ଅନୁଭବଙ୍କ ପୈତୃକ ଘର ଛାଡିବାକୁ ବର୍ଷା ପ୍ରିୟଦର୍ଶିନୀଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ

The Sakala Picture
Published On

କଟକ: ଅନୁଭବଙ୍କ ଘର ଛାଡ଼ିବେ ବର୍ଷା ପ୍ରିୟଦର୍ଶିନୀ ! ଅନୁଭବ ମହାନ୍ତିଙ୍କ ପୈତୃକ ଘର ଛାଡିବାକୁ ବର୍ଷା ପ୍ରିୟଦର୍ଶିନୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କଟକ ଏସଡିଜେଏମ୍‌ କୋର୍ଟ । ପୈତୃକ ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ। ବାପା, ମାଆ ଅସୁସ୍ଥ ଥିବାରୁ ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ । ଅନୁଭବଙ୍କ ପିଟିସନକୁ ଗ୍ରହଣ କଲେ SDJM କୋର୍ଟ । ଏହାସହିତ ବର୍ଷାଙ୍କୁ ପ୍ରତି ମାସରେ ୩୦ହଜାର ଟଙ୍କା ଦେବାକୁ ଅନୁଭବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ପ୍ରଥମ […]

କଟକ: ଅନୁଭବଙ୍କ ଘର ଛାଡ଼ିବେ ବର୍ଷା ପ୍ରିୟଦର୍ଶିନୀ ! ଅନୁଭବ ମହାନ୍ତିଙ୍କ ପୈତୃକ ଘର ଛାଡିବାକୁ ବର୍ଷା ପ୍ରିୟଦର୍ଶିନୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କଟକ ଏସଡିଜେଏମ୍‌ କୋର୍ଟ । ପୈତୃକ ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ। ବାପା, ମାଆ ଅସୁସ୍ଥ ଥିବାରୁ ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ । ଅନୁଭବଙ୍କ ପିଟିସନକୁ ଗ୍ରହଣ କଲେ SDJM କୋର୍ଟ । ଏହାସହିତ ବର୍ଷାଙ୍କୁ ପ୍ରତି ମାସରେ ୩୦ହଜାର ଟଙ୍କା ଦେବାକୁ ଅନୁଭବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ପ୍ରଥମ କିସ୍ତି ଦେବାର ଦୁଇ ମାସ ପରେ ଘର ଛାଡ଼ିବାକୁ ବର୍ଷାଙ୍କୁ ନିର୍ଦ୍ଦେଶ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

ଗତ ମାସ ୨୪ ତାରିଖରେ ଏହି ମାମଲାର ଶୁଣାଣି ଶେଷ କରି କଟକ ଏସ ଡି ଜେ ଏମ୍ କୋର୍ଟ ତାଙ୍କ ରାୟ ସଂରକ୍ଷିତ ରଖିଥିଲେ । ନିଜ ପିଟିସନରେ ଅନୁଭବ ଉଲ୍ଲେଖ କରିଥିଲେ କି , ସେ ତାଙ୍କ ପତ୍ନୀ ବର୍ଷାଙ୍କ ପାଇଁ ଭଡା ଘରର ବ୍ୟବସ୍ଥା କରିବେ । ସେ ବାବଦୀୟ ଖର୍ଚ୍ଚକୁ ଭରଣା କରିବାକୁ ମଧ୍ୟ ସେ ରାଜି ଅଛନ୍ତି । ଯେହେତୁ ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ନାହିଁ । ତେଣୁ ତାଙ୍କ ଚିକିତ୍ସା ଲାଗି ସେମାନଙ୍କୁ ନିଜ ଘରେ ରହିବାର ଆବଶ୍ୟକତା ରହିଛି ।

ଆହୁରି ପଢ଼ନ୍ତୁ: ବଲାଙ୍ଗୀରରେ ପୋଖରୀ ପୁନରୁଦ୍ଧାର କାମକୁ ନେଇ ବିଜେଡି-କଂଗ୍ରେସ ମୁହାମୁହିଁ

ସୂଚନାଯୋଗ୍ୟ, ବର୍ଷାଙ୍କ ସହ ବିବାଦ ହେବା ପରଠାରୁ ଅନୁଭବ ତାଙ୍କ ବାପା, ମାଆ ଓ ସାନ ଭାଇଙ୍କ ସହ ଅନ୍ୟତ୍ର ଘର ଭଡା ନେଇ ରହୁଛନ୍ତି । ଅନ୍ୟପଟେ ପାରିବାରିକ ହିଂସାର ଶୀକାର ହେଉଥିବା ଅଭିଯୋଗ ଆଣି ବର୍ଷା ପ୍ରଥମେ ଏସଡିଜେଏମ୍ କୋର୍ଟରେ ଏକ ମାମଲା ଦାଏର କରିଥିଲେ । ଉକ୍ତ ଆବେଦନଟି କୋର୍ଟରେ ବିଚାରାଧୀନ ଥିବା ବେଳେ, ଅନୁଭବଙ୍କ ପକ୍ଷରୁ ଆଉ ଦୁଇଟି ପିଟିସନ ଦାୟର ହୋଇଥିଲା  ଯାହାର ରାୟ ଗୁରୁବାର  ପ୍ରକାଶ ପାଇଛି ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

02 Jun 2022 By The Sakala

ଅନୁଭବଙ୍କ ପୈତୃକ ଘର ଛାଡିବାକୁ ବର୍ଷା ପ୍ରିୟଦର୍ଶିନୀଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ

କଟକ: ଅନୁଭବଙ୍କ ଘର ଛାଡ଼ିବେ ବର୍ଷା ପ୍ରିୟଦର୍ଶିନୀ ! ଅନୁଭବ ମହାନ୍ତିଙ୍କ ପୈତୃକ ଘର ଛାଡିବାକୁ ବର୍ଷା ପ୍ରିୟଦର୍ଶିନୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କଟକ ଏସଡିଜେଏମ୍‌ କୋର୍ଟ । ପୈତୃକ ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ। ବାପା, ମାଆ ଅସୁସ୍ଥ ଥିବାରୁ ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ । ଅନୁଭବଙ୍କ ପିଟିସନକୁ ଗ୍ରହଣ କଲେ SDJM କୋର୍ଟ । ଏହାସହିତ ବର୍ଷାଙ୍କୁ ପ୍ରତି ମାସରେ ୩୦ହଜାର ଟଙ୍କା ଦେବାକୁ ଅନୁଭବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ପ୍ରଥମ କିସ୍ତି ଦେବାର ଦୁଇ ମାସ ପରେ ଘର ଛାଡ଼ିବାକୁ ବର୍ଷାଙ୍କୁ ନିର୍ଦ୍ଦେଶ ।

ଗତ ମାସ ୨୪ ତାରିଖରେ ଏହି ମାମଲାର ଶୁଣାଣି ଶେଷ କରି କଟକ ଏସ ଡି ଜେ ଏମ୍ କୋର୍ଟ ତାଙ୍କ ରାୟ ସଂରକ୍ଷିତ ରଖିଥିଲେ । ନିଜ ପିଟିସନରେ ଅନୁଭବ ଉଲ୍ଲେଖ କରିଥିଲେ କି , ସେ ତାଙ୍କ ପତ୍ନୀ ବର୍ଷାଙ୍କ ପାଇଁ ଭଡା ଘରର ବ୍ୟବସ୍ଥା କରିବେ । ସେ ବାବଦୀୟ ଖର୍ଚ୍ଚକୁ ଭରଣା କରିବାକୁ ମଧ୍ୟ ସେ ରାଜି ଅଛନ୍ତି । ଯେହେତୁ ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ନାହିଁ । ତେଣୁ ତାଙ୍କ ଚିକିତ୍ସା ଲାଗି ସେମାନଙ୍କୁ ନିଜ ଘରେ ରହିବାର ଆବଶ୍ୟକତା ରହିଛି ।

ସୂଚନାଯୋଗ୍ୟ, ବର୍ଷାଙ୍କ ସହ ବିବାଦ ହେବା ପରଠାରୁ ଅନୁଭବ ତାଙ୍କ ବାପା, ମାଆ ଓ ସାନ ଭାଇଙ୍କ ସହ ଅନ୍ୟତ୍ର ଘର ଭଡା ନେଇ ରହୁଛନ୍ତି । ଅନ୍ୟପଟେ ପାରିବାରିକ ହିଂସାର ଶୀକାର ହେଉଥିବା ଅଭିଯୋଗ ଆଣି ବର୍ଷା ପ୍ରଥମେ ଏସଡିଜେଏମ୍ କୋର୍ଟରେ ଏକ ମାମଲା ଦାଏର କରିଥିଲେ । ଉକ୍ତ ଆବେଦନଟି କୋର୍ଟରେ ବିଚାରାଧୀନ ଥିବା ବେଳେ, ଅନୁଭବଙ୍କ ପକ୍ଷରୁ ଆଉ ଦୁଇଟି ପିଟିସନ ଦାୟର ହୋଇଥିଲା  ଯାହାର ରାୟ ଗୁରୁବାର  ପ୍ରକାଶ ପାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର