ୍ରାନ୍ତ ସଂଗ୍ରାମ ପରେ ୧୯୩୬ ମସିହା ଏପ୍ରିଲ୍ ୧ରେ ଗଠନ ହେଲା ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ। ପ୍ରଥମେ ଓଡ଼ିଶା ରାଜ୍ୟ ୬ଟି ଜିଲ୍ଲା କଟକ, ପୁରୀ, ବାଲେଶ୍ବର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା। ସାର୍ ଅଷ୍ଟିନ୍ ହବାକ୍ ଓଡ଼ିଶାର ପ୍ରଥମ ରାଜ୍ୟପାଳ ଭାବେ ଶପଥ ନେଇଥିଲେ। ୧୯୫୦ ମସିହା ଜାନୁୟାରୀ ୨୬ ତାରିଖରେ ଓଡ଼ିଶାରେ ଆଉ ୭ଟି ଜିଲ୍ଲା ଯୋଗ ହୋଇ ମୋଟ ୧୩ଟି ଜିଲ୍ଲା ହେଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁର୍ନବିଭାଜନ କରି ୩୦ଟି ଜିଲ୍ଲାରେ ବିଭକ୍ତ କରାଗଲା। ପ୍ରତିବର୍ଷ ଏପ୍ରିଲ୍ ପହିଲା ଦିନଟିକୁ ‘ଉତ୍କଳ ଦିବସ’ ଭାବେ ପାଳନ କରାଯାଇ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର