ଫ୍ୟାମିଲି କୋଟରେ ବର୍ଷା- ଅନୁଭବ

The Sakala Picture
Published On

କଟକ: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ଅଭିନେତା ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ପ୍ରସଙ୍ଗ । କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା ଓ ଅନୁଭବ । ଫ୍ୟାମିଲି କୋର୍ଟର ମଧ୍ୟସ୍ଥତା କେନ୍ଦ୍ରରେ ଉପସ୍ଥିତ ହୋଇଛନ୍ତି ବର୍ଷା । ଗତ ଶୁକ୍ରବାର ଉଭୟ ବର୍ଷା ଓ ଅନୁଭବ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ । ମଧ୍ୟସ୍ଥତା କେନ୍ଦ୍ରରେ ଉଭୟ ହାଜର ହୋଇଥିଲେ । ତେବେ ୧୪ ତାରିଖରେ ପୁଣି ହାଜର ହେବାକୁ ଦିନ ଧାର୍ଯ୍ୟ କରଯାଉଥିଲା […]

କଟକ: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ଅଭିନେତା ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ପ୍ରସଙ୍ଗ । କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା ଓ ଅନୁଭବ । ଫ୍ୟାମିଲି କୋର୍ଟର ମଧ୍ୟସ୍ଥତା କେନ୍ଦ୍ରରେ ଉପସ୍ଥିତ ହୋଇଛନ୍ତି ବର୍ଷା । ଗତ ଶୁକ୍ରବାର ଉଭୟ ବର୍ଷା ଓ ଅନୁଭବ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ । ମଧ୍ୟସ୍ଥତା କେନ୍ଦ୍ରରେ ଉଭୟ ହାଜର ହୋଇଥିଲେ । ତେବେ ୧୪ ତାରିଖରେ ପୁଣି ହାଜର ହେବାକୁ ଦିନ ଧାର୍ଯ୍ୟ କରଯାଉଥିଲା ତଦନୁଯାୟୀ ଉଭୟ ଆଜି କୋର୍ଟଙ୍କ ନିକଟରେ ହାଜର ହୋଇଛନ୍ତି । ଉଭୟ ମଧ୍ୟସ୍ଥତା ପାଇଁ ସକରାତ୍ମକ ମନୋଭାବ ଦେଖାଉଥିବା ବର୍ଷାଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଇନଜୀବୀ ସୂଚନା ଦେଇଥିଲେ । ଆଜିର କନସିଲେସନ୍ ପ୍ରକ୍ରିୟାରେ ଉଭୟଙ୍କ ମଧ୍ୟରେ ଥିବା ବିବାଦର ସମାଧାନ ପାଇଁ ପ୍ରୟାସ କରାଯିବ। ଯଦି ଆଜି କୌଣସି ସମାଧାନ ନହୁଏ, ତାହେଲେ ଉଭୟଙ୍କୁ ଆଉ ଗୋଟିଏ ତାରିଖ ଦିଆଯାଇପାରେ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ପରବର୍ତ୍ତୀ ତାରିଖରେ ଯଦି ମାମଲା ସମାଧାନ ନହୁଏ, ତାହାହେଲେ କୋର୍ଟ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରିବେ ବୋଲି ଜଣାପଡ଼ିଛି। ସୂଚନାରୁ ପ୍ରକାଶ, ଛାଡପତ୍ର ନେଇ କଟକ ଫ୍ୟାମିଲି କୋର୍ଟ ମାମଲା ଦାୟର ହୋଇଥିଲା। ମାତ୍ର ଫ୍ୟାମିଲି କୋର୍ଟ କମିଶନର ବହୁ ବାର କୋର୍ଟରେ ହାଜର ହେବାକୁ ନୋଟିସ୍ କରିଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ବର୍ଷା ହାଜର ହେଉଥିବା ବେଳେ ଅନୁଭବ ଆସୁନଥିଲେ। ଆଉ କେତେବେଳେ ଅନୁଭବ ଆସୁଥିଲା ବେଳେ ବର୍ଷା ହାଜର ହେଉନଥିଲେ। ଯେଉଁଥିପାଇଁ ଉଭୟଙ୍କ ଭିତରେ ଲାଗି ରହିଥିବା ଛାଡ଼ପତ୍ର ମାମଲାର ସମାଧାନ ହୋଇପାରୁନଥିଲା।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର