ବିଜେଡି କାର୍ଯ୍ୟାଳୟରେ ଉତ୍କଳ ଦିବସ ପାଳିତ, ଉତ୍କଳର ବରପୁତ୍ରଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କଲେ ବିଜେଡିର ନେତା ଓ କର୍ମୀ

The Sakala Picture
Published On

ଭୁବନେଶ୍ବର : : ୧୯୩୬ ମସିହା ଆଜିର ଦିନରେ ଆମ ରାଜ୍ୟ ଓଡିଶା ପାଇଥିଲା ନୂଆ ପରିଚୟ । ନବଗଠିତ ରାଜ୍ୟ ଭାବରେ ଦେଶର ମାନଚିତ୍ରରେ ସ୍ଥାନ ପାଇଥିଲା ଉତ୍କଳ ପ୍ରଦେଶ । ଓଡିଶା ନବଗଠିତ ହେବା ସ୍ମୃତିରେ ପ୍ରତି ବର୍ଷ ଏପ୍ରିଲ ମାସ ୧ ତାରିଖକୁ ଉତ୍କଳ ଦିବସ ଭାବରେ ପାଳନ କରାଯାଏ । ଆଜିର ଦିନ ଓଡିଶା ଇତିହାସରେ ଏକ ସ୍ମରଣୀୟ ମୁହୂର୍ତ୍ତ । ଭାଷା ଭିତ୍ତିରେ ଏକ ପ୍ରଦେଶ ଗଠନର ସ୍ବପ୍ନ ସହତି […]

ଭୁବନେଶ୍ବର : : ୧୯୩୬ ମସିହା ଆଜିର ଦିନରେ ଆମ ରାଜ୍ୟ ଓଡିଶା ପାଇଥିଲା ନୂଆ ପରିଚୟ । ନବଗଠିତ ରାଜ୍ୟ ଭାବରେ ଦେଶର ମାନଚିତ୍ରରେ ସ୍ଥାନ ପାଇଥିଲା ଉତ୍କଳ ପ୍ରଦେଶ । ଓଡିଶା ନବଗଠିତ ହେବା ସ୍ମୃତିରେ ପ୍ରତି ବର୍ଷ ଏପ୍ରିଲ ମାସ ୧ ତାରିଖକୁ ଉତ୍କଳ ଦିବସ ଭାବରେ ପାଳନ କରାଯାଏ । ଆଜିର ଦିନ ଓଡିଶା ଇତିହାସରେ ଏକ ସ୍ମରଣୀୟ ମୁହୂର୍ତ୍ତ । ଭାଷା ଭିତ୍ତିରେ ଏକ ପ୍ରଦେଶ ଗଠନର ସ୍ବପ୍ନ ସହତି ଜଡିତ ଓଡିଆ ଜାତିର ସ୍ବାଭିମାନର ଏକ ସ୍ମାରକ ଜନ୍ମ ନେଇଥିଲା ।  ନଦନଦୀ, ପ୍ରକୃତି ପ୍ରାଚୂର୍ଯ୍ୟରେ ପରିପୂର୍ଣ୍ଣ ଉତ୍କଳ ଏକ ପ୍ରାଣମୟ ଭୂଖଣ୍ଡ ସମଗ୍ର ଭାରତ ବର୍ଷରେ ଏକ ଉନ୍ନତ ତଥା ବିଭବଶାଳୀ ରାଜ୍ୟ ଭାବେ ପରିଚିତ । ପ୍ରତିବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରାଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ପାଳନ କରାଯାଉଥିବା ବେଳେ ରାଜ୍ୟ ବିଜେଡି କାର୍ଯ୍ୟାଳୟରେ ମଧ୍ୟ ଉତ୍କଳ ଦିବସ ପାଳିତ ହୋଇ ଯାଇଛି । ଏହି ଅବସରର ଉତ୍କଳର ବରପୁତ୍ରଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ବିଜେଡିର ନେତା ଓ କର୍ମୀ। ଉତ୍କଳ ପ୍ରଦେଶ ଗଠନରେ ସଂଘର୍ଷ କରିଥିବା ବୀରପୁତ୍ରଙ୍କ ଫୋଟ ସମ୍ମୁଖରେ ପ୍ରଦୀପ ପ୍ରଜ୍ଜଳନ କରାଯାଇଥିଲା। ଯେଉଁ ଚିନ୍ତା ଓ ଚେତନା ପାଇଁ ଉତ୍କଳ ପ୍ରଦେଶ ଗଠନ ହୋଇଥିଲା ତାହାକୁ ସ୍ମରଣ କରିଛନ୍ତି ବେଜେଡି କର୍ମୀ । ତାସହିତ ଯେଉଁ ଚିନ୍ତାଧାରା ନେଇ ଉତ୍କଳ ପ୍ରଦେଶ ଗଠନ ହୋଇଥିଲା ତାହାକୁ ଆଗକୁ ନେବାକୁ ଦଳୀୟ କର୍ମୀ ସଂକଳ୍ପ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବିଜେଡି ସାଙ୍ଗଠନିକ ମୁଖ୍ୟାଳୟ ସମ୍ପାଦକ ସଞ୍ଜୟ ଦାସ ବର୍ମା,ବିଧାୟକ ଅନନ୍ତ ନାରାୟଣ ଜେନା, ମନ୍ତ୍ରୀ ଅଶୋକପଣ୍ଡା, ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ସୁଲତା ଦେଓ ଆଦି କର୍ମୀ ଉପସ୍ଥିତ ରହିଥିଲେ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

01 Apr 2021 By The Sakala

ବିଜେଡି କାର୍ଯ୍ୟାଳୟରେ ଉତ୍କଳ ଦିବସ ପାଳିତ, ଉତ୍କଳର ବରପୁତ୍ରଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କଲେ ବିଜେଡିର ନେତା ଓ କର୍ମୀ

ଭୁବନେଶ୍ବର : : ୧୯୩୬ ମସିହା ଆଜିର ଦିନରେ ଆମ ରାଜ୍ୟ ଓଡିଶା ପାଇଥିଲା ନୂଆ ପରିଚୟ । ନବଗଠିତ ରାଜ୍ୟ ଭାବରେ ଦେଶର ମାନଚିତ୍ରରେ ସ୍ଥାନ ପାଇଥିଲା ଉତ୍କଳ ପ୍ରଦେଶ । ଓଡିଶା ନବଗଠିତ ହେବା ସ୍ମୃତିରେ ପ୍ରତି ବର୍ଷ ଏପ୍ରିଲ ମାସ ୧ ତାରିଖକୁ ଉତ୍କଳ ଦିବସ ଭାବରେ ପାଳନ କରାଯାଏ । ଆଜିର ଦିନ ଓଡିଶା ଇତିହାସରେ ଏକ ସ୍ମରଣୀୟ ମୁହୂର୍ତ୍ତ । ଭାଷା ଭିତ୍ତିରେ ଏକ ପ୍ରଦେଶ ଗଠନର ସ୍ବପ୍ନ ସହତି ଜଡିତ ଓଡିଆ ଜାତିର ସ୍ବାଭିମାନର ଏକ ସ୍ମାରକ ଜନ୍ମ ନେଇଥିଲା ।  ନଦନଦୀ, ପ୍ରକୃତି ପ୍ରାଚୂର୍ଯ୍ୟରେ ପରିପୂର୍ଣ୍ଣ ଉତ୍କଳ ଏକ ପ୍ରାଣମୟ ଭୂଖଣ୍ଡ ସମଗ୍ର ଭାରତ ବର୍ଷରେ ଏକ ଉନ୍ନତ ତଥା ବିଭବଶାଳୀ ରାଜ୍ୟ ଭାବେ ପରିଚିତ । ପ୍ରତିବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରାଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ ।

ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ପାଳନ କରାଯାଉଥିବା ବେଳେ ରାଜ୍ୟ ବିଜେଡି କାର୍ଯ୍ୟାଳୟରେ ମଧ୍ୟ ଉତ୍କଳ ଦିବସ ପାଳିତ ହୋଇ ଯାଇଛି । ଏହି ଅବସରର ଉତ୍କଳର ବରପୁତ୍ରଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ବିଜେଡିର ନେତା ଓ କର୍ମୀ। ଉତ୍କଳ ପ୍ରଦେଶ ଗଠନରେ ସଂଘର୍ଷ କରିଥିବା ବୀରପୁତ୍ରଙ୍କ ଫୋଟ ସମ୍ମୁଖରେ ପ୍ରଦୀପ ପ୍ରଜ୍ଜଳନ କରାଯାଇଥିଲା। ଯେଉଁ ଚିନ୍ତା ଓ ଚେତନା ପାଇଁ ଉତ୍କଳ ପ୍ରଦେଶ ଗଠନ ହୋଇଥିଲା ତାହାକୁ ସ୍ମରଣ କରିଛନ୍ତି ବେଜେଡି କର୍ମୀ । ତାସହିତ ଯେଉଁ ଚିନ୍ତାଧାରା ନେଇ ଉତ୍କଳ ପ୍ରଦେଶ ଗଠନ ହୋଇଥିଲା ତାହାକୁ ଆଗକୁ ନେବାକୁ ଦଳୀୟ କର୍ମୀ ସଂକଳ୍ପ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବିଜେଡି ସାଙ୍ଗଠନିକ ମୁଖ୍ୟାଳୟ ସମ୍ପାଦକ ସଞ୍ଜୟ ଦାସ ବର୍ମା,ବିଧାୟକ ଅନନ୍ତ ନାରାୟଣ ଜେନା, ମନ୍ତ୍ରୀ ଅଶୋକପଣ୍ଡା, ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ସୁଲତା ଦେଓ ଆଦି କର୍ମୀ ଉପସ୍ଥିତ ରହିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର