ଘୋଷଣା ହୋଇଛି ରାଜ୍ୟ ସ୍ୱାସ୍ଥ୍ୟ ନୀତି ୨୦୨୨ : ଆଗାମୀ ଦିନରେ ୨୧ଟି ହସ୍ପିଟାଲ ଖୋଲିବାକୁ ଯୋଜନା ରଖିଛନ୍ତି ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ବର : ଭୁବନେଶ୍ବରରେ ଚାଲିଥିବା ମେକ୍‌ ଇନ୍ ଓଡିଶା କନକ୍ଲେଭର ଚତୁର୍ଥ ଦିନ ଅର୍ଥାତ ଉଦଯାପନୀ ଦିବସରେ ସ୍ୱାସ୍ଥ୍ୟକ୍ଷେତ୍ରରେ ୧ ହଜାର କୋଟି ଟଙ୍କାର ନିବେଶ ପାଇଁ ବିଭିନ୍ନ କମ୍ପାନୀ ଆଗ୍ରହ ପ୍ରକାଶ କରିଛନ୍ତି । ମେଡ଼ିସିନ ଫର୍ମାସ୍ୟୁଟିକାଲ କମ୍ପାନୀ କଡ଼ିଲା ଓଡ଼ିଶାରେ ୧୦୦ କୋଟି ଟଙ୍କା ନିବେଶ ପାଇଁ ଆଗ୍ରହ ପ୍ରକାଶ କରିଛି । ଏହା ସହିତ ଅନୁଗୁଳ, ବଡ଼ବିଲ, ଝାରସୁଗୁଡା ଓ ଭଦ୍ରକରେ ପିପିପି ମୋଡ଼ରେ ହସ୍ପିଟାଲ କରିବା ପାଇଁ ୫ ସହ କୋଟି […]

ଭୁବନେଶ୍ବର : ଭୁବନେଶ୍ବରରେ ଚାଲିଥିବା ମେକ୍‌ ଇନ୍ ଓଡିଶା କନକ୍ଲେଭର ଚତୁର୍ଥ ଦିନ ଅର୍ଥାତ ଉଦଯାପନୀ ଦିବସରେ ସ୍ୱାସ୍ଥ୍ୟକ୍ଷେତ୍ରରେ ୧ ହଜାର କୋଟି ଟଙ୍କାର ନିବେଶ ପାଇଁ ବିଭିନ୍ନ କମ୍ପାନୀ ଆଗ୍ରହ ପ୍ରକାଶ କରିଛନ୍ତି । ମେଡ଼ିସିନ ଫର୍ମାସ୍ୟୁଟିକାଲ କମ୍ପାନୀ କଡ଼ିଲା ଓଡ଼ିଶାରେ ୧୦୦ କୋଟି ଟଙ୍କା ନିବେଶ ପାଇଁ ଆଗ୍ରହ ପ୍ରକାଶ କରିଛି । ଏହା ସହିତ ଅନୁଗୁଳ, ବଡ଼ବିଲ, ଝାରସୁଗୁଡା ଓ ଭଦ୍ରକରେ ପିପିପି ମୋଡ଼ରେ ହସ୍ପିଟାଲ କରିବା ପାଇଁ ୫ ସହ କୋଟି ଟଙ୍କା ନିବେଶ ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି ବିଭିନ୍ନ କମ୍ପାନୀ । ଏନେଇ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ଏଥି ସହିତ  ଆଜି ସ୍ୱାସ୍ଥ୍ୟ ନୀତି ୨୦୨୨ର ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏଥିରେ ଯେଉଁ ଚାରିଟେବଲ ସଂସ୍ଥା ନିବେଶ କରିବା ପାଇଁ ଚାହିଁବେ ସେମାନଙ୍କୁ ମାଗଣାରେ ରାଜ୍ୟ ସରକାର ଜମି ଯୋଗାଇ ଦେବେ । ଯେଉଁ କମ୍ପାନୀ ନିବେଶ କରିବାକୁ ଚାହିଁବେ ସେମାନଙ୍କୁ ଶିଳ୍ପ ନୀତି ଅନୁସାରେ ସବସିଡି ରେଟରେ ଜମି ଯୋଗାଇଦେବେ ସରକାର । ପିପିଟି ମୋଡ଼ରେ ଏହି ୪ଟି ହସ୍ପିଟାଲ ସଫଳ ହେଲେ ଆଗାମୀ ଦିନରେ ୨୧ଟି ହସ୍ପିଟାଲ ଖୋଲିବାକୁ ଯୋଜନ ରଖିଛନ୍ତି ରାଜ୍ୟ ସରକାର ।

03 Dec 2022 By The Sakala

ଘୋଷଣା ହୋଇଛି ରାଜ୍ୟ ସ୍ୱାସ୍ଥ୍ୟ ନୀତି ୨୦୨୨ : ଆଗାମୀ ଦିନରେ ୨୧ଟି ହସ୍ପିଟାଲ ଖୋଲିବାକୁ ଯୋଜନା ରଖିଛନ୍ତି ରାଜ୍ୟ ସରକାର

ଭୁବନେଶ୍ବର : ଭୁବନେଶ୍ବରରେ ଚାଲିଥିବା ମେକ୍‌ ଇନ୍ ଓଡିଶା କନକ୍ଲେଭର ଚତୁର୍ଥ ଦିନ ଅର୍ଥାତ ଉଦଯାପନୀ ଦିବସରେ ସ୍ୱାସ୍ଥ୍ୟକ୍ଷେତ୍ରରେ ୧ ହଜାର କୋଟି ଟଙ୍କାର ନିବେଶ ପାଇଁ ବିଭିନ୍ନ କମ୍ପାନୀ ଆଗ୍ରହ ପ୍ରକାଶ କରିଛନ୍ତି । ମେଡ଼ିସିନ ଫର୍ମାସ୍ୟୁଟିକାଲ କମ୍ପାନୀ କଡ଼ିଲା ଓଡ଼ିଶାରେ ୧୦୦ କୋଟି ଟଙ୍କା ନିବେଶ ପାଇଁ ଆଗ୍ରହ ପ୍ରକାଶ କରିଛି । ଏହା ସହିତ ଅନୁଗୁଳ, ବଡ଼ବିଲ, ଝାରସୁଗୁଡା ଓ ଭଦ୍ରକରେ ପିପିପି ମୋଡ଼ରେ ହସ୍ପିଟାଲ କରିବା ପାଇଁ ୫ ସହ କୋଟି ଟଙ୍କା ନିବେଶ ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି ବିଭିନ୍ନ କମ୍ପାନୀ । ଏନେଇ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି।

ଏଥି ସହିତ  ଆଜି ସ୍ୱାସ୍ଥ୍ୟ ନୀତି ୨୦୨୨ର ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏଥିରେ ଯେଉଁ ଚାରିଟେବଲ ସଂସ୍ଥା ନିବେଶ କରିବା ପାଇଁ ଚାହିଁବେ ସେମାନଙ୍କୁ ମାଗଣାରେ ରାଜ୍ୟ ସରକାର ଜମି ଯୋଗାଇ ଦେବେ । ଯେଉଁ କମ୍ପାନୀ ନିବେଶ କରିବାକୁ ଚାହିଁବେ ସେମାନଙ୍କୁ ଶିଳ୍ପ ନୀତି ଅନୁସାରେ ସବସିଡି ରେଟରେ ଜମି ଯୋଗାଇଦେବେ ସରକାର । ପିପିଟି ମୋଡ଼ରେ ଏହି ୪ଟି ହସ୍ପିଟାଲ ସଫଳ ହେଲେ ଆଗାମୀ ଦିନରେ ୨୧ଟି ହସ୍ପିଟାଲ ଖୋଲିବାକୁ ଯୋଜନ ରଖିଛନ୍ତି ରାଜ୍ୟ ସରକାର ।

https://www.thesakala.in/latest-odisha-news/various-companies-have-expressed-interest-in-investing-rs-1000-crore-in-the-health-sector/article-17048
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର