ଖୁବ୍‌ଶୀଘ୍ର ଓଡ଼ିଶାରେ ଗଡ଼ିବ ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍, ରାଉରକେଲା-ଭୁବନେଶ୍ୱର ରୁଟରେ ଟ୍ରେନ ଚଳାଇବାକୁ ନିଷ୍ପତ୍ତି

The Sakala Picture
Published On

ଭୁବନେଶ୍ୱର: ଖୁବ୍‌ଶୀଘ୍ର ଓଡ଼ିଶାରେ ଗଡ଼ିବ ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ରାଉରକେଲାରୁ ଭୁବନେଶ୍ୱର ରୁଟରେ ବନ୍ଦେ ଭାରତ ଟ୍ରେନ ଚଳାଇବାକୁ ନେଇ ନିଷ୍ପତ୍ତି ନିଆଯାଇଛି । ଏନେଇ ଆଜି ଭୁବନେଶ୍ୱରରେ ରାଜଧାନୀ ଏକ୍ସପ୍ରେସରେ ତେଜସ୍ କୋଚର ଶୁଭାରମ୍ଭ କରିବା ଅବସରରେ ଏହି ଘୋଷଣା କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏହା ପୁରୀରୁ ଭୁବନେଶ୍ବର, କଟକ, ଢେଙ୍କାନାଳ, ଅନୁଗୁଳ, ତାଳଚେର, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଦେଇ ରାଉରକେଲା ଯାଏ ଚାଲିବ। ଏହାଫଳରେ ପଶ୍ଚିମ ଓଡ଼ିଶାବାସୀ […]

ଭୁବନେଶ୍ୱର: ଖୁବ୍‌ଶୀଘ୍ର ଓଡ଼ିଶାରେ ଗଡ଼ିବ ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ରାଉରକେଲାରୁ ଭୁବନେଶ୍ୱର ରୁଟରେ ବନ୍ଦେ ଭାରତ ଟ୍ରେନ ଚଳାଇବାକୁ ନେଇ ନିଷ୍ପତ୍ତି ନିଆଯାଇଛି । ଏନେଇ ଆଜି ଭୁବନେଶ୍ୱରରେ ରାଜଧାନୀ ଏକ୍ସପ୍ରେସରେ ତେଜସ୍ କୋଚର ଶୁଭାରମ୍ଭ କରିବା ଅବସରରେ ଏହି ଘୋଷଣା କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏହା ପୁରୀରୁ ଭୁବନେଶ୍ବର, କଟକ, ଢେଙ୍କାନାଳ, ଅନୁଗୁଳ, ତାଳଚେର, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଦେଇ ରାଉରକେଲା ଯାଏ ଚାଲିବ। ଏହାଫଳରେ ପଶ୍ଚିମ ଓଡ଼ିଶାବାସୀ ଅଧିକ ଉପକୃତ ହେବେ। ଓଡ଼ିଶାରେ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ପ୍ରସ୍ତୁତି କାମ ପ୍ରାୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ବୋଲି କେନ୍ଦ୍ର ରେଳମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ସୂଚନାଯୋଗ୍ୟ ଯେ, ଏ ବର୍ଷ ମେ’ ୧୮ରେ ଓଡ଼ିଶାରେ ଗଡ଼ିଥିଲା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ୍ । ପୁରୀ-ହାୱଡା ମଧ୍ୟରେ ଏହି ଟ୍ରେନ ଚଳାଚଳର ଶୁଭାରମ୍ଭ ହୋଇଥିଲା । ସେତେବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପାଇଁ ଆଉ ୨ଟି ବନ୍ଦେ ଭାରତ ଏକ୍ସପ୍ରେସ ଦାବି କରିଥିଲେ । ପୁରୀ-ରାଉରକେଲା ଓ ଭୁବନେଶ୍ୱର-ହାଇଦ୍ରାବାଦ ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ଦାବି କରିଥିଲେ ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

14 Aug 2023 By The Sakala

ଖୁବ୍‌ଶୀଘ୍ର ଓଡ଼ିଶାରେ ଗଡ଼ିବ ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍, ରାଉରକେଲା-ଭୁବନେଶ୍ୱର ରୁଟରେ ଟ୍ରେନ ଚଳାଇବାକୁ ନିଷ୍ପତ୍ତି

ଭୁବନେଶ୍ୱର: ଖୁବ୍‌ଶୀଘ୍ର ଓଡ଼ିଶାରେ ଗଡ଼ିବ ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ରାଉରକେଲାରୁ ଭୁବନେଶ୍ୱର ରୁଟରେ ବନ୍ଦେ ଭାରତ ଟ୍ରେନ ଚଳାଇବାକୁ ନେଇ ନିଷ୍ପତ୍ତି ନିଆଯାଇଛି । ଏନେଇ ଆଜି ଭୁବନେଶ୍ୱରରେ ରାଜଧାନୀ ଏକ୍ସପ୍ରେସରେ ତେଜସ୍ କୋଚର ଶୁଭାରମ୍ଭ କରିବା ଅବସରରେ ଏହି ଘୋଷଣା କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏହା ପୁରୀରୁ ଭୁବନେଶ୍ବର, କଟକ, ଢେଙ୍କାନାଳ, ଅନୁଗୁଳ, ତାଳଚେର, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଦେଇ ରାଉରକେଲା ଯାଏ ଚାଲିବ। ଏହାଫଳରେ ପଶ୍ଚିମ ଓଡ଼ିଶାବାସୀ ଅଧିକ ଉପକୃତ ହେବେ। ଓଡ଼ିଶାରେ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ପ୍ରସ୍ତୁତି କାମ ପ୍ରାୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ବୋଲି କେନ୍ଦ୍ର ରେଳମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ ଯେ, ଏ ବର୍ଷ ମେ’ ୧୮ରେ ଓଡ଼ିଶାରେ ଗଡ଼ିଥିଲା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ୍ । ପୁରୀ-ହାୱଡା ମଧ୍ୟରେ ଏହି ଟ୍ରେନ ଚଳାଚଳର ଶୁଭାରମ୍ଭ ହୋଇଥିଲା । ସେତେବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପାଇଁ ଆଉ ୨ଟି ବନ୍ଦେ ଭାରତ ଏକ୍ସପ୍ରେସ ଦାବି କରିଥିଲେ । ପୁରୀ-ରାଉରକେଲା ଓ ଭୁବନେଶ୍ୱର-ହାଇଦ୍ରାବାଦ ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ଦାବି କରିଥିଲେ ମୁଖ୍ୟମନ୍ତ୍ରୀ ।

https://www.thesakala.in/latest-odisha-news/vande-bharat-express-will-run-between-rourkela-bhubaneswar-soon/article-24451
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର