ବାତ୍ୟାର ରୂପ ନେଇ ସ୍ଥଳଭାଗ ମୁହାଁ ‘ରେମାଲ୍’ : ଓଡ଼ିଶାରେ ୨୭ ଯାଏଁ ଅତି ପ୍ରବଳ ବର୍ଷା, ଜାରି ହେଲା ୟେଲୋ ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଥମେ ଅବପାତ ପରେ ଆଜି ସନ୍ଧ୍ୟାରେ ବାତ୍ୟାରେ ରୂପ ନେଇଛି। ଏଥି ସହିତ ଅଶାନ୍ତ ସମୁଦ୍ରରେ ଘନୀଭୂତ ହୋଇ ସ୍ଥଳଭାଗ ଆଡକୁ ମାଡି ଆସୁଛି ବାତ୍ୟା ରେମାଲ୍। ବାତ୍ୟାକୁ ନେଇ ଭାରତୀୟ ପାଣିପାଗ ବିଭାଗ ଦେଇଥିବା ସୂଚନା ଅନୁସାରେ ବାତ୍ୟା ‘ରେମାଲ୍’ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେବ। ଏହାପରେ ଆସନ୍ତା ୨୬ ତାରିଖ ମଧ୍ୟରାତିରେ ବାତ୍ୟା ‘ରେମଲ୍‌’ ସାଗର ଦ୍ବୀପ ଓ ଖେପୁପରା […]

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଥମେ ଅବପାତ ପରେ ଆଜି ସନ୍ଧ୍ୟାରେ ବାତ୍ୟାରେ ରୂପ ନେଇଛି। ଏଥି ସହିତ ଅଶାନ୍ତ ସମୁଦ୍ରରେ ଘନୀଭୂତ ହୋଇ ସ୍ଥଳଭାଗ ଆଡକୁ ମାଡି ଆସୁଛି ବାତ୍ୟା ରେମାଲ୍। ବାତ୍ୟାକୁ ନେଇ ଭାରତୀୟ ପାଣିପାଗ ବିଭାଗ ଦେଇଥିବା ସୂଚନା ଅନୁସାରେ ବାତ୍ୟା ‘ରେମାଲ୍’ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେବ। ଏହାପରେ ଆସନ୍ତା ୨୬ ତାରିଖ ମଧ୍ୟରାତିରେ ବାତ୍ୟା ‘ରେମଲ୍‌’ ସାଗର ଦ୍ବୀପ ଓ ଖେପୁପରା ମଝିରେ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ସୀମା ଦେଇ ସ୍ଥଳଭାଗ ଅତିକ୍ରମ କରିବ।

ଆହୁରି ପଢ଼ନ୍ତୁ: ଗଞ୍ଜାମ ଜିଲ୍ଲା ଛତ୍ରପୁର ରେଳ ଷ୍ଟେସନରୁ ୪ ନାବାଳକ ଉଦ୍ଧାର, ଶିଶୁ ଚାଲାଣ ସନ୍ଦେହରେ ୨ ଦଲାଲ୍ ଅଟକ

ଭାରତୀୟ ପାଣିପାଗ ବିଭାର ସୂଚନା ଅନୁସାରେ ଯଦିଓ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ନ ପଡ଼ିଲେ ହେଁ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରଯାଇଛି। ଆଜି ଅର୍ଥାତ ୨୫ ତାରିଖରେ ମଧ୍ୟ ରାଜ୍ୟର ଗୋଟିଏ ଦୁଇଟି ଜିଲ୍ଲାରେ ବର୍ଷା ହୋଇଥିବା ବେଳେ କାଲିଠୁ ଏହାର ପରିମାଣ ବଢିଯିବ। ଏଥି ସହିତ ୨୭ ତାରିଖ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାନେଇ ଆକଳନ କରାଯାଇଛି। ଆଉ ଏଥି ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ରାତି ୮ଟା ୩୦ରୁ ଆସନ୍ତାକାଲି ୮ଟା ୩୦ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାକୁ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ, ଏନେଇ ସତର୍କ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ସେହିପରି ୨୬ ତାରିଖ ରାତି ୮ଟା ୩୦ରୁ ୨୭ ତାରିଖ ୮ଟା ୩୦ ପର୍ଯ୍ୟନ୍ତ ବାଲେଶ୍ୱର,ଭଦ୍ରକ ଏବଂ ମୟୂରଭଞ୍ଜକୁ ମଧ୍ୟ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଏହି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନ କରାଯାଇଛି।

ଏଥି ସହିତ ବାତ୍ୟା ପାଇଁ ସମୁଦ୍ର କୂଳିଆ ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ମଧ୍ୟ ବହିପାରେ। ସେହିପରି ୨୬ ତାରିଖ ସକାଳଠାରୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନର ସତର୍କ ସୂଚନା ଜାରି କରିଛନ୍ତି। ମୁଖ୍ୟତଃ ବାତ୍ୟା ଯୋଗୁଁ ପ୍ରଭାବିତ ହେବାକୁ ଥିବା ଓଡ଼ିଶାର ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି।

25 May 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର