ଟିକାର ସୁରକ୍ଷା ପାଇଁ ସମ୍ଭାବ୍ୟ ବାତ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ବନ୍ଦ ରହିବ ଟିକାକରଣ

The Sakala Picture
Published On

ସମ୍ଭାବ୍ୟ ବାତ୍ୟା ଯୋଗୁଁ ବନ୍ଦ ରହିବ ଟିକାକରଣ । ବାତ୍ୟାରେ ପ୍ରଭାବିତ ଜିଲ୍ଲାରେ ଟିକାକରଣ ବନ୍ଦ ରଖିବା ନେଇ ପରିବାର ଓ କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଏନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ଟିକାର ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନିଆଯାଇଛି । ବାତ୍ୟା ସମୟରେ ବିଦ୍ୟୁତ ସେବା ବ୍ୟାଘାତ ହୋଇପାରେ,ତେଣୁ ଏଭଳି ସ୍ଥଳେ ଟିକାକୁ ସୁରକ୍ଷିତ ରଖିବାକୁ କୁହାଯାଇଛି । ଏପରିକି […]

ସମ୍ଭାବ୍ୟ ବାତ୍ୟା ଯୋଗୁଁ ବନ୍ଦ ରହିବ ଟିକାକରଣ । ବାତ୍ୟାରେ ପ୍ରଭାବିତ ଜିଲ୍ଲାରେ ଟିକାକରଣ ବନ୍ଦ ରଖିବା ନେଇ ପରିବାର ଓ କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଏନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ଟିକାର ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନିଆଯାଇଛି । ବାତ୍ୟା ସମୟରେ ବିଦ୍ୟୁତ ସେବା ବ୍ୟାଘାତ ହୋଇପାରେ,ତେଣୁ ଏଭଳି ସ୍ଥଳେ ଟିକାକୁ ସୁରକ୍ଷିତ ରଖିବାକୁ କୁହାଯାଇଛି । ଏପରିକି ଜେନେରେଟର ବ୍ୟବସ୍ଥା କରି ଟିକା ସୁରକ୍ଷିତ ରଖିବାକୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ଆଜି ସୁପ୍ରିମକୋର୍ଟରେ ଶୁଣାଣି, ଆସିପାରେ ବଡ଼ ନିର୍ଦ୍ଦେଶ

ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ୨୪ ତାରିଖ ସୁଦ୍ଧା ଏହା ବାତ୍ୟାର ରୂପ ନେବ । ୨୩ ସକାଳେ ଏହା ଅବପାତ ରୂପ ନେଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ତାରିଖରେ ବାତ୍ୟାରେ ପରିଣତ ହେବ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଅତି ଭୟଙ୍କର ବାତ୍ୟାରେ ପରିଣତ ହେବ ‘ୟଶ’ । ଉତ୍ତର ବଙ୍ଗୋପସାଗର ନିକଟର ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଏବଂ ବାଂଲାଦେଶ ଉପକୂଳ ୨୬ ସକାଳେ ଛୁଇଁବା ପୂର୍ବାନୁମାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର