ଛିଡୁନି ଷ୍ଟାର ଦମ୍ପତିଙ୍କ କଳି, ଫ୍ୟାମିଲି କୋର୍ଟରେ ପରସ୍ପର ଉପରେ ଦୋଷ ଲଦାଲଦି

The Sakala Picture
Published On

କଟକ : ଫ୍ୟାମିଲକୋର୍ଟରେ ମୁହାଁମୁହିଁ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ଅନୁଭବ ମହାନ୍ତି । ପତି-ପତ୍ନୀଙ୍କ ମଧ୍ୟରେ ଉପୁଜିଥିବା ବିବାହ କଳହ ମାମଲାରେ ପୁଣି ଥରେ ଫ୍ୟାମିଲି କୋର୍ଟ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହୋଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି। ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହୋଇ ଉଭୟ ନିଜ ନିଜର ପକ୍ଷ ରଖିଛନ୍ତି। ତିନି ଘଣ୍ଟା ଧରି କାଉନସିଲରଙ୍କ ନିକଟରେ ହାଜର ହୋଇଥିଲେ ଉଭୟ । ପରେ ଅନୁଭବଙ୍କ […]

କଟକ : ଫ୍ୟାମିଲକୋର୍ଟରେ ମୁହାଁମୁହିଁ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ଅନୁଭବ ମହାନ୍ତି । ପତି-ପତ୍ନୀଙ୍କ ମଧ୍ୟରେ ଉପୁଜିଥିବା ବିବାହ କଳହ ମାମଲାରେ ପୁଣି ଥରେ ଫ୍ୟାମିଲି କୋର୍ଟ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହୋଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି। ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହୋଇ ଉଭୟ ନିଜ ନିଜର ପକ୍ଷ ରଖିଛନ୍ତି।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

ତିନି ଘଣ୍ଟା ଧରି କାଉନସିଲରଙ୍କ ନିକଟରେ ହାଜର ହୋଇଥିଲେ ଉଭୟ । ପରେ ଅନୁଭବଙ୍କ ଓକିଲ ମଧସ୍ଥତା ବନ୍ଦ ପାଇଁ ଆବେଦନ କରିଥିଲେ । ମାମଲାରେ ବର୍ଷା ସହଯୋଗ କରୁନଥିବା ଅଭିଯୋଗ କରି ସେ ଏପରି ଆବେଦନ କରିଥିଲେ ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

ଅନ୍ୟ ପଟେ ବର୍ଷାଙ୍କ ଓକିଲ ଅଭିଯୋଗକୁ ଖଣ୍ଡନ କରିଛନ୍ତି । ଅଦାଲତର ସମସ୍ତ ନିର୍ଦ୍ଦେଶ ବର୍ଷା ପାଳନ କରୁଥିବା କହିଛନ୍ତି ଓକିଲ । ୨ ତିନୋଟି ସେସନରେ ମଧ୍ୟସ୍ଥତା ସରେ ନାହିଁ । ବର୍ଷା ନୁହେଁ ଆଗରୁ ଅନୁଭବ ଆସୁନଥିଲେ । ଏବେ ଦୁଇ ତିନିଟା ତାରିଖ ହେଲା ଅନୁଭବ ଆସୁଛନ୍ତି । ଆପୋଷ ସମାଧାନ ପାଇଁ ଆଶାବାଦୀ ଅଛନ୍ତି ବୋଲି ବର୍ଷାଙ୍କ ଓକିଲ କହିଛନ୍ତି ।

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ନବୀନଙ୍କ ପ୍ରତି ଅପମାନଜନକ ପ୍ରଚାର; ଥାନାରେ ବିଜେପି କର୍ମକର୍ତ୍ତାଙ୍କ ନାମରେ ଅଭିଯୋଗ

ପୂର୍ବରୁ ଗତ ୯ ତାରିଖରେ ଉଭୟ ପାରିବାରିକ ଅଦାଲତରେ ହାଜର ହୋଇଥିଲେ। ଆଜି ଉଭୟ ପୁନର୍ବାର ହାଜର ହେବା ପାଇଁ ଦିନ ଧାର୍ୟ୍ୟ ହୋଇଥିଲା।

ତା ପୂର୍ବରୁ ପୁରୀଘାଟ ଥାନାରେ ଅନୁଭବ ବର୍ଷାଙ୍କ ବିରୋଧରେ ଏତଲା ଦେଇଥିଲେ। ଅଭିଯୋଗରେ କହିଥିଲେ ଯେ, ମୋ ଘରେ ରହି ମୋ ବିରୁଧରେ ଷଡ଼ଯନ୍ତ୍ର କରୁଛନ୍ତି ବର୍ଷା। ଏହାସହ କିଛି ସିସିଟିଭି ଫୁଟେଜକୁ ମଧ୍ୟ ନଜର ଦେବାକୁ କହିଥିଲେ ସେ। ଯେଉଁଥିରେ ବର୍ଷା କିଭଳି ତାଙ୍କ ବିରୁଧରେ ଅନ୍ୟମାନଙ୍କ ସହ ଆଲୋଚନା କରୁଛନ୍ତି ତାହା ସ୍ପଷ୍ଟ ଉଲ୍ଲେଖ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର