ଅନୁଭବ-ବର୍ଷା ବିବାଦ : ଏସ୍‌ଡିଜେଏମ୍ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ୍ କରି ଜିଲ୍ଲା କୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅନୁଭବ

The Sakala Picture
Published On

କଟକ : ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ସାଂସଦ ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲାରେ କଟକ ଏସଡିଜେଏମ କୋର୍ଟଙ୍କ ନିର୍ଦେଶକୁ ଚ୍ୟାଲେଞ୍ଜ କରି କଟକ ଜିଲ୍ଲା ଜଜ୍ କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ଅନୁଭବ । ଘରୋଇ ହିଂସା ଓ ଭରଣପୋଷଣ ଅଭିଯୋଗ ନେଇ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ଦାୟର କରିଥିବା ମାମଲାରେ ଏସଡିଜିଏମ୍ କୋର୍ଟ ପ୍ରଦାନ କରିଥିବା ନିର୍ଦ୍ଦେଶ ବିରୋଧରେ ତାଙ୍କ ସ୍ବାମୀ ତଥା ଅଭିନେତା ଓ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଜିଲ୍ଲା ଅଦାଲତଙ୍କ […]

କଟକ : ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ସାଂସଦ ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲାରେ କଟକ ଏସଡିଜେଏମ କୋର୍ଟଙ୍କ ନିର୍ଦେଶକୁ ଚ୍ୟାଲେଞ୍ଜ କରି କଟକ ଜିଲ୍ଲା ଜଜ୍ କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ଅନୁଭବ । ଘରୋଇ ହିଂସା ଓ ଭରଣପୋଷଣ ଅଭିଯୋଗ ନେଇ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ଦାୟର କରିଥିବା ମାମଲାରେ ଏସଡିଜିଏମ୍ କୋର୍ଟ ପ୍ରଦାନ କରିଥିବା ନିର୍ଦ୍ଦେଶ ବିରୋଧରେ ତାଙ୍କ ସ୍ବାମୀ ତଥା ଅଭିନେତା ଓ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଜିଲ୍ଲା ଅଦାଲତଙ୍କ ଦ୍ବାରସ୍ଥ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: କାଠଯୋଡି ନଦୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ଏହାପୂର୍ବରୁ ଏପ୍ରିଲ ୫ ତାରିଖରେ କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ ବର୍ଷା ଓ ଅନୁଭବ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଉଭୟେ ଫ୍ୟାମିଲ କୋର୍ଟରେ ହାଜର ହୋଇଥିଲେ।ଦିଲ୍ଲୀର ପଟିଆଲା ହାଉସ କୋର୍ଟ ବଦଳରେ କଟକରେ ପରିବାର ଅଦାଲତରେ ଚାଲିବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ସାଂସଦ ସ୍ବାମୀ ଅନୁଭବ ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ପତ୍ନୀ ବର୍ଷାଙ୍କ ଠାରୁ ଛାଡପତ୍ର ପାଇଁ ଆବେଦନ କରିଥିଲେ । ଏହା ପରେ ସ୍ବାମୀ ଅନୁଭବଙ୍କ ବିରୁଦ୍ଧରେ ବର୍ଷା ଘରୋଇ ହିଂସା ଓ ବୈବାହିକ ଜୀବନକୁ ବଜାୟୀ ରଖିବାକୁ କଟକ ଏସଡିଜେଏମ କୋର୍ଟରେ ୨ଟି ଆବେଦନ କରିଥିଲେ ।

ଆହୁରି ପଢ଼ନ୍ତୁ: ସ୍ୱାସ୍ଥ୍ୟସେବାର ଚରମ ଅବ୍ୟବସ୍ଥା: ପିଆର୍‌ଏମ୍‌ରେ ଅସୁସ୍ଥ ସ୍ତ୍ରୀଙ୍କୁ କାନ୍ଧରେ ବୋହିଲେ ସ୍ୱାମୀ

ଏହାର କିଛି ଦିନ ପରେ ବର୍ଷା ପଟିଆଲା ହାଉସ କୋର୍ଟରେ ଅନୁଭବ ଦାୟର କରିଥିବା ଛାଡପତ୍ର ମାମଲାକୁ କଟକ ସ୍ଥାନାନ୍ତରିତ କରିବାକୁ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ସୁପ୍ରିମକୋର୍ଟ ଏହି ମାମଲାରେ ଶୁଣାଣି କରି ମାର୍ଚ୍ଚ ୫ ତାରିଖରେ ଏହି ମାମଲାକୁ କଟକ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଅନୁଭବଙ୍କ ପକ୍ଷରୁ ମଧ୍ୟ ସର୍ବୋଚ୍ଚ ନ୍ୟାୟାଳୟରେ ଜବାବ ଦାଖଲ ପିଟିସିନ ଦାଖଲ ହୋଇଥିଲା ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

15 Apr 2021 By The Sakala

ଅନୁଭବ-ବର୍ଷା ବିବାଦ : ଏସ୍‌ଡିଜେଏମ୍ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ୍ କରି ଜିଲ୍ଲା କୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅନୁଭବ

କଟକ : ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ସାଂସଦ ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲାରେ କଟକ ଏସଡିଜେଏମ କୋର୍ଟଙ୍କ ନିର୍ଦେଶକୁ ଚ୍ୟାଲେଞ୍ଜ କରି କଟକ ଜିଲ୍ଲା ଜଜ୍ କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ଅନୁଭବ । ଘରୋଇ ହିଂସା ଓ ଭରଣପୋଷଣ ଅଭିଯୋଗ ନେଇ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ଦାୟର କରିଥିବା ମାମଲାରେ ଏସଡିଜିଏମ୍ କୋର୍ଟ ପ୍ରଦାନ କରିଥିବା ନିର୍ଦ୍ଦେଶ ବିରୋଧରେ ତାଙ୍କ ସ୍ବାମୀ ତଥା ଅଭିନେତା ଓ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଜିଲ୍ଲା ଅଦାଲତଙ୍କ ଦ୍ବାରସ୍ଥ ହୋଇଛନ୍ତି।

ଏହାପୂର୍ବରୁ ଏପ୍ରିଲ ୫ ତାରିଖରେ କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ ବର୍ଷା ଓ ଅନୁଭବ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଉଭୟେ ଫ୍ୟାମିଲ କୋର୍ଟରେ ହାଜର ହୋଇଥିଲେ।ଦିଲ୍ଲୀର ପଟିଆଲା ହାଉସ କୋର୍ଟ ବଦଳରେ କଟକରେ ପରିବାର ଅଦାଲତରେ ଚାଲିବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ସାଂସଦ ସ୍ବାମୀ ଅନୁଭବ ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ପତ୍ନୀ ବର୍ଷାଙ୍କ ଠାରୁ ଛାଡପତ୍ର ପାଇଁ ଆବେଦନ କରିଥିଲେ । ଏହା ପରେ ସ୍ବାମୀ ଅନୁଭବଙ୍କ ବିରୁଦ୍ଧରେ ବର୍ଷା ଘରୋଇ ହିଂସା ଓ ବୈବାହିକ ଜୀବନକୁ ବଜାୟୀ ରଖିବାକୁ କଟକ ଏସଡିଜେଏମ କୋର୍ଟରେ ୨ଟି ଆବେଦନ କରିଥିଲେ ।

ଏହାର କିଛି ଦିନ ପରେ ବର୍ଷା ପଟିଆଲା ହାଉସ କୋର୍ଟରେ ଅନୁଭବ ଦାୟର କରିଥିବା ଛାଡପତ୍ର ମାମଲାକୁ କଟକ ସ୍ଥାନାନ୍ତରିତ କରିବାକୁ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ସୁପ୍ରିମକୋର୍ଟ ଏହି ମାମଲାରେ ଶୁଣାଣି କରି ମାର୍ଚ୍ଚ ୫ ତାରିଖରେ ଏହି ମାମଲାକୁ କଟକ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଅନୁଭବଙ୍କ ପକ୍ଷରୁ ମଧ୍ୟ ସର୍ବୋଚ୍ଚ ନ୍ୟାୟାଳୟରେ ଜବାବ ଦାଖଲ ପିଟିସିନ ଦାଖଲ ହୋଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର